ପାତ୍ରବସା ବସ୍ତିରେ ପାନୀୟ ଜଳ ଅଭାବ, ୬୦ରୁ ଊର୍ଦ୍ଧ୍ୱ ପରିବାର ହନ୍ତସନ୍ତ

ଭବାନୀପାଟଣା, ୨୦।୫ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କଲମପୁର ବ୍ଲକ୍‌ ଅନ୍ତର୍ଗତ ପଣ୍ଡିଗାଁ ପଞ୍ଚାୟତ ପାତ୍ରବସା ଗାଁରେ ଥିବା ବସ୍ତିରେ ପିଇବା ପାଣି ଅଭାବ ଦେଖାଦେଇଛି। ଫଳରେ ପାନୀୟ ଜଳ ପାଇଁ ବସ୍ତି ବାସିନ୍ଦା ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ଗାଁର ଜନସଂଖ୍ୟା ୧ ହଜାରରୁ ଊର୍ଦ୍ଧ୍ୱ ଥିବା ବେଳେ ଭୋଟରଙ୍କ ସଂଖ୍ୟା ପ୍ରାୟ ୬ ଶହ ହେବ। ଏଠାରେ ବିଭିନ୍ନ ସମ୍ପ୍ରଦାୟର ଲୋକ ବାସ କରୁଛନ୍ତି। ଦଳିତ ସମ୍ପ୍ରଦାୟର ପ୍ରାୟ ୬୦ରୁ ଅଧିକ ପରିବାର ରହୁଛନ୍ତି। ଏମାନଙ୍କ ପାଇଁ ପଡ଼ାରେ ଗୋଟିଏ ମାତ୍ର ନଳକୂପ ରହିଛି। ବିଭିନ୍ନ ସମୟରେ ଏହା ମଧ୍ୟ ଅଚଳ ହୋଇପଡୁଛି। କେତେବେଳେ ପାଣି ବାହାରୁ ନାହିଁ ତ ଆଉ କେତେବେଳେ ଯାନ୍ତ୍ରିକ ତ୍ରୁଟି ଯୋଗୁ ନଳକୂଅ ଅଚଳ ହେଉଛି। ଅସ୍ପୃଶ୍ୟତା କାରଣରୁ ଅନ୍ୟ ନଳକୂଅ ବ୍ୟବହାର କରିବାକୁ ସେମାନଙ୍କୁ ବାରଣ କରାଯାଇଛି। ଗ୍ରୀଷ୍ମଋତୁ ଆରମ୍ଭରୁ ଏହି ନଳକୂଅ ୩ ଥର ଅଚଳ ପରେ ମରାମତି ହୋଇଛି। ଏବେ ୮ଦିନ ହେଲା ପୁଣି ନଳକୂଅ ଅଚଳ। ବସ୍ତିବାସିନ୍ଦା ଏ ନେଇ ବିଭାଗୀୟ କର୍ମକର୍ତ୍ତାଙ୍କୁ ଜଣାଇଥିଲେ ମଧ୍ୟ କୌଣସି ସୁଫଳ ମିଳିନି। ବହୁ ଲୋକଙ୍କ ପାଇଁ ଗୋଟିଏ ନଳକୂଅ ପାଣି ପର୍ଯ୍ୟାପ୍ତ ହେଉ ନ ଥିବାରୁ ବସ୍ତିରେ ଆଉ ଏକ ନଳକୂଅ ଖୋଳାଇବା ପାଇଁ ଦୀର୍ଘଦିନ ହେଲା ଦାବି ହୋଇଆସୁଛି। ଏ ନେଇ ବସ୍ତିବାସିନ୍ଦା ସରପଞ୍ଚ ବନଜାବାସିନୀ ମହାପାତ୍ରଙ୍କୁ ମଧ୍ୟ ଲିଖିତ ଭାବେ ଜଣାଇଛନ୍ତି। ନୂଆ ନଳକୂଅ ଖୋଳିବା ପାଇଁ ସରପଞ୍ଚ ମଧ୍ୟ ପ୍ରତିଶ୍ରୁତି ଦେଇଥିଲେ। ଏଥିସହ ଗାଁ ସ୍କୁଲ ପାଖରେ ଏକ ସୋଲାର ପ୍ଲାଣ୍ଟ ମାଧ୍ୟମରେ ୫ ଲକ୍ଷ ଟଙ୍କା ବ୍ୟୟରେ ଉଠା ପାଇପ୍‌ ଜଳ ବସ୍ତିବାସିନ୍ଦାଙ୍କୁ ଯୋଗାଇ ଦିଆଯିବା ନେଇ ସମସ୍ତ ପ୍ରସ୍ତୁତି ସରିଛି ଏବଂ ଏହା ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ ବୋଲି ସେ କହିଥିଲେ। କିନ୍ତୁ ନଳକୂଅ କି ଉଠା ପାଇପ୍‌ ଜଳ ଯୋଗାଣ ବ୍ୟବସ୍ଥାର ଆଜିଯାଏ ଶୁଭାରମ୍ଭ ହୋଇପାରୁ ନାହିଁ। ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ସୁଶାନ୍ତ କୁମାର ବଣିଆ କହିଛନ୍ତି, ଏଥର ନଳକୂଅ ଅଚଳ ଥିବା ଖବର ଜାଣିନୁ। ଗତଥର ଲିଖିତ ଅଭିଯୋଗ ପରେ ନଳକୂଅ ତୁରନ୍ତ ମରାମତି କରିଥିଲୁ। ଉଠା ପାଇପ୍‌ ଜଳ ଯୋଗାଣ ବ୍ୟବସ୍ଥା ପାଇଁ ଆକ୍ସନ୍‌ ପ୍ଲାନ୍‌ କରି ପଠାଯାଇଛି। ନିର୍ଦ୍ଦେଶ ଆସିଲେ କାର୍ଯ୍ୟକାରୀ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri