Posted inଫୁରସତ

ପାଣିକୁ ଡରି ୬୫ ବର୍ଷ ହେବ ଗାଧୋଇନାହାନ୍ତି ଏହି ବ୍ୟକ୍ତି

ଶୀର୍ଷକ ପଢ଼ି ଆଶ୍ଚର୍ଯ୍ୟ ଲାଗୁଥିବ; ମାତ୍ର ଏହା ସମ୍ପୂର୍ଣ୍ଣ ସତ। ଇରାନ୍‌ ନିବାସୀ ୮୦ ବର୍ଷୀୟ ଅମୁ ହାଜୀ ଆଜକୁ ୬୫ ବର୍ଷ ହେବ ସ୍ନାନ କରିନାହାନ୍ତି। ତାଙ୍କୁ ଦୁନିଆର ସବୁଠୁ ଅପରିଷ୍କାର ମଣିଷ ଭାବେ ବିବେଚିତ କରାଯାଇଛି। କେବଳ ସେତିକି ନୁହେଁ, ଅମୁଙ୍କ ଦାବି ଗାଧୋଇବା ସାଙ୍ଗକୁ ସେ ଅନେକ ବର୍ଷ ହେବ ପାଣି ଛୁଇଁ ବି ନାହାନ୍ତି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ, ଏ ଘଟଣା ସମ୍ପର୍କରେ ଅବୁଙ୍କ ସହ ଅନେକଥର ଆଲୋଚନା ମଧ୍ୟ କରାଯାଇଛି। କିନ୍ତୁ ତାଙ୍କର ଗୋଟିଏ ଡର, ପାଣି ଦେଖିଲେ ତାଙ୍କୁ ଭୟ ଲାଗୁଛି। ତେଣୁ ପାଣିକୁ ହାତ ଲଗାଇବା ବି ଛାଡ଼ିଦେଇଛନ୍ତି। ଯେତେବେଳେ ତାଙ୍କୁ ଭୟର କାରଣ ପଚରାଗଲା, ସେ ଆଶ୍ଚର୍ଯ୍ୟ କଲାଭଳି ଉତ୍ତର ଦେଲେ। ପାଣି ଦେଖିଲେ ସେ ଏତେ ଭୟଭୀତ ହୋଇଯାନ୍ତି କେବେ ରୋଷେଇ କରନ୍ତିନି କି ବାସନ ବି ମାଜନ୍ତିନି। ଏମିତିକି ପଚାସଢ଼ା ମାଂସ ଖାଇଥାନ୍ତି। ପାଣି ପିଇବାକୁ ଇଚ୍ଛା ହେଲେ କଳଙ୍କି ଲାଗିଥିବା ତେଲ ଟିଣର ବ୍ୟବହାର କରନ୍ତି। ନିଜ ଚେହେରାକୁ ଦର୍ପଣରେ ଦେଖନ୍ତି। କିନ୍ତୁ ତାକୁ ପରିଷ୍କାର କରିବାକୁ ଇଚ୍ଛା କରନ୍ତିନି। କେଶ ବଢ଼ିଗଲେ ତାକୁୂ ସଫା କରିବା କି କାଟିବା ପରିବର୍ତ୍ତେ ପୋଡ଼ିଦିଅନ୍ତି। ଏହା ପୂର୍ବରୁ ଭାରତର କୈଳାସ ସିଂହ ୩୮ ବର୍ଷ ନ ଗାଧୋଇ ରେକର୍ଡ କରିଥିଲେ। କିନ୍ତୁ ଅମୁ ତାଙ୍କର ସବୁ ରେକର୍ଡକୁ ଭାଙ୍ଗି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri