‘ପାଟଣାଗଡ଼’ ରିଲିଜ୍‌କୁ ସବୁଜ ସଂକେତ:ସ୍ଥଗିତାଦେଶ ପାଇଁ ମନାକଲେ ସୁପ୍ରିମକୋର୍ଟ

ଭୁବନେଶ୍ୱର, ୬ା୧୧(ବ୍ୟୁରୋ):ବହୁଚର୍ଚ୍ଚିତ ଫିଲ୍ମ ‘ପାଟଣାଗଡ଼’ର ରିଲିଜ୍‌ ନେଇ ହାଇକୋର୍ଟଙ୍କ ପରେ ଏବେ ସୁପ୍ରିମକୋର୍ଟରୁ ମଧ୍ୟ ସବୁଜ ସଂକେତ ମିଳିଛି। ଫିଲ୍ମ ରିଲିଜ୍‌ ଉପରେ ସ୍ଥଗିତାଦେଶ ଜାରି କରିବାକୁ ସର୍ବୋଚ୍ଚ ନ୍ୟାୟାଳୟ ସ୍ପଷ୍ଟ ମନା କରିଦେଇଛନ୍ତି। ୨୦୧୮ରେ ବଲାଙ୍ଗୀର ଜିଲା ପାଟଣାଗଡ଼ରେ ହୋଇଥିବା ପାର୍ସଲ ବୋମା ବିସ୍ଫୋରଣ ଘଟଣା ଉପରେ ଆଧାରିତ ଏହି ଫିଲ୍ମ ନଭେମ୍ବର ୮ରେ ଓଡ଼ିଆ, ହିନ୍ଦୀ ଏବଂ ତେଲୁଗୁ ଭାଷାରେ ରିଲିଜ୍‌ ହେବାକୁ ସ୍ଥିର ହୋଇଛି। ଫିଲ୍ମ ରିଲିଜ୍‌ ଉପରେ ରୋକ ଲଗାଇବାକୁ ପାର୍ସଲ ବୋମା ଘଟଣାର ଅଭିଯୁକ୍ତ ପୁଞ୍ଜିଲାଲ୍‌ ମେହେରଙ୍କ ପତ୍ନୀ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଜଷ୍ଟିସ ଏସ୍‌.ଏ. ବୋବ୍‌ଡେ, ଜଷ୍ଟିସ୍‌ ଏସ୍‌. ଅବ୍‌ଦୁଲ ନାଜିର୍‌ ଏବଂ ଜଷ୍ଟିସ୍‌ କ୍ରୀଷ୍ଣା ମୁରାରୀଙ୍କୁ ନେଇ ଗଠିତ ସୁପ୍ରିମକୋର୍ଟଙ୍କ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ଏଭଳି ନିର୍ଦ୍ଦେଶ ଶୁଣାଇଛନ୍ତି। ଯଦି ଫିଲ୍ମର କାହାଣୀକୁ ନେଇ କୌଣସି ଅଭିଯୋଗ ଥାଏ, ତା’ହେଲେ ଅଭିଯୋଗକାରୀ ଆସନ୍ତା ୩୦ଦିନ ମଧ୍ୟରେ ସେନ୍‌ସର୍‌ ବୋର୍ଡର ଦ୍ୱାରସ୍ଥ ହେବାକୁ ଖଣ୍ଡପୀଠ କହିଛନ୍ତି। ଆବେଦନକାରୀଙ୍କ ଆପତ୍ତି ନେଇ ବିଚାର କରିବାକୁ ବୋର୍ଡ଼କୁ ନିର୍ଦ୍ଦେଶ ଦିଆଯାଇଛି।
ଉଲ୍ଲେଖଯୋ୍ଯଯ, ୨୦୧୮ ଫେବୃୟାରୀ ୨୩ରେ ପାଟଣାଗଡ଼ରେ ହୋଇଥିବା ବହୁଚର୍ଚ୍ଚିତ ପାର୍ସଲ ବୋମା ଘଟଣା ଉପରେ ଫିଲ୍ମର କାହାଣୀ ଆଧାରିତ। ଫିଲ୍ମରେ ମୁଖ୍ୟ ଭୂମିକାରେ ବଲିଉଡ୍‌ ଅଭିନେତା ଅତୁଲ କୁଲକର୍ଣ୍ଣୀ, ୟଶପାଲ ଶର୍ମା, ଲୋକପ୍ରିୟ ଓଡ଼ିଆ ଫିଲ୍ମ ଅଭିନେତା ମନୋଜ ମିଶ୍ର, ପୁଷ୍ପା ପଣ୍ଡା, ଅନୁ ଚୌଧୁରୀ, ତେଲୁଗୁ ଅଭିନେତା ଥନିକେଲ୍ଲା ଭାରାଣୀ ପ୍ରମୁଖ ଅଭିନୟ କରିଛନ୍ତି। ରାଜେଶ ଟଚରିଭର୍‌ଙ୍କ ନିର୍ଦ୍ଦେଶନାରେ ନିର୍ମିତ ଏହି ଫିଲ୍ମର ପ୍ରଯୋଜକ ହେଉଛନ୍ତି ଶ୍ରୀଧର ମାର୍ଥା। ବଲାଙ୍ଗୀରରେ ନବ ବିବାହିତ ଦମ୍ପତି ସୌମ୍ୟ ଏବଂ ରୀମାଙ୍କୁ ବାହାଘର ଉପହାରରେ ମିଳିଥିଲା ଏକ ବୋମା। ନବ ବିବାହିତ ଯୋଡ଼ି ଉତ୍ସାହିତ ହୋଇ ନିଜ ବାହାଘର ଉପହାରଗୁଡ଼ିକୁ ଖୋଲିବାବେଳେ ବୋମା ଫୁଟି ଘଟଣାସ୍ଥଳରେ ହିଁ ସୌମ୍ୟଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟପଟେ ରୀମା ମଧ୍ୟ ଗୁରୁତର ଭାବେ ଆହତ ହୋଇଥିଲେ। ଏହି ପାର୍ସଲ ବୋମା ବିସ୍ଫୋରଣ ମାମଲାରେ ପୁଞ୍ଜିଲାଲ ମେହେର ମୁଖ୍ୟ ଅପରାଧୀ ସାବ୍ୟସ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri