ପାଣିରେ ବୁଡ଼ି ନାବାଳିକା ମୃତ

କେନ୍ଦୁଝର, ୩ା୬(ଡି.ଏନ୍‌.ଏ.)-କେନ୍ଦୁଝର ସଦର ଥାନା ପଦ୍ମପୁର ମେଗା ନର୍ସରୀ ନିକଟରେ ଥିବା ପୋଖରୀରେ ରବିବାର ଅପରାହ୍ନରେ ବୁଡିଯାଇ ଜଣେ ୭ବର୍ଷ ଶିଶୁକନ୍ୟାଙ୍କର ମୃତ୍ୟୁ ଘଟିଛି। ରବିବାର ଅପରାହ୍ନ ପ୍ରାୟ ୩ଟା ସମୟରେ କିଛି ଲୋକ ମେଗା ନର୍ସରୀ ନିକଟ ପୋଖରୀରେ ଗାଧୋଉଥିବାବେଳେ ବାଦଲ ଦାସଙ୍କ ୭ବର୍ଷର ଝିଅ ପୁଟି ଦାସ ପାଣିରେ ବୁଡି ଯାଇଥିଲେ। ସ୍ଥାନୀୟ ଲୋକେ ଶିଶୁକନ୍ୟାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ପ୍ରଥମେ ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ପରେ କେନ୍ଦୁଝର ମୁଖ୍ୟ ଚିକିସତ୍ାଳୟକୁ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବରପାଇ କେନ୍ଦୁଝର ସଦର ପୋଲିସ ଡାକ୍ତରଖାନାରେ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ କରାଇ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାନା ସମସ୍ୟାରେ ଛନ୍ଦି ହୋଇଛି ବରି ହାଇସ୍କୁଲ, ମଧ୍ୟାହ୍ନଭୋଜନ ଅର୍ଥରେ କିଣାଯାଉଛି ଚକ୍‌ଖଡ଼ି

ସିମୁଳିଆ,୭ା୯(ସନ୍ତୋଷ ନାୟକ): ୨୦୨୪-୨୫ ଶିକ୍ଷାବର୍ଷରୁ ବାଲେଶ୍ୱର ଜିଲାରେ ପ୍ରଥମ ପିଏମ୍‌ଶ୍ରୀ ବିଦ୍ୟାଳୟର ମାନ୍ୟତା ପାଇଥିବା ସିମୁଳିଆ ବ୍ଲକର ବରି ହାଇସ୍କୁଲ ନାନା ସମସ୍ୟା ମଧ୍ୟରେ ଛନ୍ଦି ହୋଇରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri