ପାଣି ପାଇଁ ରାସ୍ତାରୋକୋ

ବାରିପଦା ଅଫିସ, ୧୮ା୨- ଗ୍ରୀଷ୍ମ ଆରମ୍ଭ ନ ହେଉଣୁ ବାରିପଦା ସହରର ବିଭିନ୍ନ ସ୍ଥାନରେ ଜଳକଷ୍ଟ ସମସ୍ୟା ଦେଖାଗଲାଣି। ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜଳଯୋଗାଣ ବ୍ୟବସ୍ଥା ଥିଲେ ମଧ୍ୟ ଏହା ଠିକ୍‌ ଭାବେ କାର୍ଯ୍ୟକ୍ଷମ ହୋଇ ନ ଥିବାରୁ ଲୋକମାନେ ପାଣି ପାଇଁ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ୩ ମାସ ହେବ ପାଇପ୍‌ ଯୋଗେ ଅଳ୍ପ ଅଳ୍ପ ଜଳ ଆସୁଥିବା ବେଳେ ୮ ଦିନ ହେଲା ଜଳଯୋଗାଣ ସମ୍ପୂର୍ଣ୍ଣ ବନ୍ଦ ରହିଛି। ଏହାର ପ୍ରତିବାଦରେ ସୋମବାର ୧୩ ନମ୍ବର ୱାର୍ଡ଼ ଶ୍ରୀପଦଗଞ୍ଜ ସାହିବାସିନ୍ଦା ଷ୍ଟେଶନ ରୋଡ଼ଠାରେ ଧାରଣାରେ ବସିବା ସହ ରାସ୍ତାରୋକୋ କରିଥିଲେ। ସକାଳ ୭ଟା ୩୦ ମିନିଟ୍‌ରେ ମହିଳାମାନେ ବାଲଟି, ଗରା ଧରି ରାସ୍ତାରୋକୋ କରିଥିବା ବେଳେ ପୁରୁଷମାନେ ଟାୟାର ଜାଳି ରାସ୍ତାରୋକୋ କରିଥିଲେ। ଫଳରେ ଉକ୍ତ ରାସ୍ତାରେ ଯାତାୟାତ ବାଧାପ୍ର୍ରାପ୍ତ ହୋଇଥିଲା। ଖବର ପାଇ ଟାଉନ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିଥିଲେ ମଧ୍ୟ ଧାରଣାକାରୀମାନେ ସେମାନଙ୍କ ଜିଦରେ ଅଟଳ ରହିଥିଲେ। ପୂର୍ବାହ୍ନ ୧୧ଟା ୩୦ରେ ପ୍ରଶାସନିକ ଅଧିକାରୀମାନେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରିବା ସହିତ ସାହିରେ ଟ୍ୟାଙ୍କର ଯୋଗେ ପାଣି ଯୋଗାଇ ଦିଆଯାଇଥିଲା। ସୋମବାର ସନ୍ଧ୍ୟା ସୁଦ୍ଧା ଏହାର ସମାଧାନ ହୋଇଯିବ ବୋଲି ଅଧିକାରୀମାନେ ପ୍ରତିଶ୍ରୁତି ଦେବା ପରେ ମହିଳାମାନେ ରାସ୍ତାରୋକୋ ପ୍ରତ୍ୟାହାର କରିଥିଲେ।
ଉଲ୍ଲେଖଯୋଗ୍ୟ ଯେ, ସହରର ୧୧, ୧୨ ଓ ୧୩ ନମ୍ବର ୱାର୍ଡ଼ରେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜଳଯୋଗାଣ କରାଯାଉଛି। ଜଳ ଯୋଗାଣ ଦାୟିତ୍ୱରେ ଥିବା କର୍ମଚାରୀଙ୍କ ଦାୟିତ୍ୱହୀନତା ଯୋଗୁ ସମସ୍ତ ପାଣି ନାଳକୁ ଚାଲି ଯାଉଛି। ସକାଳ ହେଲେ ଆଉ ପାଇପ ଯୋଗେ ପାଣି ଯାଉନାହିଁ। ଏହିଭଳି ଭାବେ ୮ ଦିନ ହେଲାଣି ୱାର୍ଡବାସୀ ଜଳ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏ ନେଇ ସାହିବାସିନ୍ଦା ଜନସ୍ବାସ୍ଥ୍ୟ ବିଭାଗ ନିକଟରେ ଅଭିଯୋଗ କରିଥିଲେ ମଧ୍ୟ କିଛି ସୁଫଳ ମିଳିନି। ଫଳରେ ବାଧ୍ୟହୋଇ ସୋମବାର ମହିଳାମାନେ ରାସ୍ତାରୋକୋ କରିଥିବା ପ୍ରକାଶ କରିଛନ୍ତି। ଶ୍ରୀପଦଗଞ୍ଜ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀର ସଭାନେତ୍ରୀ ମଧୁସ୍ମିତା କୁଅଁରବାବୁ, ସମ୍ପାଦିକା ସୁଷମା ଦାସଙ୍କ ନେତୃତ୍ୱରେ ମହିଳାମାନେ ରାସ୍ତାରୋକୋ କରିଥିଲେ। ପାନୀୟ ଜଳ ସମସ୍ୟାର ସମାଧାନ ନ ହେଲେ ମଙ୍ଗଳବାର ପୁନର୍ବାର ରାସ୍ତାରୋକୋ କରିବେ ବୋଲି ଧାରଣାକାରୀମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri