Posted inରାଜ୍ୟ

ପାଟକୁରା ବିଧାନସଭା ନିର୍ବାଚନ: ଇଭିଏମ୍‌ରେ ୧୦ ପ୍ରାର୍ଥୀଙ୍କ ଭାଗ୍ୟ

କେନ୍ଦ୍ରାପଡା ଅଫିସ, ୨୧।୭: କେନ୍ଦ୍ରାପଡା ଜିଲାର ପାଟକୁରା ବିଧାନସଭା ଆସନ ପାଇଁ ଶନିବାର ମତଦାନ ଶେଷ ହୋଇଛି । ଏଥିସହିତ ଇଭିଏମ୍‌ରେ ୧୦ ପ୍ରାର୍ଥୀଙ୍କ ଭାଗ୍ୟ ସିଲ୍‌ ହୋଇଯାଇଛି।
୨୦୧୯ ସାଧାରଣ ନିର୍ବାଚନ ଆରମ୍ଭରୁ ଏହି ବିଧାନସଭା ଆସନ ଚର୍ଚ୍ଚାରେ ରହିଛି । ବିଜେଡି ପ୍ରାର୍ଥୀ ବେଦପ୍ରକାଶ ଅଗ୍ରୱାଲଙ୍କ ମୃତ୍ୟୁ ଯୋଗୁ ଗତ ଏପ୍ରିଲ ୨୯ରେ ଏହି ଆସନରେ ନିର୍ବାଚନ ବନ୍ଦ ହୋଇଥିଲା। ପରବର୍ତ୍ତୀ ସମୟରେ ସାମୁଦ୍ରିକ ଝଡ ଫନୀ ପାଇଁ ମେ ୧୯ ତାରିଖରେ ନିର୍ବାଚନକୁ ସ୍ଥଗିତ ରଖାଯାଇଥିଲା। ଶନିବାର ଅନୁଷ୍ଠିତ ନିର୍ବାଚନରେ ଭାଜପାର ହେଭିୱେଟ୍‌ ନେତା ବିଜୟ ମହାପାତ୍ର ଓ ବିଜେଡିରୁ ବେଦପ୍ରକାଶଙ୍କ ସ୍ତ୍ରୀ ସାବିତ୍ରୀ ଅଗ୍ରୱାଲଙ୍କ ମଧ୍ୟରେ କଡ଼ା ଟକ୍କର ହୋଇଛି। ଏବେ ଫଳାଫଳକୁ ନେଇ ଅଙ୍କକଷା ଆରମ୍ଭ ହୋଇଛି । ଅପରପକ୍ଷେ ୩୦୯ରୁ ସର୍ବାଧିକ ୧୩୮ ବୁଥକୁ ସମ୍ବେଦନଶୀଳ ଚିହ୍ନଟ କରାଯିବା ଏହି ନିର୍ବାଚନର ଗୁରୁତ୍ୱ ବଢ଼ାଇଦେଇଥିଲା । ଶାନ୍ତି ଶୃଙ୍ଖଳାର ସହ ନିର୍ବାଚନ କରିବା ନିମନ୍ତେ ୬୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା। ସୂଚନାଯୋଗ୍ୟଯେ, ପାଟକୁରାରେ ଗତ ଏପ୍ରିଲ ୨୯ରେ ଲୋକ ସଭା ପାଇଁ ଭୋଟ ହୋଇଥିଲା। ସେତେବେଳେ ୭୧ ପ୍ରତିଶତ ମତଦାନ ହୋଇଥିଲା । ଏହି ନିର୍ବାଚନମଣ୍ଡଳୀର ଭୋଟର ହୋଇ ନ ଥିବାରୁ ଶନିବାର କଂଗ୍ରେସ ପ୍ରାର୍ଥୀ ଜୟନ୍ତ ମହାନ୍ତି ଓ ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲ ଭୋଟ ଦେଇ ପାରିନାହାନ୍ତି । ମାତ୍ର ଏହି ୨ ପ୍ରାର୍ଥୀ ନିଜର ବିଜୟ ନିଶ୍ଚିତ ବୋଲି ଗଣମାଧ୍ୟମକୁ ସୂଚନା ଦେଇଥିବାବେଳେ ମହାକାଳପଡା ବିଧାୟକ ଅତନୁ ସବ୍ୟସାଚୀ ନାୟକ ଓ ଭାଜପା ପ୍ରାର୍ଥୀ ବିଜୟ ନିର୍ବାଚନ ଫଳାଫଳ ସମ୍ପର୍କରେ ଭିନ୍ନମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

ପୋଲିସ ଦମନଲୀଳାର ଦୁଃଖ ବଖାଣିଲେ ସିଜିମାଳି ଆଦିବାସୀ

ଭୁବନେଶ୍ୱର, ୧୧ା୪(ବନ୍ଦନା ସେଠୀ):ବେଦାନ୍ତ ପାଇଁ ରାୟଗଡ଼ା ଜିଲାର ସିଜିମାଳି ଅଞ୍ଚଳରେ ଆଦିବାସୀ ଲୋକଙ୍କ ଉପରେ ଚାଲିଥିବା ପୋଲିସର ଦମନଲୀଳା, ନିଷେଧାଦେଶ ଓ ଗଣତାନ୍ତ୍ରିକ ଅଧିକାର ଉଲ୍ଲଂଘନକୁ ବାମପନ୍ଥୀ…

୩୧୮ ସ୍ଥାନରେ ‘ଅଟଳ ବସ୍‌ଷ୍ଟାଣ୍ଡ’:୬ ଜିଲାରେ…

ଭୁବନେଶ୍ୱର,୧୧।୪(ରବିନାରାୟଣ ଜେନା): ରାଜ୍ୟର ୩୧୮ ବସ୍‌ଷ୍ଟାଣ୍ଡିକୁ ‘ଅଟଳ ବସ୍‌ଷ୍ଟାଣ୍ଡ’ରେ ପରିଣତ କରାଯିବ। ଏହାଦ୍ୱାରା ସମନ୍ବିତ ସାର୍ବଜନୀନ ସେବା ଲୋକଙ୍କୁ ମିଳିପାରିବ। ଏହି ଲକ୍ଷ୍ୟ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri