ପାଣି ସ୍ରୋତରେ ନଷ୍ଟ ହେଉଛି ରାସ୍ତା

ଗୋପାଳପୁର,୧୪ା୮-ରାସ୍ତା ଓ କୋଠାବାଡ଼ି (ଆର ଆଣ୍ଡ ବି) ବ୍ରହ୍ମପୁର-୧ ବିଭାଗ ପକ୍ଷରୁ ବ୍ରହ୍ମପୁର ଓ ହରିପୁରକୁ ସଂଯୋଗ କରୁଥିବା ଏକ ଝୁଲା ବ୍ରିଜ୍‌ ନିର୍ମାଣ ଚାଲିଛି। ଏଥିପାଇଁ ୧୭ କୋଟି ୫୦ ଲକ୍ଷ ଟଙ୍କା ବ୍ୟୟ ଅଟକଳ ହୋଇଛି। ବ୍ରିଜ ନିର୍ମାଣ କାର୍ଯ୍ୟ ମନ୍ଥର ଗତିରେ ଚାଲୁ ରହିଛି। ବ୍ରିଜ ନିର୍ମାଣ ଚାଲିଥିବା ବେଳେ ପାଣି ନ ଆସିବା ପାଇଁ ସମୁଦ୍ର ମୁହାଣରେ ବାଲି ବସ୍ତା ରଖି ଆଡ଼ିବନ୍ଧ କରାଯାଇଥିଲା। ବର୍ତ୍ତମାନ ଉକ୍ତ ବ୍ରିଜର ମଧ୍ୟଭାଗରେ କାମ ଚାଲୁ ରହିଥିବାବେଳେ ବର୍ଷା ଓ ସମୁଦ୍ର ଜୁଆର ମାଡ଼ ଯୋଗୁ ବ୍ୟାକ୍‌ ୱାଟର ଜଳସ୍ତର ବୃଦ୍ଧି ହୋଇଛି। ଗୋପାଳପୁର ମତ୍ସ୍ୟ ଅବତରଣ କେନ୍ଦ୍ର ୬ କୋଟି ଟଙ୍କାରେ ନିର୍ମାଣ ହୋଇଥିଲା। ଆର୍‌ଏଣ୍ଡବି ବିଭାଗର ଅବହେଳା ଯୋଗୁ ଗତ ୧୦ ରୁ ୧୨ ଦିନ ତଳେ ପାଣି ସ୍ରୋତରେ ନିର୍ମିତ ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ ପାଚେରୀ ଓ ମତ୍ସ୍ୟ ଅବତରଣ କେନ୍ଦ୍ରର ଗାର୍ଡୱାଲ ଓ ପାହାଚ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ବର୍ତ୍ତମାନ ମତ୍ସ୍ୟ ଅବତରଣ କେନ୍ଦ୍ର ରାସ୍ତା ଓ ଅନ୍ୟ ପାହାଚ ଗୁଡ଼ିକ ନଷ୍ଟ ହେବାରେ ଲାଗିଛି। ଏନେଇ ଏନ୍‌ଏସି କର୍ତ୍ତୃପକ୍ଷ ଜିଲା ପ୍ରଶାସନ ଓ ପୂର୍ତ୍ତ ବିଭାଗକୁ ଲିଖିତ ଆକାରରେ ଜଣାଇଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆଯାଇନାହିଁ। ଆର୍‌ଆଣ୍ଡବି ବିଭାଗର ଅବହେଳା ଯୋଗୁ ଏଭଳି କ୍ଷୟକ୍ଷତି ହେଉଥିବା ସାଧାରଣରେ ଅଭିଯୋଗ ଉଠିଛି। ଏନେଇ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଉମା ଶଙ୍କର ସେଠୀଙ୍କୁ ପଚାରିବାରୁ ଜିଲା ପ୍ରଶାସନ ଓ ପୂର୍ତ୍ତ ବିଭାଗକୁ ଏ ସମ୍ପର୍କରେ ଜଣାଇ ଦିଆଯାଇଛି ବୋଲି କହିଥିଲେ। ତୁରନ୍ତ ପଦକ୍ଷେପ ନ ନେଲେ ଆଗାମୀ ଦିନରେ ସମ୍ପୂର୍ଣ୍ଣ ରାସ୍ତା ନଷ୍ଟ ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ପାଣି): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା…

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ମା’ ରାମଚଣ୍ଡୀ ପୀଠରେ ‘ସ୍ବଚ୍ଛତା ହିଁ ସେବା’: ପ୍ଲାଷ୍ଟିକମୁକ୍ତ ପାଇଁ ଶପଥ

ଗଞ୍ଜାମ, ୩୦।୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ନୀଳାଦ୍ରିପୁର ପାହାଡ଼ ଶିଖରରେ ଅବସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀ ପୀଠରେ ମଙ୍ଗଳବାର ବିଶାଳ ସଫେଇ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…

ଦାଉ ସାଧୁଛି ମହାନଦୀ ବନ୍ୟା: ନଷ୍ଟ ହେଉଛି ଫସଲ, ଆନ୍ଦୋଳନ ଚେତାବନୀ ଦେଇ ଚାଷୀ କହିଲେ…

ମଜାକାଳପଡ଼ା,୩୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳୀ ସ୍ଲୁଇସ୍‌କ୍ରିକ ଖୋଲାପଡିଛି। ଏହାଦ୍ୱାରା ମହାନଦୀରେ ଆସିଥିବା ଚତୁର୍ଥ ବନ୍ୟା ଜଳ ପ୍ରବେଶ କରି ଚାଷୀଙ୍କ ଧାନ…

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ବାଇକ୍‌ ଶୋ’ରୁମ୍‌

ବାଲେଶ୍ୱର, ୩୦।୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ବୁଧବାର ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ। ସହଦେବଖୁଣ୍ଟା ମ୍ୟୁନିସିପାଲ ହାଇସ୍କୁଲ ସମ୍ମୁଖରେ ଥିବା ଏକ ହିରୋ ବାଇକ ଶୋ-ରୁମରେ ପୂର୍ବାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?