ବଡବିଲ,୧୭।୮ (ସ୍ବ.ପ୍ର.)- କେନ୍ଦୁଝର ଜିଲା ବଡବିଲସ୍ଥିତ ସବ୍ଜେଲର ପାଚେରି ଡେଇଁ ଗତ ୧୩ ତାରିଖ ରାତିରେ ଜଣେ ବିଚାରାଧୀନ କଏଦୀ ଚମ୍ପଟ ମାରିଥିବାରୁ ତାଙ୍କୁ ଧରିବା ଲାଗି ତନାଘନା ଚାଲିଛି। ଅଭିଯୁକ୍ତ ହେଲେ ଗାଢା ହଟିଂ ଅଞ୍ଚଳର ସାୱନ ପାତ୍ର ଓରଫ କୁନା। ଗତ ୧ ତାରିଖରେ ଏକ ବାଇକ ଚୋରି ଘଟଣାରେ ପୋଲିସ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ସେ ବିଚାରାଧୀନ କଏଦୀ ଭାବେ ସବ୍ଜେ୍ଲରେ ଥିବାବେଳେ ତାଙ୍କୁ ଗତ ୧୩ ତାରିଖ ଅପରାହ୍ନରେ ରୋଷେଇ କାର୍ଯ୍ୟରେ ସହଯୋଗ କରିବାକୁ କୁହାଯାଇଥିଲା। ଏହି ଅବସରରେ ସୁଯୋଗ ଦେଖି ସେ ପ୍ରଶାସନିକ ବିଲ୍ଡିଂ ଉପରେ ଚଢି କୌଣସିମତେ ପାଚେରି ଡେଇଁ ଚମ୍ପଟ ମାରିବାରେ ସଫଳ ହୋଇଥିଲେ। ଘଟଣା ବିଷୟରେ କାହାରିକୁ କିଛି ଜଣା ନ ଥିଲା। ସନ୍ଧ୍ୟାରେ ରାତ୍ରିଭୋଜନ ବେଳେ କଏଦୀ ଗଣତି ହେବା ସମୟରେ ଜଣେ କଏଦୀ କମ୍ ପଡିବାରୁ ତନାଘନା ଆରମ୍ଭ ହୋଇଥିଲା। ପରେ ସିସି କ୍ୟାମେରାରୁ କଏଦୀ ଚମ୍ପଟ ମାରିବା ଘଟଣାର ଦୃଶ୍ୟ ଦେଖିବା ପରେ ଘଟଣା ସ୍ପଷ୍ଟ ହୋଇଥିଲା। ଏ ସମ୍ପର୍କରେ ବଡବିଲ ସବ୍ଜେଲର ଜେଲର ସୁଧାଂଶୁ ଶେଖର ବେହେରାଙ୍କୁ ପଚାରିବାରୁ ସେ କହିଛନ୍ତି, ଡ୍ୟୁଟିରେ ଅବହେଳା ଯୋଗୁ ବିଚାରଧୀନ କଏଦୀ ସାୱନ କୌଣସି ପ୍ରକାରେ ପାଚେରି ଡେଇଁ ଚମ୍ପଟ ମାରିଛନ୍ତି। ଘଟଣାର ତଦନ୍ତ ଚାଲିଛି। ଡ୍ୟୁଟିରେ ଥିବା କର୍ମଚାରୀଙ୍କ ଅବହେଳାରୁ ଏଭଳି ଘଟଣା ଘଟିଛି। ଏ ନେଇ ସଂପୃକ୍ତ ଜେଲ ୱାର୍ଡର ସଞ୍ଜିିତ କୁମାର ନାୟକ ଓ ବିଜୟ କୁମାର ନାୟକଙ୍କୁ କାରଣଦର୍ଶାଅ ନୋଟିସ କରାଯାଇଥିବା ସେ କହିଛନ୍ତି।
‘ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମହାମନିଷୀଙ୍କ ଅବଦାନ ଅବିସ୍ମରଣୀୟ’
କେନ୍ଦୁଝର,୧ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ପବିତ୍ର ଓଡ଼ିଶା ଦିବସରେ ଜିଲା ବିଜୁ ଜନତା ଦଳ ପକ୍ଷରୁ କେନ୍ଦୁଝର ଜିଲା ସଦରମହକୁମାଠାରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ଜିଲାପାଳଙ୍କ…
ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି
ପାଟଣା, ୧।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳ ରେ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଚେମଣା ପଞ୍ଚାୟତ ଅଙ୍ଗି…
ନଦୀରେ ଭାସିଯାଇ ଯୁବକଙ୍କ ମୃତ୍ୟୁ: ଅଞ୍ଚଳରେ ଶୋକର ଛାୟା
ବଞ୍ଚୋ, ୩୧।୩: (ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅନ୍ତର୍ଗତ ବଞ୍ଚୋ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଚିନ୍ମୟ ସେଠୀ…
ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….
ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…
ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର
କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…
ଗ୍ୟାସ୍ ପାଇଁ ପୁଣି ରାସ୍ତାକୁ ଓହ୍ଲାଇଲେ ଉପଭୋକ୍ତା, କଳାବଜାର ଆଶଙ୍କା କରି…
କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ରୋଷେଇ ଗ୍ୟାସ ବିତରଣ ସମସ୍ୟା ପ୍ରତିବାଦରେ ସୋମବାର ଗ୍ୟାସ୍ ଆଣିବାକୁ ଯାଇଥିବା ଉପଭାକ୍ତା ସିଲିଣ୍ଡର ଧରି ପ୍ରତିବାଦ କରିବା ସହ କେନ୍ଦୁଝର-ଶଙ୍କରପୁର-ବେଲଦା ରାସ୍ତା…
ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ
କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। କାଳବୈଶାଖୀ ଯୋଗୁ ସହରର ଗାନ୍ଧୀ ଛକ ନିକଟ ଅନିତା ଲୁଗା…
କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା
କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…
Archives

