ପାଣିଓହଳାରେ ନିଆଁ

ଢେଙ୍କାନାଳ ଅଫିସ, ୧୫।୪ – ପ୍ରାକୃତିକ ସୌନ୍ଦର୍ଯ୍ୟର ଗନ୍ତାଘର ତଥା ଢେଙ୍କାନାଳ ସହରର ସୁରକ୍ଷା କବଚ ପାଣିଓହଳା ପାହାଡ଼ରେ ମଙ୍ଗଳବାର ନିଆଁ ଲାଗିଛି। ପାଖାପାଖି ୨ କିମି ପରିଧି ଜଙ୍ଗଲ ଜଳୁଥିବାବେଳେ ପାହାଡ଼ ପାଦଦେଶକୁ ନିଅଁା ମାଡ଼ି ଆସିଛି। ଏହାକୁ ନେଇ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଢେଙ୍କାନାଳ ସହରବାସୀଙ୍କ ପାଇଁ ପ୍ରକୃତିର ବରଦାନ ହେଉଛି ପାଣିଓହଳା। ଘଞ୍ଚଜଙ୍ଗଲ ପରିବେଷ୍ଟିତ ଏହି ପାହାଡ଼ ପ୍ରବଳ ଗ୍ରୀଷ୍ମପ୍ରବାହ ସମୟରେ ତାପମାତ୍ରାକୁ ନିୟନ୍ତ୍ରଣ କରିଥାଏ। ଜଙ୍ଗଲ ମଧ୍ୟରେ ଶାଳ, ପିଆଶାଳ, ଶାଗୁଆନ ସାଙ୍ଗକୁ ମୂଲ୍ୟବାନ ଔଷଧୀୟ ଗଛ ରହିଛି। ପାହାଡ଼ର ପାଦଦେଶରେ ଐତିହ୍ୟସମ୍ପନ୍ନ ରାଜବାଟୀ, ଆଇଆଇଏମ୍‌ସି ରହିଛି। ସେହିପରି ନିଅଁା ଲାଗିଥିବାରୁ ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ସଦର ରେଞ୍ଜର ଧରିତ୍ରୀ ମୁର୍ମୁଙ୍କ ନିର୍ଦ୍ଦେଶରେ ବନ କର୍ମଚାରୀ ଏବଂ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚତ୍ ନିଅଁାକୁ ଆୟତ୍ତ କରିବାକୁ ଉଦ୍ୟମ ଚଳାଇଛନ୍ତି। ଧୂଅଁା ଏବଂ ପବନ ବହୁଥିବାରୁ ନିଅଁାକୁ ଆୟତ୍ତ କରିବା କଷ୍ଟକର ହୋଇପଡୁଛି। ଖବର ଲେଖାଯିବା ସୁଦ୍ଧା ନିଅଁା ଆୟତ୍ତ ହୋଇପାରି ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦିନ ଅନାବରଣ ହେବ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି: ଧାର୍ଯ୍ୟ ହେଲା ଦିନ, ସମୟ

ବଲାଙ୍ଗୀର, ୧୭।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମହାସଭା ପକ୍ଷରୁ ଭଗବାନ ପର୍ଶୁରାମ ଜନ୍ମୋତ୍ସବ ଓ ପ୍ରତିମୂର୍ତ୍ତି ଅନାବରଣ କାର୍ଯ୍ୟକ୍ରମ ଆସନ୍ତା ୧୯ ତାରିଖରେ ଅନୁଷ୍ଠିତ ହେବ।…

ଦେବଗଡ଼ ଜିଲା ପାଇଁ ଗୌରବ: ପଞ୍ଚମ ଶ୍ରେଣୀ ଭାଷା ମହକ ବହିରେ ସ୍ଥାନ ପାଇଲା ‘ପ୍ରଧାନପାଟ’ ବିଷୟବସ୍ତୁ

ଦେବଗଡ଼,୧୭।୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାର ପ୍ରଧାନପାଟ ଜଳପ୍ରପାତ ଓଡ଼ିଶାର ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀଭାବେ ଓଡ଼ିଶା ତଥା ରାଜ୍ୟ ବାହାରେ ସୁପରିଚିତ ତଥା ପ୍ରସିଦ୍ଧ ଲାଭ କରିଛି।…

ଜ୍ୱାଇଁଙ୍କୁ ଛୁରି ଭୁସି ହତ୍ୟା: ଶଳା-ଶଳା ଭାଉଜଙ୍କୁ ବାନ୍ଧିଲା ପୋଲିସ

ବ୍ରହ୍ମପୁର,୧୭।୪ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ରେଡିକା ସାହିରେ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ଛୁରାମାଡ଼ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।…

ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧଦିବସ ପାଳିତ: ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ପ୍ରଦାନ କଲେ ଦଳୀୟକର୍ମୀ

ପୁରୁଷୋତ୍ତମପୁର,୧୭।୪ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ଓ ବ୍ଲକ ବିଜୁ ଜନତା ଦଳ ତରଫରୁ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୨୯ ତମ…

ଘୁମୁସର ବନଖଣ୍ଡରୁ ରଥଯାତ୍ରା ପାଇଁ ପୁରୀ ଗଲା କାଠ: ରାସ୍ତାକଡ଼ରେ ଭକ୍ତିମୟ ପରିବେଶ

ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳରୁ ପୁରୀ ଅଭିମୁଖେ ୧୬ ଖଣ୍ଡ ଫାଶୀ କାଠ ଯାଇଛି। ଉକ୍ତ ସମସ୍ତ କାଠ ଲୋକେ…

ବ୍ରିଜ କାନ୍ଥକୁ ପିଟି ହୋଇ ଓଲଟି ପଡିଲା CRPF ବାଟାଲିଅନ ଗାଡ଼ି, ୨ ଗୁରୁତର

ଅତାବିରା, ୧୭।୪(ଯୁଧିଷ୍ଠିର ମହାପାତ୍ର ): ଦୁର୍ଘଟଣା ଗସ୍ତ ହେଲା CRPF ବାଟାଲିଅନ ଗାଡ଼ି । ସମ୍ବଲପୁର ବରଗଡ଼ ୫୩ନଂ ଜାତୀୟ ରାଜପଥ ଅତାବିରା ଦମଦମା ପୋଲ ଉପରେ…

ଡିଏଭି ବେଦାନ୍ତ ଅନ୍ତର୍ଜାତୀୟ ବିଦ୍ୟାଳୟର ସଫଳତା, ୯୮% ରଖି ପ୍ରିୟାଂଶୁ ମହାରଣା ପ୍ରଥମ

ଲାଞ୍ଜିଗଡ,୧୭।୪(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଡିଏଭି ବେଦାନ୍ତ ଆନ୍ତର୍ଜାତୀୟ ବିଦ୍ୟାଳୟର ଛାତ୍ରୀଛାତ୍ର ସିବିଏସଇ ଦଶମ ପରୀକ୍ଷାରେ ଶତପ୍ରତିଶତ ସଫଳତା ହାସଲ କରିଛନ୍ତି। ବୁଧବାର ପରୀକ୍ଷା…

ଗଞ୍ଜାମ ଶତ୍ରୁଷୋଲରେ ଟପ୍ପର ହେଲେ ପ୍ରତୀକ୍ଷା ପଲାଇ, ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ

ଗଞ୍ଜାମ,୧୭।୪(ଅନାଥ ତରାଇ): ଗଞ୍ଜାମ ବ୍ଲକ ଶତ୍ରୁଷୋଲ ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ପ୍ରତୀକ୍ଷା ପଲାଇ ଚଳିତ ସିବିଏସ୍‌ଇ ପରୀକ୍ଷାରେ ଅସାଧାରଣ ସଫଳତା ହାସଲ କରି ସମଗ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri