ପାଟକୁରା ନିର୍ବାଚନ ଫଳାଫଳ: ତୃତୀୟ ରାଉଣ୍ଡ ସୁଦ୍ଧା ବିଜେଡି ୬୩୩୭ ଭୋଟରେ ଆଗୁଆ

କେନ୍ଦ୍ରାପଡ଼ା ଅଫିସ, ୨୪।୭: ପାଟକୁରା ବିଧାନସଭା ଆସନ ପାଇଁ ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଛି। ପୂର୍ବାହ୍ନ ସାଢ଼େ ୯ଟା ସୁଦ୍ଧା ତୃତୀୟ ରାଉଣ୍ଡ ଭୋଟ ଗଣତି ଶେଷ ହୋଇଛି। ତୃତୀୟ ରାଉଣ୍ଡ ସୁଦ୍ଧା ବିଜେଡି ୬୩୩୭ ଖଣ୍ଡ ଭୋଟରେ ଆଗୁଆ ଅଛି। ଏହି ରାଉଣ୍ଡରେ ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲଙ୍କୁ ୧୯୦୫୦ ଭୋଟ ମିଳିଛି। ଭାଜପା ପ୍ରାର୍ଥୀ ବିଜୟ ମହାପାତ୍ରଙ୍କୁ ୧୨,୭୧୩ ଖଣ୍ଡ ଭୋଟ ମିଳିଥିବା ବେଳେ କଂଗ୍ରେସ ପ୍ରାର୍ଥୀ ଜୟନ୍ତ କୁମାର ମହାନ୍ତି ୫୭୬ ଖଣ୍ଡ ଭୋଟ ପାଇଥିବା ଜଣାପଡ଼ିଛି।
ଦ୍ୱିତୀୟ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ୩,୪୨୬ ଭୋଟରେ ଆଗୁଆ ରହିଥିଲା।