‘ପାଟଣାଗଡ଼’କୁ ଅନ୍ତର୍ଜାତୀୟ ପୁରସ୍କାର

ସତ୍ୟ ଘଟଣାକୁ ନେଇ ପ୍ରସ୍ତୁତ ଓଡ଼ିଆ ସିନେମା ‘ପାଟଣାଗଡ଼’ ନିକଟରେ ମୁମ୍ବାଇର ଲୋନାଭୋଲାଠାରେ ସମାପିତ ‘ଏଲଆଇଏଫଏଫଟି ଅନ୍ତର୍ଜାତୀୟ ଫିଲ୍ମ ଫେଷ୍ଟିଭାଲ-୨୦୧୯’ରେ ଇସ୍ମାଇଲ ମର୍ଚ୍ଚାଣ୍ଟ ପୁରସ୍କାର ହାସଲ କରିବାରେ ସକ୍ଷମ ହୋଇଛି। ଏହି ପ୍ରତିଯୋଗିତାରେ ୪୦ଟି ଦେଶର ୨୫୦ଟି ଚଳଚ୍ଚିତ୍ର ଅଂଶଗ୍ରହଣ କରିଥିଲା। ଶେଷରେ ‘ପାଟଣଗଡ’କୁ ଶ୍ରେଷ୍ଠ ପ୍ରଯୋଜକ (ଶ୍ରୀଧର ମାର୍ଥା) ଏବଂ ଶ୍ରେଷ୍ଠ ବ୍ୟାକ୍‌ଗ୍ରାଉଣ୍ଡ ମ୍ୟୁଜିକ ପୁରସ୍କାର (ଜର୍ଜ ଜୋସେଫ) ମିଳିଛି। ପୁରସ୍କାର ଗ୍ରହଣ ପରେ ଶ୍ରୀଧର କହନ୍ତି, ‘ଏହି ଫିଲ୍ମଟି ଥିଲା ମୋର ଏକ ଡ୍ରିମ ପ୍ରୋଜେକ୍ଟ। ଏଥିପାଇଁ ଯେତେବେଳେ ମୁଁ ମାନସିକ ସ୍ତରରେ ନିଜକୁ ପ୍ରସ୍ତୁତ କଲି ସେତେବେଳେ ମୋ ମନକୁ ଆସିଥିଲା ଯେ, ଏହି ସିନେମା କେବଳ ଜାତୀୟ ସ୍ତରରେ ନୁହେଁ ଅନ୍ତର୍ଜାତୀୟ ସ୍ତରରେ ମଧ୍ୟ ପ୍ରଶଂସିତ ହେବ। ତାହା ଆଜି ସତରେ ପରିଣତ ହୋଇଛି। ଏଥିପାଇଁ ଏହାର ନିର୍ଦ୍ଦେଶକ ରାଜେଶ ଟଚ୍‌ରିଭର ଏବଂ ଅଭିନୟ କରିଥିବା ସମସ୍ତ କଳାକାର, ଟେକ୍ନିସିଆନ ଏବଂ ଏହି ଫିଲ୍ମ ସହ ସଂପୃକ୍ତ ସମସ୍ତ ବ୍ୟକ୍ତିବିଶେଷଙ୍କୁ ମୁଁ ଆନ୍ତରିକ ଅଭିନନ୍ଦନ ଜଣାଉଛି। କେବଳ ସେତିକି ନୁହେଁ, ଭବିଷ୍ୟତରେ ଏପରି କାହାଣୀକୁ ନେଇ ସିନେମା ନିର୍ମାଣ ଉଦ୍ୟମ ଜାରି ରଖିବି।’ ରେଞ୍ଜ ରୟାଲ ସିନେ ଲ୍ୟାବ ବ୍ୟାନରେ ପ୍ରସ୍ତୁତ ‘ପଟଣାଗଡ’ରେ ମନୋଜ ମିଶ୍ର, ଅତୁଲ କୁଲକର୍ନି, ପୁଷ୍ପା ପଣ୍ଡା ପ୍ରମୁଖ କଳାକାର ଅଭିନୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ଥାର୍ଡ ଡିଗ୍ରୀ: ବଦଳିଲେ ବାରଙ୍ଗ IIC: ଜାଣନ୍ତୁ କିଏ ହେଲେ ନୂଆ

ବାରଙ୍ଗ, ୩୧।୫(ଲିଙ୍ଗରାଜ ରାଉତ) : ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଦେବା ଅଭିଯୋଗ ପରେ ପୋଲିସ ବିଭାଗ ତତ୍କାଳ କାର୍ଯ୍ୟନୁଷ୍ଠାନ ନେଇଛି। ବାରଙ୍ଗ ଥାନାର IIC…

Video: ବୈଭବ ସୂର୍ଯ୍ୟବଂଶୀଙ୍କ ଜଣେ ଭଲ ପ୍ରଶଂସକ ହୋଇଯାଇଛନ୍ତି ସଚିନ ତେନ୍ଦୁଲକର , ତାଙ୍କ ପ୍ରଶଂସାରେ କହିଲେ…

ନୂଆଦିଲ୍ଲୀ,୩୧।୫: ‘ବେବି ବସ’ ଭାବରେ ଶୀଘ୍ର ପ୍ରସିଦ୍ଧି ଲାଭ କରୁଥିବା ବୈଭବ ସୂର୍ଯ୍ୟବଂଶୀ ତାଙ୍କର ବିସ୍ଫୋରକ ଖେଳ ଶୈଳୀ ସହିତ ଏକ ଚାଞ୍ଚଲ୍ୟକର ଘଟଣା ସୃଷ୍ଟି କରିଛନ୍ତି।…

ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ନେଇ ବର୍ଷିଲେ ଅତନୁ, କହିଲେ ଭାଜପା ସରକାର କେବଳ…

ମହାକାଳପଡ଼ା,୩୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): ରାଜ୍ୟରେ ୨ ବର୍ଷ ଭାଜପା ସରକାରଙ୍କ ଶାସନ କଳଙ୍କିତ ଇତିହାସ। ମହିଳାମାନଙ୍କ ହକ୍‌ ପାଇଁ ବିଜେଡ଼ିର ପଥପ୍ରାନ୍ତ ସଭାରେ ଯୋଗଦେଇ ପୂର୍ବତନ ମନ୍ତ୍ରୀ…

କଳା ଅନ୍ଧାରକରି ମାଡ଼ିଆସିଲା କାଳବୈଶାଖୀ : ବିଦ୍ୟୁତ୍ ସେବା ପ୍ରଭାବିତ, ବିଜୁ ପଟ୍ଟନାୟକ ପାର୍କ ୨ ଦିନ ବନ୍ଦ

ଭଞ୍ଜନଗର, ୩୧।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳରେ ରବିବାର ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ଏହା ଫଳରେ ବିଭିନ୍ନ ବିଭାଗରେ କ୍ଷତି…

ଅପେରା ନାୟିକା କରାଇବାକୁ କହି ଯୁବତୀଙ୍କୁ ହୋଟେଲ୍‌ ଡାକି ବଳାତ୍କାର: ଭିଡିଓ କରି ବ୍ଲାକମେଲିଂ, ଯାତ୍ରାପାର୍ଟି ମ୍ୟାନେଜର ଗିରଫ

ପଟ୍ଟାମୁଣ୍ଡାଇ, ୩୧ା୫(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଯାତ୍ରା ପାଟି ନାୟିକା କରାଇ ଦେବାକୁ ପ୍ରଲୋଭନ ଦେଖାଇ ତାଙ୍କଠାରୁ ଅର୍ଥ…

ଅଭିଷେକ ବାନାର୍ଜୀଙ୍କ ଉପରେ ଆକ୍ରମଣ ଘଟଣାରେ ବଙ୍ଗଳା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ; ୫ ଅଭିଯୁକ୍ତ ଗିରଫ

ସୋନାରପୁର,୩୧।୫: ତୃଣମୂଳ କଂଗ୍ରେସ (ଟିଏମସି)ର ଜାତୀୟ ସାଧାରଣ ସମ୍ପାଦକ ଏବଂ ଏମପି ଅଭିଷେକ ବାନାର୍ଜୀଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାରେ ପୋଲିସ ପାଞ୍ଚ ଜଣଙ୍କୁ ଗିରଫ କରିଛି।…

କେନ୍ଦ୍ରାପଡ଼ା ସହରରେ ଫୁଟିଲା ଗୁଳି

କେନ୍ଦ୍ରାପଡା, ୩୧ା୫ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଟାଉନ ଥାନା ଅନ୍ତର୍ଗତ ସହରସ୍ଥ ରଣପଡା ନିକଟ ଟାଉନ ହାଇସ୍କୁଲ ପଡ଼ିଆ ପାଖରେ ଶନିବାର ସନ୍ଧ୍ୟାରେ ଗୁଳି ଫୁଟିଛି। ଏଥିରେ କାହାରି…

ଖୁସି ଖବର, ପେଟ୍ରୋଲ-ଡିଜେଲ ଉପରେ ଟିକସ ହ୍ରାସ କଲେ ସରକାର: ସାଧାରଣ ଲୋକଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୩୧।୫: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ATF ରପ୍ତାନି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ଶନିବାର, ୩୦ ମଇରେ ଜାରି ଏକ ବିବୃତ୍ତି ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri