ପାଟଣାରେ କେରଳ ଫେରନ୍ତାକୁ ନେଇ ଭୟ: ଫେରିଲେ ୧୪ ପ୍ରବାସୀ

ପାଟଣା,୮।୫(ସ୍ବ.ପ୍ର.): କେରଳରେ ରହୁଥିବା ୧୪ ପ୍ରବାସୀ ଓଡ଼ିଆ ଶୁକ୍ରବାର କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳର ନିଜ ଗ୍ରାମକୁ ଫେରିଛନ୍ତି। ଏହି ସମସ୍ତ ପୁରୁଷ ଶ୍ରମିକ କେରଳର ଆଟା ପାଟୁଠାରେ ଏକ ନର୍ସରୀରେ ଶ୍ରମିକ ଭାବେ କାମ କରୁଥିଲେ। ଏକ ସ୍ବତନ୍ତ୍ର ଟ୍ରେନରେ ଏମାନେ ଗୁରୁବାର ଭୁବନେଶ୍ୱର ପହଞ୍ଚିବା ପରେ ବସ୍‌ ଯୋଗେ ପାଟଣାରେ ପହଞ୍ଚିଛନ୍ତି। ପାଟଣା ମୁଖ୍ୟାଳୟସ୍ଥିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଖୋଲା ଯାଇଥିବା ଫିବର କ୍ଲିନିକରେ ସମସ୍ତଙ୍କର ସ୍ବାସ୍ଥ୍ୟ ପରୀକ୍ଷା ପରେ ନିଜ ନିଜ ପଞ୍ଚାୟତରେ କରାଯାଇଥିବା କ୍ୱାରାଣ୍ଟଆଇନ କକ୍ଷକୁ ଏମାନଙ୍କୁ ପଠାଯାଇଥିବା ବିଡିଓ ଈଶ୍ୱର ଚନ୍ଦ୍ର ନାଏକ, ଥାନାଧିକାରୀ ସନ୍ଧ୍ୟାରାଣୀ ଜେନା ଓ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସୁପରିଟେଣ୍ଡେଣ୍ଟ ଡ. ସୁପ୍ରକାଶ ଶତପଥୀ କହିଛନ୍ତି। ବ୍ଲକର କେନ୍ଦେଇପଶି ପଞ୍ଚାୟତକୁ ୮ ଖିରେଇଟାଙ୍ଗିରି ପଞ୍ଚାୟତକୁ ୪ , ମୁଷାଖୋରୀ ପଞ୍ଚାୟତକୁ ଜଣେ ଓ ସାହାରପଡା ବ୍ଲକକୁ ଜଣେ ପ୍ରବାସୀ ଫେରିଛନ୍ତି।
ତେବେ ୩ଦିନ ତଳେ ସୁରଟ ଫେରନ୍ତା ୩ ଶ୍ରମିକଙ୍କୁ ମୁଖ୍ୟାଳୟସ୍ଥିତ ପାଟଣା ମହାବିଦ୍ୟାଳୟରେ କରାଯାଇଥିବା ଆଇସୋଲେଶନ ସେଣ୍ଟରରେ ରଖାଯାଇଛି। ସମସ୍ତଙ୍କର ସ୍ବାବ ଟେଷ୍ଟ ପାଇଁ କଟକ ବଡ଼ ଡାକ୍ତରଖାନାକୁ ପଠାଯାଇଛି। ଏମାନଙ୍କ ମଧ୍ୟରୁ ଜଣଙ୍କୁ ଥଣ୍ଡା, କାଶ ହେଉଥିବାରୁ ନେଇ ସ୍ଥାନୀୟ ଅଞ୍ଚଳରେ କୋକୁଆ ଭୟ ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri