ପାଚିକା, ସହାୟିକା ସଂଘ ଦେଲା ସ୍ମାରକପତ୍ର

ଛତ୍ରପୁର,୧୬ା୨(ଡି.ଏନ.ଏ.) – ୧୨ ଦଫା ଦାବି ନେଇ ନିଖିଳ ଓଡିଶା ଏମ୍‌ଡିଏମ୍‌ ପାଚିକା, ସହାୟିକା ସଂଘ ଗଞ୍ଜାମ ଜିଲା କମିଟି ପକ୍ଷରୁ ଶନିବାର ଛତ୍ରପୁରସ୍ଥିତ ଉପଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ପ୍ରାରମ୍ଭରେ ସ୍ଥାନୀୟ ଅପର ବସ୍‌ଷ୍ଟାଣ୍ଡଠାରୁ ଏକ ଶୋଭାଯାତ୍ରା ବାହାରି ଛତ୍ରପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚତ୍ଥିଲା। ପରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା। ଏଥିରେ ସଂଘ ଗଞ୍ଜାମ ଜିଲା ସଭାପତି ରାଜେନ୍ଦ୍ର କୁମାର ଦାସ, ଜିଲା ସମ୍ପାଦିକା ପି. ରେଣୁକା ଦୋରା, ଖଲ୍ଲିକୋଟ ବ୍ଲକ ସଭାପତି ସୁବାସ ଚନ୍ଦ୍ର ଜାନି, ସିପିଆଇ ଜିଲା ସମ୍ପାଦକ ପ୍ରକାଶ ପାତ୍ର, ଏଆଇୱାଇଏଫ୍‌ ରାଜ୍ୟ ସମ୍ପାଦକ ପ୍ରଦୀପ କୁମାର ସେଠୀ ପ୍ରମୁଖ ସାମିଲ ହୋଇଥିଲେ। ଦାବିଗୁଡିକ ମଧ୍ୟରେ ସର୍ବନିମ୍ନ ମଜୁରି ପ୍ରଦାନ, ଆଗରୁ ନିଯୁକ୍ତି ପାଇ କାର୍ଯ୍ୟ କରି ଆସୁଥିବା ପାଚିକାଙ୍କୁ ଚିହ୍ନଟ କରି ଅନ୍ୟ ସ୍କୁଲ ଗୁଡିକରେ ରୋଷେଇ କରିବା ପାଇଁ ଅନୁମତି, ନିର୍ଦ୍ଧିଷ୍ଟ ତାରିଖରେ ଭତ୍ତା ପ୍ରଦାନ, ଦୁର୍ଘଟଣା ଜନିତ କ୍ଷତିପୂରଣ ୫ ଲକ୍ଷ ଟଙ୍କା, ବର୍ଷକୁ ୧୨ ମାସ ଭତ୍ତା ଦେବା, ସାମାଜିକ ସୁରକ୍ଷା ସହ ପରିଚୟପତ୍ର ପ୍ରଦାନ, ବହିଷ୍କାର ହୋଇଥିବା ପାଚିକାମାନଙ୍କୁ ପୁନଃ ନିଯୁକ୍ତି, ଡ୍ରେସ୍‌ କୋଡ୍‌ ଲାଗୁ କରିବା, ମଧ୍ୟାହ୍ନ ଭୋଜନ ବ୍ୟତୀତ ଅନ୍ୟ କାର୍ଯ୍ୟରେ ନିୟୋଜିତ ନ କରିବା ଆଦି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଷମର୍ଦ୍ଦିନୀ ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୧୬।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଇଷ୍ଟଦେବୀ ମା’ତାରାତାରିଣୀଙ୍କ ଚତୁର୍ଥପାଳି ଚୈତ୍ର ମଙ୍ଗଳବାର ଯାତ୍ରାରେ ପ୍ରବଳ ଜନ ସମାଗମ ହୋଇଛି। ଏନେଇ ରତ୍ନଗିରି ପାହାଡ଼...

ଏମ୍‌କେସିଜିରେ ବିରଳ ଅସ୍ତ୍ରୋପଚାର:୯ ବର୍ଷୀୟା ଝିଅଙ୍କ ଆଡ୍ରେନାଲ ଗ୍ରନ୍ଥି ବାହାରିଲା

ବ୍ରହ୍ମପୁର,୧୬ା୪ (ସୁବାସ ଚନ୍ଦ୍ର ପାଢ଼ୀ):ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲରେ ପୁଣି ଏକ ବିରଳ ଅସ୍ତ୍ରୋପଚାର କରାଯାଇଛି। ଡାକ୍ତରଖାନାର ଏଣ୍ଡୋକ୍ରନୋଲୋଜି ବିଭାଗରେ ଭର୍ତ୍ତି ହୋଇଥିବା ଜଣେ ୯ବର୍ଷ...

ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରିଥିଲେ ପ୍ରେମିକ: ସୁରଟରୁ ହେଲେ ଉଦ୍ଧାର

ବ୍ରହ୍ମପୁର,୧୪ା୪(ସୁବାସ ଚନ୍ଦ୍ର ପାଢ଼ୀ): ଟାଉନ ଥାନା ପୋଲିସ ରବିବାର ଜଣେ ଅପହୃତା ନାବାଳିକା ଛାତ୍ରୀଙ୍କୁ ଉଦ୍ଧାର କରିବା ସହ ଅପହରଣକାରୀଙ୍କୁ କାବୁ କରିଛି। ପୀଡିିତାଙ୍କ ବୟାନ...

ମେରୁଯାତ୍ରା ଦେଖିବାକୁ ଆସି ଝାମ୍ପି ନେଇଥିଲେ ସୁନା ହାର

ବ୍ରହ୍ମପୁର,୧୫ା୪(ସୁବାସ ଚନ୍ଦ୍ର ପାଢ଼ୀ): ବିଜିପୁରରେ ଗତ ରବିବାର ମେରୁଯାତ୍ରା ଦେଖିବାକୁ ଆସିଥିବା କେ. ଜୟନ୍ତୀଙ୍କ ବେକରୁ ସୁନା ହାର ଝାମ୍ପି ନେଇଥିବା ଜଣେ ମହିଳାଙ୍କୁ ସ୍ଥାନୀୟ...

ନୂଆବର୍ଷ ଭେଟି ଦେଲା କଂଗ୍ରେସ

ପୁରୁଷୋତ୍ତମପୁର,୧୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ପୁରୁଷୋତ୍ତମପୁରବାସୀଙ୍କୁ ଓଡ଼ିଆ ନବବର୍ଷରେ କଂଗ୍ରେସ ଭେଟି ଦେଇଛି ବିଧାୟକ ପ୍ରାର୍ଥୀ। ଚିତ୍ରସେନ ବେହେରାଙ୍କ ନାମ ଘୋଷଣା...

ମନ୍ତ୍ରୀ ପାଲିଲେ ଓଡ଼ିଆ ନବ ବର୍ଷ

ଭଞ୍ଜନଗର,୧୪ା୪(ବାବୁଲା ପ୍ରଧାନ): ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ରବିବାର ଭଞ୍ଜନଗର ନିକଟସ୍ଥ ଅଗଝୋଳ ସ୍ଥିତ ବାସଭବନରେ ଓଡ଼ିଆ ନବ ବର୍ଷ ପାଳନ କରିଛନ୍ତି। ଏହି ଅବସରରେ...

କେଦାରେଶ୍ୱର ମନ୍ଦିରରୁ ଚୋରି

ପୁରୁଷୋତ୍ତମପୁର,୧୪ା୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚୋରମାନେ ମହାଦେବଙ୍କୁ ମଧ୍ୟ ଛାଡ଼ି ନାହାନ୍ତି। କୁସୁପୁର ଗ୍ରାମରେ ଥିବା କେଦାରେଶ୍ବର ମହାଦେବ ମନ୍ଦିରରେ ଶନିବାର ବିଳମ୍ବିତ...

ମା’ ଦଣ୍ଡକାଳୀଙ୍କ ଯାତ୍ରାରେ ଅଧିଆ ପଡ଼ିଲେ ଶତାଧିକ ମହିଳା, ପାଣି ନ ଥିବାରୁ ହଟହଟା

ପୁରୁଷୋତ୍ତମପୁର,୧୪ା୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ରବିବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି। ଏନେଇ ପୁରୁଷୋତ୍ତମପୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri