ପାଟଣା-ତୁରୁମୁଙ୍ଗା କାଳୀ ପୂଜା: ଝଲସୁଛି ତୋରଣ

ପାଟଣା,୨୫।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ବଜାର ଓ ତୁରୁମୁଙ୍ଗା ବଜାରରେ ବଣିକ ସଙ୍ଘ ପକ୍ଷରୁ ସୋମବାର ଶ୍ୟାମା କାଳୀ ପୂଜା ଅନୁଷ୍ଠିତ ହୋଇଛି। ଆଲୋକ ମାଳା ସହ ସୁନ୍ଦର ତୋରଣରେ ବଜାର ଝଲସି ଉଠୁଛି। ପାଟଣା ପୂଜାରେ କର୍ତ୍ତା ଭାବେ ଅଜୟ କୁମାର ଭଞ୍ଜ ପୂଜା ନୀତି ସମ୍ପନ୍ନ କରିଥିବା ବେଳେ ପୂଜକ ଭାବେ ରବୀନ୍ଦ୍ର ପାଣି , ଗଦାଧର ପଣ୍ଡା ଓ ସମ୍ବିତ କୁମାର ପାଣି ଦେନୀତି ସମ୍ପନ୍ନ କରିଥିଲେ। ସମସ୍ତ ନୀତିକାନ୍ତି ବଣିକ ସଙ୍ଘ ସଭାପତି ଅଜୟ ଭଞ୍ଜ ଓ ସମ୍ପାଦକ ବାଇଧର ସାହୁ ତତ୍ୱାବଧାନରେ ଅନୁଷ୍ଠିତ ହୋଇଛି। ବୁଧବାର ଭୁବନେଶ୍ୱର ଗୀତ ଗୁଞ୍ଜନ ପକ୍ଷରୁ ମେଲୋଡି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଅନୁରୁପ ଭାବେ ତୁରୁମୁଙ୍ଗା ହାଇସ୍କୁଲ ପଡିଆରେ ବଣିକ ସଂଘ ପକ୍ଷରୁ କାଳୀ ପୂଜା ଅନୁଷ୍ଠିତ ହେଉଛି। ମଙ୍ଗଳବାର ସୂର୍ଯ୍ୟ ପରାଗ ହେଉଥିବାରୁ ଦେବୀଙ୍କ ନୀତିକାନ୍ତି ସହ ଦର୍ଶନ ବନ୍ଦ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୬ ବର୍ଷ ପରେ ହତ୍ୟା ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର,୧୦/୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନୂଆଁପଲ୍ଲୀ ଗ୍ରାମର ଟୁକୁନା ନାଇକଙ୍କୁ ପୋଲିସ ଏକ ହତ୍ୟା ମାମଲାରେ ସୋମବାର ଗିରଫ କରିଛି। ଏହାପରେ ତାଙ୍କୁ...

ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର...

ଯୁକ୍ତ୨ ପରୀକ୍ଷା ସୂଚୀରେ ପରିବର୍ତ୍ତନ

ଭୁବନେଶ୍ୱର,୧୦।୧୨(ସୁଚିସ୍ମିତା ସାହୁ): ଯୁକ୍ତ୨ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିବର୍ତ୍ତିତ ସୂଚୀ ଅନୁଯାୟୀ, ମାର୍ଚ୍ଚ ୧୧ରେ ହେବାକୁ...

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri