ପାଣି ପଏଣ୍ଟରେ ଟ୍ୟାପ୍‌ ନାହିଁ: ଲୋକଙ୍କୁ ମିଳୁନି, ରାସ୍ତାରେ ଭାସୁଛି

ବଅଁରପାଳ,୨।୧(ଡି.ଏନ.ଏ.) – ବଅଁରପାଳ ବ୍ଲକ ତଳମୂଳ ଗ୍ରାମରେ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର ବିଚିତ୍ର ଦୃଶ୍ୟ ଦେଖିବାକୁ ମିଳିଛି। ପାନୀୟ ଜଳ ମୁନ୍ଦେ ପାଇଁ ଅନେକ ସ୍ଥାନରେ ଲୋକ ଡହଳ ବିକଳ ହେଉଥିବାବେଳେ ଏଠାରେ ଅନବରତ ପାଣି ପ୍ରବାହିତ ହୋଇ କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହେଉଛି। ଗ୍ରାମରେ ସ୍ଥାପନ କରାଯାଇଥିବା ପାଣି ପଏଣ୍ଟରେ ଟ୍ୟାପ୍‌ ନ ଥିବାରୁ ଏପରି ସମସ୍ୟା ସୃଷ୍ଟି ହୋଇଥିବା ଜଣାପଡ଼ିଛି।
ଅଞ୍ଚଳବାସୀଙ୍କ କହିବା କଥା, ତଳମୂଳ ଗ୍ରାମରେ ଲୋକଙ୍କୁ ପାନୀୟ ଜଳ ଯୋଗାଇ ଦେବା ପାଇଁ ପାଇପ ପାଣିର ବ୍ୟବସ୍ଥା କରାଯାଇଛି। ତଳମୂଳ ଶାସନ, ଗଡ଼ ତଳମୂଳ ଏବଂ ପାଟଣା ସାହିରେ ୭୦ରୁ ଊର୍ଦ୍ଧ୍ୱ ପାଣି ପଏଣ୍ଟ ମାନ ସ୍ଥାପନ ହୋଇଛି। ସେଥିମଧ୍ୟରୁ ୨୦ରୁ ଊର୍ଦ୍ଧ୍ୱ ପଏଣ୍ଟରେ ଟ୍ୟାପ ନାହିଁ। ଫଳରେ ଉକ୍ତ ସ୍ଥାନଗୁଡ଼ିକରୁ ଅନବରତ ପାଣି ବୋହି ଚାଲୁଛି। ଡ୍ରେନ୍‌ ନ ଥିବାରୁ ଉକ୍ତ ପାଣି ପାଟଣାଠାରୁ ଗଡ଼ତଳମୂଳ ପର୍ଯ୍ୟନ୍ତ ପ୍ରାୟ ୬୦୦ ମିଟର ପର୍ଯ୍ୟନ୍ତ ରାସ୍ତାରେ ଜମି ରହୁଛି। ଏହାଦ୍ୱାରା ପରିବେଶ ଦୂଷିତ ହେବା ସହ ମଶାବଂଶ ବୃଦ୍ଧି ପାଇବାରେ ଲାଗିଛି। ରାସ୍ତାରେ ପାଣି ଜମିବା ଯୋଗୁ ଯାତାୟାତରେ ସମସ୍ୟା ସୃଷ୍ଟି ହେଉଛି। ତୁରନ୍ତ ଉକ୍ତ ପାଣି ପଏଣ୍ଟ ଗୁଡ଼ିକରେ ଟ୍ୟାପ ଲଗାଇବା ପାଇଁ ଗ୍ରାମବାସୀ ଦାବି କରିଛନ୍ତି। ଏ ନେଇ ବିଡିଓ ଡ. ସ୍ବରୂପାନନ୍ଦ ସାହୁ କୁହନ୍ତି, ବିଭାଗୀୟ ଅଧିକାରୀଙ୍କୁ ଘଟଣାସ୍ଥଳକୁ ପଠାଯିବ। ସମସ୍ୟାର ତୁରନ୍ତ ସମାଧାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri