ପାଣ୍ଡରାରୁ ଲିଙ୍ଗିପୁର ହେବ ଆଲୋକୀକରଣ

ଭୁବନେଶ୍ୱର,୨୦ା୩(ବ୍ୟୁରୋ): ଭୁବନେଶ୍ୱରରୁ ପୁରୀ ଯାଇଥିବା ଜାତୀୟ ରାଜପଥ ନଂ -୩୧୬ର ପାଣ୍ଡରାରୁ ଲିଙ୍ଗିପୁର ପର୍ଯ୍ୟନ୍ତ ରାସ୍ତା ପାର୍ଶ୍ୱ ଆଲୋକୀକରଣ ଏବଂ ଭୂତଳ କେବୁଲିଂ ହେବ। ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (ଏନ୍‌ଏଚ୍‌ଏଆଇ) ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)କୁ ଅନୁମତି ଦେଇଛନ୍ତି। ଆଲୋକୀକରଣ କରିବାବେଳେ ରାସ୍ତାର ମଧ୍ୟଭାଗ(ମିଡିଆନ)ରେ ଯାହା କ୍ଷତି ହେବ ସେଗୁଡ଼ିକୁ ବିଏମ୍‌ସି ନିଜ ଖର୍ଚ୍ଚରେ ମରାମତି କରିବ। ଆଲୋକୀକରଣ ବାବଦ ସମସ୍ତ ବିଦ୍ୟୁତ ଖର୍ଚ୍ଚ ଏବଂ ଭବିଷ୍ୟତରେ ରାସ୍ତା ସମ୍ପ୍ରସାରଣବେଳେ ଲାଇଟ ଖୁଣ୍ଟ ଓ କେବୁଲ ସ୍ଥାନାନ୍ତର ବାବଦ ସମସ୍ତ ଖର୍ଚ୍ଚ ମଧ୍ୟ ବିଏମ୍‌ସି ବହନ କରିବ। କେନ୍ଦ୍ର ସରକାରଙ୍କ ଗାଇଡ ଲାଇନ ମୁତାବକ ରାସ୍ତା ପାର୍ଶ୍ୱ ଆଲୋକୀକରଣ କରାଯିବ। ସୂଚନାଯୋଗ୍ୟ, ବିଏମ୍‌ସି ପକ୍ଷରୁ ଏହି ରାସ୍ତାରେ ଆଲୋକୀକରଣ କରିବା ପାଇଁ ୨୦୧୯ ଫେବୃୟାରୀ ୨୮ ତାରିଖରୁ ଏନ୍‌ଏଚ୍‌ଏଆଇକୁ ବାରମ୍ବାର ପ୍ରସ୍ତାବ ଦିଆଯାଇଥିଲେ ମଧ୍ୟ ଅନୁମତି ମିଳୁ ନ ଥିଲା। ଏକାମ୍ର ବିଧାୟକ ତଥା ସାମାଜିକ ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ନୂଆଦିଲ୍ଲୀଠାରେ ଏନ୍‌ଏଚ୍‌ଏଆଇ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିବା ପରେ ଆଲୋକୀକରଣ ପାଇଁ ଅନୁମତିି ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri