ପାଟଣା ୧, ସାହାରପଡା ବ୍ଲକରୁ ୩ ନୂଆ କରୋନା ପଜିଟିଭ ଚିହ୍ନଟ: ମାଛଗଡ଼ ପଞ୍ଚାୟତ ୭୨ ଘଣ୍ଟା ଶର୍ଟଡାଉନ ଘୋଷଣା

ପାଟଣା,୨୦।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକରୁ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବ୍ଲକରେ ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଛି। ଚିହ୍ନଟ ଜଣକ ଚେମେଣା ପଞ୍ଚାୟତର ଦିଲ୍ଲୀ ଫେରନ୍ତା ୩୫ ବର୍ଷୀୟ ବ୍ୟକ୍ତି ବୋଲି ଶୁକ୍ରବାର ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସୂଚନା ଦିଆହୋଇଛି। ସେ ଜଣେ ସିଆର୍‌ପିଏଫ୍‌ ଯବାନ ହୋଇଥିବା ବେଳେ ଦିଲ୍ଲୀରୁ ଆସି କ୍ୱାରାଣ୍ଟାଇନ୍‌ ସେଣ୍ଟରେ ରହିଥିଲେ। ତାଙ୍କୁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ବ୍ଲକର ମୋଟ ୮ ଆକ୍ରାନ୍ତଙ୍କ ମଧ୍ୟରୁ ୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ଅନୁରୂପ ଭାବେ ସାହରପଡା ବ୍ଲକରେ ଶୁକ୍ରବାର ୩ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଖୁଣ୍ଟାପଡା ପଞ୍ଚାୟତର ଜଣେ ୩୦ ବର୍ଷୀୟ ବ୍ୟକ୍ତି। ସେ ମହାରାଷ୍ଟ୍ରରୁ ଫେରି କ୍ୱାଣ୍ଟାଇନରେ ରହିଥିଲେ। ଅନ୍ୟ ଦୁଇଜଣଙ୍କ ମଧ୍ୟରୁ ୧୮ ଓ ୨୦ ବର୍ଷୀୟ ଯୁବକ ରହିଛନ୍ତି। ଉଭୟ ମାଛଗଡ଼ ପଞ୍ଚାୟତ କ୍ୱାରାଣ୍ଟାଇନ ସେଣ୍ଟରରେ ରହୁଥିଲେ। ସେମାନେ ଗୁଜୁରାଟ ଫେରନ୍ତା। ଏମାନଙ୍କୁ ମିଶାଇ ସାହରପଡ଼ା ବ୍ଲକରେ ପଜିଟିଭ ସଂଖ୍ୟା ୫ରେ ପହଞ୍ଚିଛି। ସମସ୍ତଙ୍କୁ ଜିଲା କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ମାଛଗଡ଼ କ୍ୱାରାଣ୍ଟାଇନ ସେଣ୍ଟରରେ ୨ ପଜିଟିଭ୍‌ ବାହାରିବା ପରେ ସରପଞ୍ଚ ଈଶ୍ୱର ଚନ୍ଦ୍ର ନାଏକ ଶୁକ୍ରବାର ରାତି ୧୨ଟାରୁ ପଞ୍ଚାୟତର ସମସ୍ତ ଗାଁକୁ ୭୨ ଘଣ୍ଟା ପାଇଁ ଶର୍ଟଡାଉନ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

ଗତ ୨ ବର୍ଷରେ ୧୧ ହଜାର ଇଞ୍ଜିନିୟର ୫ ହଜାର ଡାକ୍ତର ଦେଶ ଛାଡିଛନ୍ତି, କାହିଁକି ପାକିସ୍ତାନର ହେଉଛି ଏମିତି ଅବସ୍ଥା?ଜାଣନ୍ତୁ…

ଇସଲମାବାଦ,୨୭।୧୨: ପାକିସ୍ତାନ ବର୍ତ୍ତମାନ ଇତିହାସରେ ସବୁଠାରୁ ଗୁରୁତର ପ୍ରତିଭା ପ୍ରସ୍ଥାନର ସମ୍ମୁଖୀନ ହେଉଛି। ଆର୍ଥିକ ଦୁର୍ଦ୍ଦଶା, ରାଜନୈତିକ ଅନିଶ୍ଚିତତା ଏବଂ ବୃତ୍ତିଗତ ସୁଯୋଗର ଅଭାବ ଏପରି...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ମ୍ୟାଚ ପୂର୍ବରୁ ପଡ଼ିଆରେ କୋଚ୍‌ଙ୍କୁ ଆସିଲା ହୃଦ୍‌ଘାତ, ଆଉ ତା’ପରେ…

ନୂଆଦିଲ୍ଲୀ,୨୭।୧୨: ବାଂଲାଦେଶ ପ୍ରିମିୟର ଲିଗ ଶୁକ୍ରବାର, ଡିସେମ୍ବର ୨୬ ତାରିଖରେ ଆରମ୍ଭ ହୋଇଥିଲା। ଲିଗର ଦ୍ୱିତୀୟ ଦିନରେ ଆଜି ଏକ ଦୁଃଖଦ ଖବର ପ୍ରକାଶ ପାଇଛି।...

ବର୍ଷା-ଗୁଲୁଆଙ୍କୁ ନେଇ ମୁହଁ ଖୋଲିଲେ ସାଙ୍ଗ, କହୁକହୁ କହିଦେଲେ ଭିତିରି କଥା…

ଭୁବନେଶ୍ୱର,୨୭ା୧୨: ଥମୁନି ୟୁଟ୍ୟୁବର ଦମ୍ପତି ତଥା କମେଡିଆନ ଗୁଲୁଆ-ବର୍ଷାଙ୍କ ବିବାଦ। ତାଙ୍କ ସହ ଅତି ନିକଟତର ଥିବା ଜଣଙ୍କ ପରେ ଜଣେ ବ୍ୟକ୍ତି ମିଡିଆ ସାମ୍ନାକୁ...

ଅଷ୍ଟ୍ରେଲିଆର ପରାଜୟ ଭାରତ ପାଇଁ ଲାଭ, ଜାଣନ୍ତୁ ଇଂଲଣ୍ଡର ବିଜୟ ପରେ କେତେ ବଦଳିଲା ପଏଣ୍ଟ ଟେବୁଲ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ବନାମ ଇଂଲଣ୍ଡ ବକ୍ସିଂ ଡେ ଟେଷ୍ଟ ମାତ୍ର ଦୁଇ ଦିନ ମଧ୍ୟରେ ଶେଷ ହୋଇଥିଲା। ପ୍ରଥମ ଦିନରେ ଅଷ୍ଟ୍ରେଲିଆର ପ୍ରଥମ ଇନିଂସ ୧୫୨...

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

World Richest Indian-Origin: ବିଶ୍ୱର ସବଠାରୁ ଧନୀ ଭାରତୀୟ ମୂଳ ବାସିନ୍ଦା CEO ହେଲେ ଜୟଶ୍ରୀ ଉଲ୍ଲାଲ,ପଛରେ ରହିଗଲେ…

ନୂଆଦିଲ୍ଲୀ,୨୭।୧୨: ବହୁ ବର୍ଷ ଧରି, ଯେତେବେଳେ ବି ବିଶ୍ୱ ଟେକ ଇଣ୍ଡଷ୍ଟ୍ରି ବା ଶିଳ୍ପ ସବୁଠାରୁ ଧନୀ ଭାରତୀୟ ବଂଶୋଦ୍ଭବ ସିଇଓଙ୍କ ବିଷୟରେ ଆଲୋଚନା କରୁଥିଲା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri