Posted inରାଜ୍ୟ

ପାଣିପାଗ ବିଭାଗର ଆକଳନ : ଓଡ଼ିଶାକୁ ବାତ୍ୟା ଭୟ ନାହିଁ

ଭୁବନେଶ୍ୱର,୭ା୧୧(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଏବଂ ଉତ୍ତର ଆଣ୍ଡାମାନ ନିକଟରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତ (ଡିପ ଡିପ୍ରେଶନ)ରେ ପରିଣତ ହୋଇଛି। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ବାତ୍ୟାରୂପ ନେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଓଡ଼ିଶା ଉପକୂଳ ସମୁଦ୍ର ମଧ୍ୟ ଦେଇ ବାଂଲାଦେଶ ଆଡ଼କୁ ବାତ୍ୟା ଚାଲିଯିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଓଡ଼ିଶା ଉପରୁ ଏକ ପ୍ରକାର ବିପଦ ଟଳି ଯାଇଛି। ତେବେ ଏହାର ପ୍ରଭାବରେ ଆସନ୍ତା ୮ ତାରିଖରେ ଓଡ଼ିଶା ଉପକୂଳରେ ଘଣ୍ଟାକୁ ୪୦ରୁ ୫୦ କିଲୋମିଟର ବେଳେ ବେଳେ ୬୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି। ଏଥିସହିତ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୯ ଓ ୧୦ ତାରିଖରେ ମଧ୍ୟ ବର୍ଷା ଲାଗି ରହିବ। ବାତ୍ୟା ପ୍ରଭାବରେ ଉପକୂଳ ଅଶାନ୍ତ ରହୁଥିବାରୁ ଆସନ୍ତା ୯ ତାରିଖ ଯାଏ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ଲାଗି ପରାମର୍ଶ ଦିଆଯାଇଛି।
ଅବପାତ ବୁଧବାର ଆଣ୍ଡାମାନର ମାୟାବନ୍ଦରିଠାରୁ ଉତ୍ତର-ଉତ୍ତର ପଶ୍ଚିମ ଦିଗର ୩୯୦ କିଲୋମିଟର, ପାରାଦୀପଠାରୁ ଦକ୍ଷିଣ- ଦକ୍ଷିଣ ପୂର୍ବ ଦିଗଠାରୁ ୮୧୦ କିଲୋମିଟର ଏବଂ ପଶ୍ଚିମବଙ୍ଗଠାରୁ ୯୬୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି। ଧୀରେ ଧୀରେ ଏହା ଭୟଙ୍କର ସାମୁଦ୍ରିକ ଝଡ଼ରେ ପରିଣତ ହେଉଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରଥମେ କିଛି ସମୟ ପାଇଁ ଏହା ଉତ୍ତର-ପଶ୍ଚିମ ଦିଗ ଏବଂ ପରେ ଏହା ଉତ୍ତର- ଉତ୍ତର ପଶ୍ଚିମ ଦିଗ ଦେଇ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଆଡ଼କୁ ମୁହାଁଇବା ସମ୍ଭାବନା ରହିଛି ।
ବାତ୍ୟା ପ୍ରଭାବରେ ଆସନ୍ତା ୯ ଓ ୧୦ ତାରିଖରେ ଉପକୂଳ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତି ଚାଲିଛି। ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ ପ୍ରଭାବିତ ହେବାକୁ ଥିବା ୧୫ ଜିଲାର ଜିଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଜାରି କରାଯାଇ ସାରିଛି। ରାଜ୍ୟକୁ ବାତ୍ୟା ଆଶଙ୍କା ନ ଥିଲେ ମଧ୍ୟ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ବୁଧବାର ଗଣମାଧ୍ୟମକୁ ସୂଚନା ଦେଇ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି) ପ୍ରଦୀପ କୁମାର ଜେନା କହିଛନ୍ତି ଯେ ଭାରତୀୟ ପାଣିପାଗ ବିଭାଗ ସୂଚନା ଅନୁଯାୟୀ ବାତ୍ୟା ଓଡ଼ିଶା ଛୁଇଁବା ସମ୍ଭାବନା ନାହିଁ। ସମ୍ଭାବ୍ୟ ବାତ୍ୟା ଯୋଗୁ ଆସନ୍ତା ୯ ଓ ୧୦ ତାରିଖରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ବର୍ଷାକୁ ଦୃଷ୍ଟିରେ ରଖି କୃଷି ବିଭାଗ ପକ୍ଷରୁ ଚାଷୀମାନଙ୍କ ପାଇଁ ଏକ ପରାମର୍ଶ ବାର୍ତ୍ତା (ଆଡ୍‌ଭାଇଜରି) ଜାରି କରାଯାଇଛି। ଜିଲାପାଳମାନଙ୍କୁ ସତର୍କ ରହିବାକୁ କୁହାଯାଇଛି। ଜିଲାପାଳଙ୍କ ସହ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ପୂର୍ବସୂଚନା ଅନୁଯାୟୀ ପ୍ରସ୍ତୁତି କରିବାକୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୧୦ ତାରିଖ ସନ୍ଧ୍ୟା ସୁଦ୍ଧା ବାତ୍ୟା ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି। ବାତ୍ୟା ଉପରେ ନଜର ରଖାଯାଇଛି। ଏ ବିଷୟରେ ଦୈନିକ ଗଣମାଧ୍ୟମକୁ ସୂଚନା ଦିଆଯିବ ବୋଲି ଏସଆରସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଆଣ୍ଟି ଟିବି ଔଷଧ ଅଭାବ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ): ଜାତୀୟ ଯକ୍ଷ୍ମା ବିଲୋପ କାର୍ଯ୍ୟକ୍ରମ(ଏନ୍‌ଟିଇପି) ହେଉଛି ଏକ ଫ୍ଲାଗ୍‌ଶିପ କାର୍ଯ୍ୟକ୍ରମ। ଏଥିରେ ଯକ୍ଷ୍ମା ବା ଟିବି ରୋଗର ଶୀଘ୍ର ଚିହ୍ନଟ, ଚିକିତ୍ସା...

ପଦପଦବୀ ଅପେକ୍ଷା ସମ୍ମାନ, ବିଶ୍ୱାସ ବଡ଼

ଖୋର୍ଦ୍ଧା,୨୪ା୪(ପ୍ରଭାତ ପାଣିଗ୍ରାହୀ): ପାଖେଇ ଆସୁଛି ସାଧାରଣ ନିର୍ବାଚନ। ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ବିଜେଡି ମନ୍ମଥ ରାଉତରାୟ, ଭାଜପା ଅପରାଜିତା ଷଡ଼ଙ୍ଗୀ ଏବଂ କଂଗ୍ରେସ...

ବିଜେଡିର ୩୪ ମହିଳା ପ୍ରାର୍ଥୀଙ୍କ ମଧ୍ୟରୁ ୧୨ ବିଧାୟକଙ୍କ ସ୍ତ୍ରୀ

ଭୁବନେଶ୍ୱର,୨୪ା୪(ଅନିଲ ଦାସ):ବିଜୁ ଜନତା ଦଳ ସପ୍ତମ ପର୍ଯ୍ୟାୟ ସୁଦ୍ଧା ୧୪୧ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସେମାନଙ୍କ ମଧ୍ୟରେ ୩୪ ଜଣ ମହିଳାଙ୍କୁ ଦଳ...

ମିଶନ ଶକ୍ତିକୁ ବନ୍ଦ ପାଇଁ ଷଡ଼ଯନ୍ତ୍ର କରୁଛନ୍ତି ଧର୍ମେନ୍ଦ୍ର: ବିଜେଡି

ଭୁବନେଶ୍ୱର,୨୪ା୪(ଅନିଲ ଦାସ): ରାଜ୍ୟର ୭୦ ଲକ୍ଷ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଓ ୬ ଲକ୍ଷ ମିଶନ ଶକ୍ତି ଏସ୍‌ଏଚ୍‌ଜି ସାରା ଓଡ଼ିଶାର ଅନେକ ଲକ୍ଷ...

ଏପର୍ଯ୍ୟନ୍ତ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିପାରୁନାହାନ୍ତି ରାଜ୍ୟର ୩ ପ୍ରମୁଖ ଦଳ:ଜାଣନ୍ତୁ କାହାର କେତେ ଆସନ ବାକି ଅଛି

ଭୁବନେଶ୍ୱର,୨୪।୪(ସୁନିତ୍‌ ମିଶ୍ର):ରାଜ୍ୟରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ବୁଧବାର ପ୍ରାର୍ଥତ୍ପତ୍ର ଦାଖଲର ଶେଷ ଦିନ ରହିଛି। ହେଲେ ଏପର୍ଯ୍ୟନ୍ତ ରାଜ୍ୟର ୩ ପ୍ରମୁଖ...

ଭାଜପା ଟି-ଶାର୍ଟରେ ନାହିଁ ମନମୋହନଙ୍କ ଫଟୋ

କାଏମା,୨୪ା୪(ଶିବପ୍ରସାଦ ମହାନ୍ତି):ଯାଜପୁର ଜିଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ମଙ୍ଗଳବାର ଆହୂତ ଏକ ବାଇକ୍‌ ଶୋଭାଯାତ୍ରାରେ କର୍ମୀମାନେ ପିନ୍ଧିଥିବା ଟି-ସାର୍ଟରେ ଭାଜପା ଉଚ୍ଚ ନେତୃବର୍ଗଙ୍କୁ ଉପେକ୍ଷା କରାଯାଇଥିବା...

ନବୀନଙ୍କ ଲୁଙ୍ଗିକୁ ନେଇ ରାଜନୀତିରେ ଝଡ଼, ଧର୍ମେନ୍ଦ୍ର କହିଲେ…

ଭୁବନେଶ୍ୱର,୨୩।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ପ୍ରଦୀପ ପାଣିଗ୍ରାହୀଙ୍କୁ ଝଟକା

କଟକ,୨୩ା୪ (କାର୍ତ୍ତିକ ସାହୁ) ଟାଟା ମୋଟର୍ସରେ ଚାକିରି କରାଇଦେବାକୁ କହି ଲକ୍ଷ ଲକ୍ଷ ଟଙ୍କା ଠକିବା ଅଭିଯୋଗ ମାମଲାରେ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ଼ ଝଟକା ଲାଗିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri