ପାଚେରିରେ ପିଟିହେଲା ବାଇକ୍‌ : ୨ ସାଙ୍ଗଙ୍କ ଜୀବନ ଗଲା

ଦିଗପହଣ୍ଡି,୧୧।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୩୨୬ ନଂ. ରାଜ୍ୟ ରାଜପଥର ଉପରବସା ଆନନ୍ଦ କୁଟୀର ଆଶ୍ରମ ସମ୍ମୁଖରେ ବୁଧବାର ପୂର୍ବାହ୍ନରେ ବାଇକ୍‌ ଦୁର୍ଘଟଣାରେ ୨ ସାଙ୍ଗଙ୍କ ଜୀବନ ଚାଲିଯାଇଛି। ମୃତକ ଦ୍ବୟ ହେଲେ ଦିଗପହଣ୍ଡି ଥାନା ନୂଆଁ ମଳା ଭଞ୍ଜା ଗ୍ରାମର ଦିପୁନ ଗୌଡ଼ ଏବଂ ଶଙ୍କର ପାତ୍ର। ଦିପୁନ ଓ ଶଙ୍କର ଏକ ବାଇକ୍‌ରେ ବ୍ରହ୍ମପୁର ଅଭିମୁଖେ ଯାଉଥିବା ବେଳେ ବିପରୀତ ଦିଗରୁ ଦ୍ରୁତଗତିରେ ଆସୁଥିବା ଅନ୍ୟ ଏକ ଗାଡ଼ିକୁ ଓଭର ଟେକ୍‌ କରୁଥିଲେ। ଫଳରେ ନିୟନ୍ତ୍ରଣ ହରାଇ ରାସ୍ତା ପାଶର୍‌ବରେ ଥିବା ଆଶ୍ରମ ପାଚେରିରେ ପିଟି ହୋଇଯାଇଥିଲେ। ଦିଗପହଣ୍ଡି ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଦ୍ୱୟଙ୍କୁ ଉଦ୍ଧାର କରି ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲା। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ। ଦିଗପହଣ୍ଡି ପୋଲିସ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ଯୁବକ ଦ୍ବୟଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଥିଲା। ପରେ ମୃତଦେହ ଦୁଇଟିକୁ ଉଭୟଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ଓ ଜଙ୍ଗଲ ନିଆଁ ସୁରକ୍ଷା ଚିନ୍ତା: କର୍ମଚାରୀ ଅଭାବ, ଅଧିକ…

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ହାତୀ ସମେତ ବିଭିନ୍ନ ପ୍ରାଣୀ ନିର୍ଦ୍ଧିଷ୍ଟ ଅଞ୍ଚଳ ମଧ୍ୟରେ ଅଧିକାଂଶ ସମୟ ବସବାସ କରନ୍ତି। ତେଣୁ ସେମାନଙ୍କ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri