ପାଚେରି ଡେଇଁ ଧାରଣାରେ ବସିଲେ ଅନ୍ତେବାସୀ

ଶେରଗଡ଼,୨୧ା୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଠୁରୁବୁରାଇ ଉଚ୍ଚ ବିଦ୍ୟାଳୟରେ ହୋଇଥିବା ସଙ୍ଗରୋଧ କେନ୍ଦ୍ରରେ ବୁଧବାର ବାସିଖାଦ୍ୟ ଦିଆଯାଇଥିବାରୁ ଅନ୍ତେବାସୀମାନେ ପାଚେରୀ ଡେଇଁ ରାସ୍ତା ଅବରୋଧ କରିଥିଲେ। ଖବରପାଇ ପ୍ରଶାସନ ଓ ପୋଲିସ ପହଞ୍ଚି ବୁଝାଶୁଝା କରିବା ପରେ ପରିସ୍ଥିତି ଶାନ୍ତ ପଡିଛି। ଠୁରୁବୁରାଇ ଉଚ୍ଚ ବିଦ୍ୟାଳୟ ସଙ୍ଗରୋଧ କେନ୍ଦ୍ରରେ ୧୧୫ ପ୍ରବାସୀ ରହୁଛନ୍ତି। ମେନୁ ଅନୁଯାୟୀ ବୁଧବାର ମଧ୍ୟାହ୍ନଭୋଜନରେ ଅନ୍ତେବାସୀଙ୍କୁ ଭାତ ଓ ଅଣ୍ଡା ତରକାରି ଦିଆଯାଇଥିଲା। ଯେଉଁମାନେ ଆମିଷ ନ ଖାଇବେ ସେମାନଙ୍କ ପାଇଁ ସୋୟାବିନ୍‌ ତରକାରି ହୋଇଥିଲା। ମାତ୍ର ଖାଦ୍ୟ ପରଷା ଯିବା ବେଳେ ବାସିଭାତ ଦିଆଯାଇଥିବାରୁ ଅନ୍ତେବାସୀଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଥିଲା। ଏହା ପ୍ରତିବାଦରେ ସମସ୍ତ ଅନ୍ତେବାସୀ ପାଚେରି ଡେଇଁ ବିଦ୍ୟାଳୟ ସମ୍ମୁଖ ରାସ୍ତାକୁ ଅବରୋଧ କରିଥିଲେ। ଫଳରେ ହିଞ୍ଜିଳି-କଙ୍କୋରଡା ରାସ୍ତାରେ ପ୍ରାୟ ୧ ଘଣ୍ଟା ପର୍ଯ୍ୟନ୍ତ ଯାନବାହନ ଚଳାଚଳ ବନ୍ଦ ହୋଇଯାଇଥିଲା। ଖବରପାଇ ଶେରଗଡ଼ ବିଡିଓ ସୁରଞ୍ଜନ କୁମାର ସାହୁ, ତହସିଲଦାର ଦୟାସିନ୍ଧୁ ପରିଡା ଓ ହିଞ୍ଜିଳିକାଟୁ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ଥିଲେ। ମଙ୍ଗଳବାର ରାତିର ବଳକା ଭାତକୁ ଆଉଥରେ ରାନ୍ଧି ଦିଆଯାଇଥିବା ଅନ୍ତେବାସୀ ଅଭିଯୋଗ କରି ବିଡିଓଙ୍କୁ ତାହା ଦେଖାଇଥିଲେ। ବୁଝାଶୁଝା ପରେ ଅନ୍ତେବାସୀମାନେ ରାସ୍ତାରୁ ଉଠି କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ଯାଇଥିଲେ। ବିଡିଓ ଓ ତହସିଲଦାରଙ୍କ ନିର୍ଦ୍ଦେଶକ୍ରମେ ସେମାନଙ୍କୁ ପୁଣି ଥରେ ଭାତ ରାନ୍ଧି ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

ଗଞ୍ଜାମ ସହରରେ ଧୂମଧାମରେ ଗଣେଶ ପୂଜା: ପୁଇଁତୋଳା ପୂଜା କମିଟି ପକ୍ଷରୁ….

ଗଞ୍ଜାମ, ୧୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ମହାବିନାୟକ, ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ଚତୁର୍ଥୀ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଛି। ଏଥିପାଇଁ ଗାଁଠାରୁ ସହର ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?