ପାଣିଓହଳାରେ ନିଆଁ

ଢେଙ୍କାନାଳ ଅଫିସ, ୧୫।୪ – ପ୍ରାକୃତିକ ସୌନ୍ଦର୍ଯ୍ୟର ଗନ୍ତାଘର ତଥା ଢେଙ୍କାନାଳ ସହରର ସୁରକ୍ଷା କବଚ ପାଣିଓହଳା ପାହାଡ଼ରେ ମଙ୍ଗଳବାର ନିଆଁ ଲାଗିଛି। ପାଖାପାଖି ୨ କିମି ପରିଧି ଜଙ୍ଗଲ ଜଳୁଥିବାବେଳେ ପାହାଡ଼ ପାଦଦେଶକୁ ନିଅଁା ମାଡ଼ି ଆସିଛି। ଏହାକୁ ନେଇ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଢେଙ୍କାନାଳ ସହରବାସୀଙ୍କ ପାଇଁ ପ୍ରକୃତିର ବରଦାନ ହେଉଛି ପାଣିଓହଳା। ଘଞ୍ଚଜଙ୍ଗଲ ପରିବେଷ୍ଟିତ ଏହି ପାହାଡ଼ ପ୍ରବଳ ଗ୍ରୀଷ୍ମପ୍ରବାହ ସମୟରେ ତାପମାତ୍ରାକୁ ନିୟନ୍ତ୍ରଣ କରିଥାଏ। ଜଙ୍ଗଲ ମଧ୍ୟରେ ଶାଳ, ପିଆଶାଳ, ଶାଗୁଆନ ସାଙ୍ଗକୁ ମୂଲ୍ୟବାନ ଔଷଧୀୟ ଗଛ ରହିଛି। ପାହାଡ଼ର ପାଦଦେଶରେ ଐତିହ୍ୟସମ୍ପନ୍ନ ରାଜବାଟୀ, ଆଇଆଇଏମ୍‌ସି ରହିଛି। ସେହିପରି ନିଅଁା ଲାଗିଥିବାରୁ ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ସଦର ରେଞ୍ଜର ଧରିତ୍ରୀ ମୁର୍ମୁଙ୍କ ନିର୍ଦ୍ଦେଶରେ ବନ କର୍ମଚାରୀ ଏବଂ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚତ୍ ନିଅଁାକୁ ଆୟତ୍ତ କରିବାକୁ ଉଦ୍ୟମ ଚଳାଇଛନ୍ତି। ଧୂଅଁା ଏବଂ ପବନ ବହୁଥିବାରୁ ନିଅଁାକୁ ଆୟତ୍ତ କରିବା କଷ୍ଟକର ହୋଇପଡୁଛି। ଖବର ଲେଖାଯିବା ସୁଦ୍ଧା ନିଅଁା ଆୟତ୍ତ ହୋଇପାରି ନ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri