Posted inରାଜ୍ୟ

ପାଟକୁରାରେ ୭୩.୨% ମତଦାନ

ଭୁବନେଶ୍ୱର/କେନ୍ଦ୍ରାପଡ଼ା ଅଫିସ,୨୧ା୭(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲା ପାଟକୁରା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଶନିବାର ମତଦାନ ଶେଷ ହୋଇଛି। ୨,୪୪,୭୪୭ ଭୋଟରଙ୍କ ମଧ୍ୟରୁ ୭୩.୨% ମତାଧିକାର ସାବ୍ୟସ୍ତ କରିଛନ୍ତି। ଏଥିସହ ବିଜେଡିର ସାବିତ୍ରୀ ଅଗ୍ରଓ୍ବାଲ, ଭାଜପାର ବିଜୟ ମହାପାତ୍ର ଓ କଂଗ୍ରେସର ଜୟନ୍ତ ମହାନ୍ତିଙ୍କ ସମେତ ୧୦ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍‌ରେ ବନ୍ଦ ହୋଇଯାଇଛି। ଇଭିଏମ୍‌ ଏବଂ ଭିଭିପିଏଟି ମେଶିନରେ ତ୍ରୁଟି ଯୋଗୁ ୭ ସ୍ଥାନରେ ବିଳମ୍ବରେ ଭୋଟଦାନ ହୋଇଥିଲା। ଡେରାବିଶ ବ୍ଲକର କୁଶିଆପାଳ, ପାଟକୁରା ଓ ଅନ୍ୟ କିଛି ବୁଥ୍‌ରେ ରାଜନୈତିକ ଅସନ୍ତୋଷକୁ ନେଇ ବଚସା ହୋଇଥିଲେ ମଧ୍ୟ ଶୃଙ୍ଖଳିତ ଭାବେ ନିର୍ବାଚନ ପ୍ରକ୍ରିୟା ଶେଷ ହୋଇଛି ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ) ସୁରେନ୍ଦ୍ର କୁମାର କହିଛନ୍ତି। ପ୍ରକାଶ ଯେ, ଗତ ନିର୍ବାଚନରେ ଭୋଟ ହାର ୭୦% ଥିଲା। ମତଦାତାମାନେ କାହା ସପକ୍ଷରେ ରାୟ ଦେଇଛନ୍ତି ତାହା ୨୪ରେ ଭୋଟ ଗଣତି ପରେ ସ୍ପଷ୍ଟ ହୋଇଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri