ପାଣି ଘେରରେ ବଗପାଟିଆର ୫ଶହ ପରିବାର

ରାଜନଗର, ୮।୭(ଡି.ଏନ.ଏ.): ଗତ ଏକ ସପ୍ତାହ ଧରି ବର୍ଷା ଲାଗି ରହିଛି। ତେବେ ବର୍ଷା ଯୋଗୁ ରାଜନଗର ବ୍ଲକ ଗୁପ୍ତି ପଞ୍ଚାୟତର ବଗପାଟିଆ ଠାରେ ବସବାସ କରୁଥିବା ସାତଭାୟାବାସୀଙ୍କ ଦୁର୍ଦ୍ଦଶା ଦିନକୁ ଦିନ ବଢିବାରେ ଲାଗିଛି। ଅଧିକାଂଶ ସ୍ଥାନରେ ବର୍ଷାଜଳ ଜମି ସେମାନଙ୍କୁ ଏକପ୍ରକାର ଜଳବନ୍ଦୀ କରି ରଖିଛି। ପାଣି ଘେରରେ ପ୍ରାୟ ୫ ଶହ ପରିବାର ରହିଛନ୍ତି। ଲୋକେ ବାହାରକୁ ବାହାରିବା କଷ୍ଟକର ହୋଇପଡିଛି। ସାତଭାୟାବାସୀଙ୍କୁ ବଗପାଟିଆରେ ଥଇଥାନ କରାଯାଇଥିବା ବେଳେ ବର୍ଷାରେ ସେମାନଙ୍କ ଦୁର୍ଦ୍ଦଶା ଆଖିରେ ନ ଦେଖିଲେ ବିଶ୍ୱାସ କରି ହେବନି। ଏକ ସପ୍ତାହ ବିତି ଯାଇଥିଲେ ମଧ୍ୟ ଜିଲା କିମ୍ବା ବ୍ଲକ ପ୍ରଶାସନର ଅଧିକାରୀମାନେ ଲୋକଙ୍କ ପାଖରେ ପହଞ୍ଚତ୍ ନ ଥିବାରୁ ସେମାନଙ୍କ ମଧ୍ୟରେ ଅସନ୍ତୋଷ ଲାଗି ରହିଛି।
ଏଠାରେ ସୂଚନାଯୋଗ୍ୟ ଯେ, କେନ୍ଦ୍ରାପଡା ଜିଲା ରାଜନଗର ବ୍ଲକର ବଙ୍ଗୋପସାଗର ତଟବର୍ତ୍ତୀ ସାତଭାୟାର ୫୭୧ ପରିବାରଙ୍କୁ ସମୁଦ୍ର ଗ୍ରାସରୁ ରକ୍ଷା କରିବା ପାଇଁ ରାଜ୍ୟ ସରକାର ଗୁପ୍ତି ପଞ୍ଚାୟତ ଅଧୀନ ବଗପାଟିଆ ଠାରେ ୨୦୧୮ ଏପ୍ରିa ୨୦ ତାରିଖରେ ଥଇଥାନ କରିଛନ୍ତି। ପ୍ରତି ପରିବାରକୁ ୧୦ ଡେସିମିଲ ଜାଗା ସହିତ ବିଜୁ ପକ୍କାଘର ପ୍ରଦାନ କରିଥିଲେ। ତେବେ ବଗପାଟିଆରେ ଥଇଥାନ କରାଯାଇଥିବା ସ୍ଥାନ ମୁଖ୍ୟରାସ୍ତା ଠାରୁ ବହୁ ତଳେ ଥିବାରୁ ପ୍ରତି ପରିବାରକୁ ଢିଅ ବାନ୍ଧିବାକୁ ୧୦ ହଜାର ଟଙ୍କା ଲେଖାଏଁ ଆର୍ଥତ୍କ ସାହାଯ୍ୟ ପ୍ରଦାନ କରାଯାଇଥିଲା। ସାତଭାୟାବାସୀ ନୂଆ ଠିକଣାରେ ନୂଆ ଜୀବନ ଆରମ୍ଭ କରିଥିଲେ ମଧ୍ୟ ଜଳ ନିଷ୍କାସନ ବ୍ୟବସ୍ଥା ନ ଥିବାରୁ ଅସରାଏ ବର୍ଷାରେ ଅଧିକାଂଶ ଘର ଚାରିପଟେ ପାଣି ଜମି ରହୁଛି। ଫଳରେ ସେମାନଙ୍କ ଦୈନନ୍ଦିନ ଜୀବନରେ ନା ନା ସମସ୍ୟା ଦେଖା ଦେଇଛି।
ଏହାଛଡା ଅଧିକାଂଶ ସମୟରେ ବିଦ୍ୟୁତ୍‌ ରହୁ ନ ଥିବାରୁ ଅନ୍ଧାରରେ ହନ୍ତସନ୍ତ ହେବାକୁ ପଡୁଛି।ଗୋଟିଏ ପଟେ ବର୍ଷାଜଳ ସେମାନଙ୍କୁ ଅଣନିଃଶ୍ୱାସୀ କରି ପକାଉ ଥିବା ବେଳେ ବିଦ୍ୟୁତ ବିଭାଗର ଅବହେଳା ଯୋଗୁ ବର୍ଷାରାତିରେ ସେମାନଙ୍କ ହୀନସ୍ତା ଦୁଇଗୁଣ ହେବାରେ ଲାଗିଛି। ତୁରନ୍ତ ମୌଳିକ ସୁବିଧା ଯୋଗାଇ ଦିଆ ନ ଗଲେ ସେମାନେ ଆନ୍ଦୋଳନକୁ ଓହ୍ଲାଇବେ ବୋଲି ବଗପାଟିଆରେ ଥଇଥାନ ହୋଇଥିବା ସାତଭାୟାବାସୀ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ଅଭାବରୁ ପନିପରିବା ଫସଲ ନଷ୍ଟ

ପଟ୍ଟାମୁଣ୍ଡାଇ,୨୫ା୪(କଳ୍ପତରୁ ନାୟକ)କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ଅସହ୍ୟ ଗୁଳୁଗୁଳି ସାଙ୍ଗକୁ ପ୍ରଚଣ୍ଡ ରୌଦ୍ରତାପରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛନ୍ତି। ୧୫ ଦିନ ହେଲା କ୍ରମାଗତ ତାପମାତ୍ରା ବୃଦ୍ଧି...

ଆଖୁଚାଷରୁ ମୁହଁ ଫେରାଉଛନ୍ତି ଚାଷୀ

ମାର୍ଶାଘାଇ,୨୫ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ)କେନ୍ଦ୍ର, ରାଜ୍ୟ ସରକାର କୃଷି ଓ କୃଷକଙ୍କ ଉନ୍ନତି ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରୁଛନ୍ତି। ହେଲେ ତଳସ୍ତରରେ ତାହା ପ୍ରତିଫଳିତ...

୨୯ ଓଭର ହେଡ୍‌ ଟାଙ୍କି, ଲୋକଙ୍କୁ ପାଣି ମୁନ୍ଦେ ମିଳୁନି

ମାର୍ଶାଘାଇ,୨୪ା୪ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟାକୁ ନେଇ ଲୋକେ ତ୍ରାହି ତ୍ରାହି ଡାକିଲେଣି। ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ...

ବିଜେଡି, ଭାଜପାରେ ଗୋଷ୍ଠୀ କନ୍ଦଳ

ପଟ୍ଟାମୁଣ୍ଡାଇ,୨୪ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ଆସନ ସବୁବେଳେ ରାଜ୍ୟ ରାଜନୀତିରେ ସମ୍ବେଦନଶୀଳ ଓ ଗୁରୁତ୍ୱପୂର୍ଣ୍ଣ ହୋଇଆସିଛି। ସବୁଥର ଏହି ଆସନରେ ବିଜେଡି ଓ...

ନିର୍ମାଣର ବର୍ଷକ ମଧ୍ୟରେ ରାସ୍ତା ଦବିଲା

ଡେରାବିଶ,୨୩ା୪ (ବେବର୍ତ୍ତା ଅଜୟ ଦାସ):କେନ୍ଦ୍ରାପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଡେରାବିଶ ଅଞ୍ଚଳର ମୁଖ୍ୟ ରାସ୍ତା କୁହାଯାଉଥିବା ୫୩ ନଂ. ଜାତୀୟ ରାଜପଥର ପଞ୍ଚୁପାଣ୍ଡବ ଛକ...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୨୩ା୪ (କଳ୍ପତରୁ ନାୟକ):ସରକାରୀ ଅନୁଦାନରେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପଞ୍ଚାୟତ ସମିତିରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ଅଭିଯୋଗ ହୋଇଆସୁଛି। ମାତ୍ର...

ପାନୀୟ ଜଳର ଶୁଦ୍ଧତା ନାମରେ ବ୍ୟବସାୟ

ପଟ୍ଟାମୁଣ୍ଡାଇ, ୨୨ା୪(କଳ୍ପତରୁ ନାୟକ):ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଏଥିରୁ ନିସ୍ତାର ମିଳିପାରିନାହିଁ। ଉପକୂଳ ଓଡ଼ିଶା କେନ୍ଦ୍ରାପଡ଼ା ଜିଲାରେ ଆଜି ବି ତାପମାତ୍ରା ୪୨ ଡିଗ୍ରୀ ପାଖାପାଖି...

ବଢୁଛି ଆଳୁ ଦର, ଚିନ୍ତାରେ ଖାଉଟି

କେନ୍ଦ୍ରାପଡ଼ା, ୨୨ା୪ (ଜଗନ୍ନାଥ ଧଳ):ଆଳୁ ଦର ବଢ଼ିବାରେ ଲାଗିଛି। କେନ୍ଦ୍ରାପଡ଼ାରେ ଗତ ସପ୍ତାହରେ ଆଳୁ କେଜି ପ୍ରତି ୨୦ଟଙ୍କା ଥିଲା। ଏବେ ବଜାର ଦର ୨୮କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri