ପାତାଳି ଶ୍ରୀକ୍ଷେତ୍ରରେ ଘୋଷଯାତ୍ରା: ମହିଳା ଟାଣିଲେ ସୁଭଦ୍ରାଙ୍କ ରଥ

ଉଲୁଣ୍ଡା, ୪ା୭(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡ ବ୍ଲକ କୋଟସମଲାଇସ୍ଥିତ ଅନ୍ୟତମ ପର୍ଯ୍ୟଟନସ୍ଥଳୀ ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜୀଉଙ୍କ ଘୋଷଯାତ୍ରା ଆନନ୍ଦ ଉଲ୍ଲାସ ମଧ୍ୟରେ ସମ୍ପନ୍ନ ହୋଇଯାଇଛି। ପୂର୍ବ ନିର୍ଘଣ୍ଟକ୍ରମେ ସକାଳ ୫ଟାରେ ଦ୍ୱାରଫିଟା, ୫ଟା୩୦ରେ ସୂର୍ଯ୍ୟପୂଜା, ୬ଟାରେ ମଙ୍ଗଳ ଆଳତୀ, ୭ଟାରେ ଖେଚୁଡି ଭୋଗ ଚତୁର୍ଦ୍ଧା ବିଗ୍ରହଙ୍କୁ ଲାଗି କରାଯଇଥିଲା। ସେହିପରି ୮ଟାରୁ ୯ଟା ମଧ୍ୟରେ ସେବାୟତମାନେ ବେଶ କରିଥିଲେ। ୯ଟା ବେଳେ ରଥ ପ୍ରତିଷ୍ଠା କରାଯାଇ ୧୦ଟାରେ ପହଣ୍ଡି କାର୍ଯ୍ୟକ୍ରମ କରାଯାଇଥିଲା। ରେଡମ ଗ୍ରାମର ଗୌନ୍ତିଆ ନରସିଂହ ପଧାନ ଓ ଗୋପାଳ ପଣ୍ଡା ପହଣ୍ଡି ଛେରାପହରା କରିଥିଲେ। ଗଡତିଆ ଚମରା ଅମାତ ତିନି ରଥରେ ଛେରାପହରା କଲାପରେ ରଥଟଣା ଆରମ୍ଭ ହୋଇଥିଲା। ପରମ୍ପରାକ୍ରମେ ଏଥର ମଧ୍ୟ ସୁଭଦ୍ରାଙ୍କ ଦେବଦଳନ ରଥକୁ ମହିଳାମାନେ ଟାଣିଥିଲେ। ଅପରାହ୍ନ ପ୍ରାୟ ୩ଟାବେଳେ ଠାକୁର ଆଡପ ମଣ୍ଡପରେ ବିଜେ କରିଥିଲେ। ଗୁଣାକର ପଣ୍ଡା, ଦେବାର୍ଚ୍ଚନ ଦାସ ପୂଜା କାର୍ଯ୍ୟ ସମ୍ପାଦନ କରିଥିଲେ। ନାଗଡେଇଁ, ତେଲିପାଲି, ଘିଚାପଲି, ବାଘପାଲି, ଖୁଂଟୁଲାପାଲି, ଘିକୁଣ୍ଡି, ମସିନାପାଲି, ଉଲୁଣ୍ଡା, ଗୌଡଗାଡ,କୋଟସମଲାଇ ଆଦି ଗ୍ରାମର ସେବାୟତମନେ ପହଣ୍ଡି କରିଥିବାବେଳେ ସୁବଳୟା, ପୁରୁଣାକଟକ ମହିଳା ସଂର୍କୀତନ, ଖୁଣ୍ଟୁଲାପାଲି, ଗଡଭିତର ଆଦି ଗ୍ରାମର କୀର୍ତ୍ତନ ମଣ୍ଡଳୀ ଅଂଶଗ୍ରହଣ କରିଥିଲେ। ଘୋଷଯାତ୍ରା ସମୟରେ ଉତ୍ତରାଞ୍ଚଳ ଡିଆଇଜି ସତ୍ୟବ୍ରାତ ଭୋଇ, ଏସପି ଦେବୀପ୍ରସାଦ ଦାସ, ବୀରମହାରାଜପୁର ଉପଜିଲାପାଳ ସୁବ୍ରତ ବେହେରା, ଏସ୍‌ଡିପିଓ ଧିରଜ ଚୋପଦାର, ଉଲୁଣ୍ଡା ତହସିଲଦାର ନୀଳାମ୍ବର ମହାନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri