ପାଟକୁରା ନିର୍ବାଚନ; ବିଜେଡି-ଭାଜପା ଫ୍ରେଣ୍ଡଲି ଲଢୁଛନ୍ତି : ତାରା

ଭୁବନେଶ୍ୱର,୭।୭(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲା ପାଟକୁରା ନିର୍ବାଚନ ତାରିଖ ଘୋଷଣା ପରେ ପୁଣି ଓଡ଼ିଶା ରାଜନୀତି ପାଣିପାଗ ସରଗରମ ହୋଇଉଠିଛି। ଅପରପକ୍ଷେ ରାଜ୍ୟ ସଭା ଆସନ ଲାଗି ବିଜେଡି-ଭାଜପା ବୁଝାମଣା ପରେ ଉଭୟ ଦଳକୁ କଟାକ୍ଷ କରିବାକୁ ପଛାଉ ନାହାନ୍ତି କଂଗ୍ରେସ ନେତା। ଏହି କ୍ରମରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ପାଟକୁରାରେ ବିଜେଡି-ଭାଜପା ଫ୍ରେଣ୍ଡଲି ଲଢ଼ୁଛନ୍ତି ବୋଲି ରବିବାର କହିଛନ୍ତି। ଉଭୟଙ୍କ ମଧ୍ୟରେ ମ୍ୟାଚ୍‌ ଫିକ୍ସିଂ ହୋଇଛି। ସେଠାରେ ଏବେ ଡ୍ରାମା ଚାଲିଛି। ଭାଜପା ପ୍ରାର୍ଥୀ କରିଥିବା ବିଜୟ ମହାପାତ୍ର ବିଧାନସଭା ନ ଆସନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାହୁଁଛନ୍ତି। ସାଧାରଣ ନିର୍ବାଚନରେ ଉଭୟ ପରସ୍ପର ବିରୋଧରେ ଲଢ଼ୁଥିଲେ। କିନ୍ତୁ ଉଭୟଙ୍କ ମଧ୍ୟରେ ସେବେଠୁ ଭିତିରି ବୁଝାମଣା ଥିଲା ବୋଲି ତାରା କହିଛନ୍ତି।
ସୂଚନାଯୋଗ୍ୟ, ଚତୁର୍ଥ ପର୍ଯ୍ୟାୟରେ ପାଟକୁରା ନିର୍ବାଚନମଣ୍ଡଳୀ ନିର୍ବାଚନ ଲାଗି ଦିନଧାର୍ଯ୍ୟ କରାଯାଇଥିଲା। ହେଲେ ବିଜେଡି ପ୍ରାର୍ଥୀ ବେଦପ୍ରକାଶ ଅଗ୍ରଓ୍ବାଲଙ୍କ ଦେହାନ୍ତ ପରେ ନିର୍ବାଚନ ସ୍ଥଗିତ ହୋଇଥିଲା। ପରବର୍ତ୍ତୀ ସମୟରେ ମେ ୧୯ରେ ନିର୍ବାଚନ ହୋଇଥାନ୍ତା, ମାତ୍ର ବାତ୍ୟା ‘ଫନୀ’ ପାଇଁ ନିର୍ବାଚନକୁ ପୁଣି ୨ ମାସ ଘୁଞ୍ଚାଇ ଦିଆଯାଇଥିଲା। ଏ ନେଇ ଗୁରୁବାର ନିର୍ବାଚନ କମିଶନ ତାରିଖ ଘୋଷଣା କରିଛନ୍ତି। ଆସନ୍ତା ୨୦ ତାରିଖରେ ଏହି ଆସନ ଲାଗି ଭୋଟ ଗ୍ରହଣ କରାଯିବ। ସେହିଭଳି ଜୁଲାଇ ୨୪ରେ ଭୋଟଗଣତି, ୨୬ ସୁଦ୍ଧା ନିିର୍ବାଚନର ସମସ୍ତ ପ୍ରକ୍ରିୟା ଶେଷ ହେବ ବୋଲି ଧାର୍ଯ୍ୟ ହୋଇଛି। ତାରିଖ ଘୋଷଣା ସହ ଜିଲାରେ ଆଦର୍ଶ ଆଚରଣ ବିଧି ଲାଗୁ କରାଯାଇଛି। ତେବେ ଏହି ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଭାବେ ସାବିତ୍ରୀ ଅଗ୍ରଓ୍ବାଲ ଏବଂ ଭାଜପା ପ୍ରାର୍ଥୀ ବିଜୟଙ୍କ ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪: ଓଜେଇଇ ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି। ଚଳିତ ମେ’ ୬ରୁ ଏହା ଆରମ୍ଭ ହୋଇ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ରାଜ୍ୟ ଭିତରେ...

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ...

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ!

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ...

କନଫ୍ୟୁଜରେ ସୁର, ବଡ଼ପୁଅ ନା ସାନପୁଅ ପାଇଁ କରିବେ ପ୍ରଚାର

ଭୁବନେଶ୍ୱର,୨୪।୪: ରୋଚକ ମୋଡ ନେଇଛି ସୁରଙ୍କ ଫ୍ୟାମିଲି ପଲିଟିକ୍ସ । ସାନ ପୁଅ ବିଜେଡି ଟିକେଟ ନେଇ ମଇଦାନକୁ ଓହ୍ଲାଇଥିବା ବେଳେ ବଡ଼ ପୁଅକୁ ନିମାପଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri