ପାଣି ପାଇଁ ପ୍ରଶାସନର ଦ୍ୱାରସ୍ଥ: ଦାବି ପୂରଣ ନ ହେଲେ ଆର୍ବଜନା ପକାଇ ଧାରଣା

ବାଲେଶ୍ୱର ଅଫିସ, ୬।୧୧-ବାଲେଶ୍ୱର ସଦର ବ୍ଲକ ବଡ଼ଖୁଆ ଗ୍ରାମରେ ପାନୀୟଜଳ ଦୂଷିତ ହୋଇପଡିଥିବା ନେଇ ଦୀର୍ଘଦିନ ହେଲା ଅଭିଯୋଗ ହୋଇଆସୁଛି। ବିଭାଗୀୟ ଅଧିକାରୀମାନେ ଏ ଦିଗରେ କୌଣସି ପଦକ୍ଷେପ ଗ୍ରହଣ କରୁନାହାନ୍ତି। ଏନେଇ ସାମାଜିକ ଅନୁଷ୍ଠାନ ‘ଆଚ୍ଛା’ ସହାୟତରେ ଅଞ୍ଚଳବାସୀ ମଙ୍ଗଳବାର ଅତିରିକ୍ତ ଜିଲାପାଳ ସମ୍ବିତ ନାୟକଙ୍କୁ ଭେଟି ଅଭିଯୋଗ କରିଛନ୍ତି। ୧୫ଦିନ ଭିତରେ ଦାବି ପ୍ରତି ଗୁରୁତ୍ୱ ଦିଆ ନ ଗଲେ ସ୍ଥାନୀୟ ଅଞ୍ଚଳରେ ଥିବା ଆବର୍ଜନା ଏକାଠି କରି ନିକଟସ୍ଥ ମଧୁସୂଦନ ସରକାରୀ ଉଚ୍ଚ ବିଦ୍ୟାଳୟ, ବଳାଙ୍ଗୀ ମହାବିଦ୍ୟାଳୟ ଓ ବାଲେଶ୍ୱର ପୌର କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯିବ ବୋଲି ଅଞ୍ଚଳବାସୀ ଚେତାବନୀ ଦେଇଛନ୍ତି।
ଗତ ଜୁଲାଇ ୨୨ତାରିଖରେ ସଦର ବ୍ଲକ ଅଫିସ୍‌ରେ ହୋଇଥିବା ମିଳିତ ଜନଶୁଣାଣିରେ ଦାବିପତ୍ର ଦେବାର ୧୦୦ଦିନ ବିତିଯାଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନାହିଁ। ଉକ୍ତ ଗ୍ରାମର ୧୫୦ରୁ ଊର୍ଦ୍ଧ୍ୱ ପରିବାର ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବଡ଼ଖୁଆ ପୋଖରୀ ଜଳକୁ ବ୍ୟବହାର କରି ଗ୍ରାମବାସୀ ଜଣ୍ଡିସ୍‌ରେ ଆକ୍ରାନ୍ତ ହେଉଛନ୍ତି। ପାନୀୟ ଜଳର ଘୋର ସମସ୍ୟା ଦେଖାଦେଇଛି। ପୋଖରୀ ପୁନରୁଦ୍ଧାର ଓ ବିଶୁଦ୍ଧ ପାନୀୟଜଳ ଯୋଗାଇ ଦେବା ଲାଗି ପଦକ୍ଷେପ ଗ୍ରହଣ କରା ନ ଗଲେ ୧୫ଦିନ ମଧ୍ୟରେ ଆନ୍ଦୋଳନକୁ ବିଭିନ୍ନ ଉପାୟରେ ବ୍ୟାପକ କରାଯିବ ବୋଲି ଅଞ୍ଚଳବାସୀ ଦିଲୀପ କୁମାର ସେନ, ଶାନ୍ତନୁ କୁମାର ମାଝି, ଅଜିତ କୁମାର ମିଶ୍ର, ଅଲିଭା ଓଝା, ସୁସ୍ମିତା ମାଝି, ସରସ୍ବତୀ ଜେନା, ଖଇରୁନ୍‌ ବିବି, ସୁଲୋଚନା ମାଝି, ରଫ୍‌ ଖାତୁନ, ଦୁର୍ଯ୍ୟୋଧନ ତରାଇ, ଅଶୋକ ମାଝି, ବାସନ୍ତୀ ପଣ୍ଡା, ବେଲ ମୁର୍ମୁ, ଟିପିରି ହେମ୍ବ୍ରମ, ପ୍ରଭାସିନୀ ଖଟୁଆ, ବୁଲି ମାଝି, ନିନି ଦଳାଇ, ନମିତା ଖଟୁଆ ପ୍ରମୁଖ ପ୍ରକାଶ କରିଛନ୍ତି। ଅତିରିକ୍ତ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ ବେଳେ ସଙ୍ଗଠନ ସଭାପତି ବିସ୍ମିତ ରଞ୍ଜନ ଦାସ, ସମ୍ପାଦକ ରଣଜିତ କୁମାର ପୃଷ୍ଟି, ସଂଯୋଜକ ରାକେଶ କୁମାର ଶିଅଳ, ରାଜେଶ ପାଣ୍ଡିଆ, ଅଜୟ କୁମାର ନାୟକ ଓ ଯୋଗେନ୍ଦ୍ର ନାଥ ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

ଅଶୁଂଘାତ ନେଲା ଜଣଙ୍କ ଜୀବନ

ଭୁବନେଶ୍ୱର,୧୯।୪: ଅଂଶୁଘାତରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ୱରର ବୋଲି ଜଣାପଡିଛି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି...

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri