ପାଣିରେ ଭାସୁଛି ପାଚିଲା ଧାନ

ରୂପ୍‌ସା,୯।୧୧(ଡି.ଏନ.ଏ.)-ସାମୁଦ୍ରିକ ବାତ୍ୟା ‘ବୁଲ୍‌ବୁଲ୍‌’ ପ୍ରଭାବରେ ବାଲେଶ୍ୱର ଜିଲା ୨ଦିନ ଧରି ଲାଗି ରହିଛି ଲଘୁଚାପଜନିତ ଲଗାଣବର୍ଷା। ଚାଷଜମି ସବୁ ଜଳମଗ୍ନ ହୋଇ ଚାଷୀଙ୍କ ମେରୁଦଣ୍ଡକୁ ଭାଙ୍ଗିଦେଇଛି। ବାଲେଶ୍ୱର ସଦର ବ୍ଲକ ଓ ବସ୍ତା ବ୍ଲକର ବିଭିନ୍ନ ପଞ୍ଚାୟତରେ ଖରିଫ ଧାନ ଅମଳ ଆଶା ନେଇ ଚାଷୀ ମୁଣ୍ଡରେ ଚଡ଼କ ପଡ଼ିଲା ଭଳି ପରିସ୍ଥିତି ସୃଷ୍ଟି ହୋଇଛି। ରୂପ୍‌ସା, ଆଙ୍କୋ, କସିପଦା, ହଳଦୀପଦା, କୁରାଡ଼ିହା, ବାହାବଳପୁର, ଦୁବୁଲାଗଡ଼ି, ଛାନୁଆ, ସାର୍ଥା, କଷାଫଳ, ଶ୍ରୀରାମପୁର, ରସଲପୁର ସମେତ ଗଡ଼ପଦା, ରାଉତପଡ଼ା, ବାହାର୍ଦ୍ଦା, ମଥାନୀ ଓ ଦୁଧହଂସା ଆଦି ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମିରେ ବର୍ଷା ଜଳ ଜମି ରହିବା ଯୋଗୁ ପାଚିଲା ଧାନ ଭାସୁଥିବା ଦେଖିବାକୁ ମିଳିଛି। ଆଉ କିଛିଦିନ ପରେ ଚାଷୀ ଫସଲ ଅମଳ ହୋଇଥାନ୍ତା। ବ୍ୟାଙ୍କ, ସମିତି ତଥା ଗାଁ ମହାଜନଠାରୁ କରଜ କରି ଦି’ ପଇସା ଲାଭ ପାଇବା ଆଶାରେ ଧାନ ଚାଷ କରିଥିବା ଚାଷୀ ଏବେ ଚିନ୍ତାରେ ମୁଣ୍ଡରେ ହାତ ଦେଇବସିଛି। ଠିକ୍‌ ଅମଳ ସମୟ ବେଳକୁ ପ୍ରକୃତି ଦାଉ ସାଧି ଚାଷୀ ପରିବାର ମୁହଁରେ ହସ ଛଡ଼ାଇ ନେଇଛି ବୋଲି ଚାଷୀ ଅଭିମନ୍ୟୁ ଚଣ୍ଡ, ଅଜୟ ପ୍ରଧାନ, ଜୟନ୍ତ ଦେ ପ୍ରମୁଖ କହିଛନ୍ତି। ଚଳିତବର୍ଷ ଆରମ୍ଭରେ ବର୍ଷା ଅଭାବରୁ ବହୁ ଘାତପ୍ରତିଘାତ ଭିତରେ ବିଳମ୍ବରେ ଚାଷ କାର୍ଯ୍ୟ କରି ଅତ୍ୟଧିକ ଖର୍ଚ୍ଚାନ୍ତ ହୋଇ ଚାଷୀ ନିଜର ଗୁଜୁରାଣ ମେଣ୍ଟାଇବା ପାଇଁ ଯେଉଁ ପରିମାଣର ଧାନ ଉପତ୍ାଦନ ଆଶା ରଖିଥିଲା ତାହା କେବଳ ଆଶାରେ ହଁି ରହିଗଲା ବୋଲି ଚାଷୀ ସେକ ମଡ଼ିଆ, ବିଦ୍ୟାଧର ମହାନ୍ତି, ଜଗନ୍ନାଥ ସିଂ ପ୍ରମୁଖ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri