Posted inକଟକ

ପାଣି ଟାଙ୍କିରେ ମୃତଗୋଧି ଭାସିବା ଗୁଜବ: ଜଳଯୋଗାଣ ବନ୍ଦ

କଣ୍ଟାପଡା,୨।୬(ଡି.ଏନ୍‌.ଏ.): କଣ୍ଟାପଡ଼ା ପଞ୍ଚାୟତର ଇଚ୍ଛାପୁରଠାରେ ଥିବା ଗ୍ରାମ୍ୟ ପାନୀୟ ଜଳଯୋଗାଣ ପାଣି ଟାଙ୍କିରେ ଏକ ମୃତଗୋଧି ଭାସୁଥିବା ନେଇ  ଗଁାରେ ପ୍ରଚାରିତ ହୋଇଥିଲା। ଫଳରେ ଲୋକେ ଏହା ଶୁଣି ଭୟରେ କେହି ଟାଙ୍କିରୁ ପାଣି ନେଇ ନ ଥିଲେ। ଖବରରୁ ପ୍ରକାଶ, କେହି ଜଣେ ଦୁର୍ବୃତ୍ତ ଗ୍ରାମ୍ୟ ପାଣି ଟାଙ୍କିରେ ଏକ ମୃତଗୋଧି ଭାସୁଛି ବୋଲି ସକାଳୁ ପ୍ରଚାର କରିଥିଲେ। ଏହି କଥା ଶୁଣି ଗ୍ରାମବାସୀ ଏଠାରୁ ପାଣି ନ ନେବା ସହ ଏ ସମ୍ପର୍କରେ ଦାୟିତ୍ୱରେ ଥିବା ଠିକା କର୍ମଚାରୀ ଅଜୟ ସିଂହଙ୍କୁ ଜଣାଇଥିଲେ। ଖବରପାଇ ଅଜୟ ଜଳଯୋଗାଣ ବନ୍ଦ କରିଦେଇଥିଲେ। ଫଳରେ ଏହି ପାଣିଟାଙ୍କି ଉପରେ ନିର୍ଭର କରୁଥିବା ଇଚ୍ଛାପୁର, ବାଇରୋଇ ଓ ଶିଶୁଆ ଗ୍ରାମବାସୀ ପନୀୟ ଜଳ ପାଇବାରୁ ବଞ୍ଚିତ ହୋଇଛନ୍ତି। ଏହି ଖବର କଣ୍ଟାପଡ଼ା ଜନସ୍ବାସ୍ଥ୍ୟ ବିଭାଗ କନିଷ୍ଠ ଯନ୍ତ୍ରୀ ଶୁଣିବା ପରେ ଘଟଣାସ୍ଥଳକୁ ଆସି ୨ ଦିନ ପାଇଁ ଜଳଯୋଗାଣ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଟାଙ୍କି ସଫା ହେଲା ପରେ ଜଳଯୋଗାଣ ସ୍ବାଭାବିକ ହେବ ବୋଲି ସେ କହିଛନ୍ତି। ତେବେ ଉକ୍ତ ଟାଙ୍କିରେ କୌଣସି ବାଟ ନ ଥିବାବେଳେ ଗୋଧି ପଶିବା ଘଟଣା ଗୁଜବ କିମ୍ବା ସତ, ତାହା ଟାଙ୍କି ସଫାହେବା ପରେ ସ୍ପଷ୍ଟ ହେବ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, କଟକ View All

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ସିଜିମାଳି ଅଞ୍ଚଳରେ ଆଦିବାସୀମାନଙ୍କ ଉପରେ ଦମନ, ବିରୋଧ କରି ସିପିଆଇର ବିକ୍ଷୋଭ

ଜୟପୁର,୯ା୪(ପବନ ପାଣିଗ୍ରାହୀ): ବେଦାନ୍ତ ପାଇଁ ରାୟଗଡ଼ା ଜିଲା କାଶୀପୁର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଗତ ସାତ ତାରିଖ ରାତି ଦୁଇଟାରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ…

ନିର୍ବାଚିତ ନହୋଇ ବିଧାୟକ ହେବେ ସୁନେତ୍ରା ପାୱାର, ନାମାଙ୍କନ ପ୍ରତ୍ୟାହାରର ୧ ଘଣ୍ଟା ପୂର୍ବରୁ ମତ ବଦଳାଇଲା କଂଗ୍ରେସ

ମୁମ୍ବାଇ,୯।୪: ବର୍ତ୍ତମାନ ଏହା ପ୍ରାୟ ନିଶ୍ଚିତ ଯେ ମହାରାଷ୍ଟ୍ରର ବାରାମତୀ ବିଧାନସଭା ଆସନରୁ ସ୍ବର୍ଗତ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ବିଧାୟକ ହେବେ।…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍‌ କାଟ୍‌

ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍‌ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍‌କାଟ୍‌ ହେବ ନାହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri