ପାଣିରେ ବୁଡ଼ି ୩ ଜଣଙ୍କ ସଲିଳ ସମାଧି

ଭଦ୍ରକ ଅଫିସ/ବାସୁଦେବପୁର, ୧୬।୩(ଡି.ଏନ.ଏ.)- ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା ଅଧୀନ ସନିଆ ସାବରଙ୍ଗ ଓ ବାସୁଦେବପୁର ବ୍ଲକ ଆର୍ତ୍ତୁଂ ଗ୍ରାମରେ ସୋମବାର ପାଣିରେ ବୁଡ଼ି ୩ ବାଳକଙ୍କ ମୃତ୍ୟୁ ଘଟିଛି। ସନିଆ ସାବରଙ୍ଗର ମୃତକଦ୍ୱୟ ହେଲେ ରଞ୍ଜନ କୁମାର ଧୂପାଳଙ୍କ ପୁଅ ଦେବୀଦତ୍ତ(୮) ଓ ପାର୍ଥସାରଥୀ ବେହେରାଙ୍କ ପୁଅ ବିଶ୍ୱଜିତ୍‌(୯)। ସୂଚନା ଅନୁଯାୟୀ, ଦୁଇ ସାଙ୍ଗ ଦେବୀଦତ୍ତ ଓ ବିଶ୍ୱଜିତ ଅପରାହ୍ନରେ ଖେଳୁଥିବାବେଳେ ଗଁା ନିକଟ ବିଲ ମଝିରେ ନୂଆ କରି ଖୋଳା ଯାଇଥିବା ଏକ ଗାଡ଼ିଆରେ ପଡ଼ିଯାଇଥିଲେ। ଖବର ପାଇ ପରିବାର ଲୋକ ଓ ଗ୍ରାମବାସୀ ପହଞ୍ଚି ଦୁଇଜଣଙ୍କୁ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ଡାକ୍ତର ଦୁହିଁଙ୍କୁ ମୃତ ଘୋଷଣା କରିଥିଲେ। ଗ୍ରାମାଞ୍ଚଳ ପୋଲିସ ମୃତଦେହ ଜବତ କରିବା ପରେ ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନାରେ ରଖାଯାଇଛି।
ସେହିପରି ବାସୁଦେବପୁର ଆର୍ତ୍ତୁଂ ଗ୍ରାମର ଦେବାଶିଷ ରାଉଳ ନାମକ ଜଣେ ବାଳକ ସନ୍ଧ୍ୟାରେ ପୋଖରୀରେ ପଡ଼ି ଯିବାରୁ ମୃତ୍ୟୁ ଘଟିଛି। ଦେବାଶିଷ ମାଙ୍କଡ଼ ଗୋଡ଼ାଉଥିବାବେଳେ ଅସାବଧାନତାବଶତଃ ନିକଟସ୍ଥ ଏକ ପୋଖରୀ ମଧ୍ୟକୁ ଖସି ପଡ଼ିଥିଲେ। ସଂଜ୍ଞାହୀନ ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ବାସୁଦେବପୁର ଡାକ୍ତରଖାନାକୁ ନିଆଯାଇଥିଲା। ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟିମ ଇଣ୍ଡିଆକୁ ଡବଲ୍‌ ଫାଇଦା: ଭାଙ୍ଗିଲା ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୧୬।୨:ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ କେବଳ ପାକିସ୍ତାନକୁ ପରାସ୍ତ କରି ନ ଥିଲା ବରଂ ଏଥିରୁ ଦୁଇଥର ଲାଭ ମଧ୍ୟ ପାଇଥିଲା। ସେହି ଲାଭ ସହିତ ଏହା…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ନାମ୍ବିୟାଠାରୁ ଯଦି ପାକିସ୍ତାନ ହାରିଯାଏ ତେବେ କ’ଣ ହେବ? ବୁଝନ୍ତୁ T20 World Cupର ସୁପର ୮ କ୍ୱାଲିଫିଶେନର ଗଣିତ

ନୂଆଦିଲ୍ଲୀ,୧୬।୨: ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରି ICC T20 ବିଶ୍ୱକପ 2026 ର ସୁପର ୮ପାଇଁ ଯୋଗ୍ୟତା ଅର୍ଜନ କରିଛି। ଫେବୃଆରୀ ୧୫…

ପରୀକ୍ଷା ପୂର୍ବରୁ ନିୟମରେ ବଡ଼ ପରିବର୍ତ୍ତନ କଲା CBSE, ସପ୍ଲିମେଣ୍ଟାରୀ ଦେବାକୁ ହେଲେ….

ନୂଆଦିଲ୍ଲୀ,୧୬।୨: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଫେବୃଆରୀ ୧୮ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି ସମୟରେ, CBSE ଏକ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ବିଶ୍ୱ ଦେଖିବ ଭାରତର ଶକ୍ତି! ଫ୍ରାନ୍ସରୁ ବ୍ରାଜିଲ ପର୍ଯ୍ୟନ୍ତ, AI Impact Summit 2026ରେ ବିଶ୍ୱ ଶକ୍ତିର ହେବ ସମାବେଶ

ନୂଆଦିଲ୍ଲୀ,୧୬।୨: ଫେବୃଆରୀ ୧୭ ଏବଂ ୧୮ ତାରିଖରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ୨୦୨୬ କେବଳ ଏକ ପ୍ରଯୁକ୍ତିବିଦ୍ୟା କାର୍ଯ୍ୟକ୍ରମ ନୁହେଁ…

‘ଶଶି ଥରୁର ବୈଦେଶିକ ମନ୍ତ୍ରୀ ହେବାକୁ ଚାହୁଁଛନ୍ତି, ପବନ ଖେରା କେବଳ କାଠ କଣ୍ଢେଇ’, କାହିଁକି ଏମିତି କହିଲେ ମଣି ଶଙ୍କର ଆୟାର? ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୬।୨: ବିବାଦୀୟ ବୟାନ ପାଇଁ ଜଣାଶୁଣା ବରିଷ୍ଠ କଂଗ୍ରେସ ନେତା ମଣି ଶଙ୍କର ଆୟାର ତାଙ୍କ ଦଳ ଭିତରେ ଥିବା ବରିଷ୍ଠ ନେତାମାନଙ୍କୁ ଟାର୍ଗେଟ କରିଛନ୍ତି। ସେ…

ଆଜି ଶଙ୍ଖଭବନରେ ବସିବ ବୈଠକ, ନବୀନ ନେବେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୬ା୨: ସୋମବାର ଅର୍ଥାତ୍‌ ଆଜି ଶଙ୍ଖଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିବ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri