ପାଣି ଯୋଗାଣରେ ବିଳମ୍ବ ଯୋଗୁ ସଂଗରୋଧ କେନ୍ଦ୍ରରେ ଭଙ୍ଗାରୁଜା: ୩ ପ୍ରବାସୀଙ୍କ ନାମରେ ଏତଲା

ଜି.ଉଦୟଗିରି, ୨୧।୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ଶ୍ରୀରାମପଦାସ୍ଥିତ ଅନ୍ବେସା ସଙ୍ଗରୋଧ କେନ୍ଦ୍ରରେ ରହିଥିବା ୩ ଜଣ ଅନ୍ତେବାସୀ ବୁଧବାର ସେଠାରେ କାର୍ଯ୍ୟରତ କର୍ମଚାରୀଙ୍କ ସହ ଗଣ୍ଡଗୋଳ କରିଛନ୍ତି। ଏଥିସହ ସେମାନେ କେନ୍ଦ୍ରର ପାଇପ୍‌ ଓ ପାଇଖାନା ଭାଙ୍ଗିଥିବା ନେଇ ଗ୍ରେସିଙ୍ଗିଆ ସରପଞ୍ଚ ସୁମନ୍ତ କୁମାର ଏତଲା ଦେଇଛନ୍ତି। ତାଙ୍କ ଏତଲା ପ୍ରକାରେ ଜି ଉଦୟଗିରି ପୋଲିସ କେସ ନଂ ୩୯/୨୦ରୁଜୁ କରିଥିବା ଆଇଆଇସି ଧୀରଜ କୁମାର ଲେଙ୍କା କହିଛନ୍ତି । ବିଶୃଙ୍ଖଳା କରୁଥିବା ତିନି ଜଣ ଯୁବକକୁ କାଲିଙ୍ଗା ଟିଏମ୍‌ସି କେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଛି ବୋଲି ଜି ଉଦୟଗିରି ବିଡିଓ ଶାନ୍ତନୁ କୁମାର ନାୟକ କହିଛନ୍ତି ।

ବିଦ୍ୟୁତ୍‌ ସରବରାହ ନ ଥିବା ଯୋଗୁ ପାଣି ଯୋଗାଣର ସାମାନ୍ୟ ବିଳମ୍ବକୁ ନେଇ ଏପରି ଭଙ୍ଗାରୁଜା କରିଥିବା ଶୁଣିବାକୁ ମିଳୁଛି । ହେଲେ ବିଦ୍ୟୁତ୍‌ ବିଭ୍ରାଟ ପରେ ପାଣି ଟ୍ୟାଙ୍କର ଆସିଥିଲା। ସଙ୍ଗେ ସଙ୍ଗେ ପାଣି ଯୋଗାଇ ଯାଇଥିଲା ବୋଲି କର୍ତ୍ତୃପକ୍ଷ କହିଛନ୍ତି। ପାଣି ଯୋଗାଣର ସାମାନ୍ୟ ବିଳମ୍ବ ଯୋଗୁ ଏପରି ଭଙ୍ଗାରୁଜା କରି କାର୍ଯ୍ୟରତ କର୍ମଚାରୀଙ୍କୁ ଗାଳି କରି କୋଭିଡ ଆଇନ ଉଲଂଘନ କରିଥିବା ଲୋକଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କର୍ତ୍ତୃପକ୍ଷ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଦିଲ୍ଲୀର ଦୁଇଭାଇ ବିହାନ ଓ ନାଭ ଅଗ୍ରଓ୍ୱାଲ ବର୍ଜ୍ୟ ରିସାଇକେଲିଂ କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛନ୍ତି। ସେମାନେ ୧୪ଟି ସହରରେ ୧ ମିଲିୟନ(୧୦ ଲକ୍ଷ) କେ.ଜି...

ବିଶ୍ୱ ଓ ବର୍ଷାନ୍ତର

ଳର ଅନ୍ୟନାମ ସମୟ। ଅନନ୍ତ ସମୟର ଅସରନ୍ତି ଯାତ୍ରାରେ ଗୋଟିଏ ବର୍ଷ ବିତିବା ଓ ଆଉ ଗୋଟିଏ ବର୍ଷ ଆସିବା ଏକ ଚିରନ୍ତନ ପ୍ରକ୍ରିୟା। ଏହା...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ଭାରତୀୟ ସଂସ୍କୃତିରେ ପରିବର୍ତ୍ତନ

ଆକ୍ରମଣ ଏବଂ ଦେଶାନ୍ତର ଗମନ ମଧ୍ୟରେ ପାର୍ଥକ୍ୟ ରହିଛି। ସାଧାରଣତଃ କୌଣସି ଦେଶ ଉପରେ ଆକ୍ରମଣକରି ଆକ୍ରମଣକାରୀ ସେଠାରୁ ଧନ ଲୁଟିନିଏ ଏବଂ ଲୋକଙ୍କୁ ତାହାର...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

କେସିଙ୍ଗା ପଞ୍ଚାୟତ ସମିତି ବୈଠକରେ ଉଠିଲା ଝାଡ଼ାବାନ୍ତି ପ୍ରସଙ୍ଗ, ସରପଞ୍ଚଙ୍କ ଅଭିଯୋଗ ପରେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୦ମ ବୈଠକ ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତିଙ୍କ ସଭାପତିତ୍ୱରେ ବୁଧବାର ସମିତି ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri