ପାଟଣା ଅବକାରୀ ବିଭାଗର ଚଢ଼ାଉ: ୧୧୩ ଲିଟର ଦେଶୀ ମହୁଲି ଜବତ, ୪ ଗିରଫ

ପାଟଣା,୬।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଅବକାରୀ ଥାନା ପକ୍ଷରୁ ଗୁରୁବାର ପୂର୍ବାହ୍ନରେ ପାଟଣା ଥାନା ଓ ତୁରୁମୁଙ୍ଗା ଥାନା ଅଞ୍ଚଳରେ ବ୍ୟାପକ ଅବକାରୀ ଚଢ଼ାଉ କରାଯାଇଛି। ଏଥିରେ ୧୧୩ ଲିଟରରୁ ଊଦ୍ଧର୍‌ବ ବେଆଇନ ଦେଶୀ ମହୁଲି ଜବତ କରାଯିବା ସହ ୪ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛିି।

ପାଟଣା ଅବକାରୀ ଥାନା ପକ୍ଷରୁ ତୁରୁମୁଙ୍ଗା ଥାନା ଅଞ୍ଚଳର ଭଗପଶି ଗ୍ରାମର ମାଘୁ ମୁଣ୍ଡାଙ୍କ ଝିଅ ମାଳତୀ ମୁଣ୍ଡାଙ୍କଠାରୁ ୬୦ ଲିଟର, କଣ୍ଟିଆପଡାର ବିନ ବେହେରାଙ୍କଠାରୁ ୫ ଲିଟର ଓ ପାଟଣା ଥାନା ମଙ୍ଗଳପୁର ଗ୍ରାମର ଦୁର୍ଗାଚରଣ ମହାନ୍ତଙ୍କଠାରୁ ୮ ଲିଟର ଓ ଡିଆନାଳୀ ଗ୍ରାମର କୁନି ମୁଣ୍ଡାଙ୍କଠାରୁ ୪୦ ଲିଟର ଦେଶୀ ମହୁଲି ମଦ ଜବତ କରାଯାଇଛି। ଏ ନେଇ ଥାନାରେ ପିଆର କେଶ (ନଂ ୨୦, ୨୧, ୨୨ ଓ ୨୩ /୧୯) ରୁଜୁ କରାଯାଇଛି। ଡାକ୍ତରୀ ପରୀକ୍ଷା ପରେ ପୋଲିସ ୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏହି ଚଢ଼ାଉରେ ଅବକାରୀ ଅଧିକାରୀ ଦିଲୀପ କୁମାର ତାଣ୍ଡି,ଏଏସ୍‌ଆଇ ପୁଷ୍ପଲତା ଗୋସ୍ବାମୀ, ଏକ୍ସାଇଜ୍‌ କନଷ୍ଟେବଳ ଯତୀନ କୁମାର ମହାନ୍ତ, ଲକ୍ଷ୍ମଣ ନାଏକ ଓ ରଞ୍ଜନ କୁମାର ସାହୁ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୪(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ଲୋମ ଟାଙ୍କୁରି ଉଠିବ…. ଅବୈଧ ସମ୍ପର୍କ ପାଇଁ ପ୍ରେମିକାକୁ ମାରି ଖଣ୍ଡ ଖଣ୍ଡ କଲା ପ୍ରେମିକ, ଫ୍ରିଜରେ ପୁରାଇ….

ନୂଆଦିଲ୍ଲୀ,୩୦।୩: ବିଶାଖାପାଟଣାରେ ଏକ ଲୋମହର୍ଷଣକାରୀ ଘଟଣା ବର୍ତ୍ତମାନ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । ଏଠାରେ ଜଣେ ବ୍ୟକ୍ତି ସାମାନ୍ୟ ଯୁକ୍ତିତର୍କ ପରେ ଜଣେ ମହିଳାଙ୍କୁ…

ରାମନବମୀ ଶୋଭାଯାତ୍ରାବେଳେ ଫାଙ୍କା ଗୁଳିଚାଳନା କରି ଫସିଲେ ବିଧାୟକ, ଏବେ…

ବଲାଙ୍ଗୀର/ଟିଟିଲାଗଡ଼,୨୯ା୩ (ବୀରେନ୍ଦ୍ର କୁମାର ଝାଙ୍କର/ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ଫୁଟିଛି ଗୁଳି। ଆଉ ଏହି ଗୁଳି ଚଳାଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri