ପାଦ ମିଳିଥିଲା, ମିଳିଲା ଖପୁରି: ହତ୍ୟାକାଣ୍ଡର ଖିଅ ଖୋଜୁଛି ପୋଲିସ

ଯୋଡ଼ା,୨।୩(ଡି.ଏନ.ଏ.)- କେନ୍ଦୁଝର ଜିଲା ଯୋଡ଼ା ସହର ଉପକଣ୍ଠ ବାଂଶପାଣି ଟୋଲ ଗେଟ୍‌ ନିକଟବସ୍ତିରୁ ରବିବାର ସନ୍ଧ୍ୟାରେ ଯୋଡା ପୋଲିସ ଏକ ଶିଶୁର ଖପୁରୀ ଜବତ କରିଛି। ଏହାକୁ ନେଇ ପୋଲିସ ତଦନ୍ତ ଆରମ୍ଭ କରିଛି ା ଏନେଇ ଯୋଡ଼ା ଥାନା ଅଧିକାରୀ ରାଇସେନ୍‌ ମୁର୍ମୁ କହିଛନ୍ତି ଯେ, ଗତ ଜାନୁୟାରୀ ୧୯ ତାରିଖରେ ଏହି ଅଞ୍ଚଳରୁ ଏକ ଶିଶୁର ପାଦ ପୋଲିସକୁ ମିଳିଥିଲା ା ପାଦଟି ବସ୍ତିର ୩ ବର୍ଷର ଶିଶୁ ରୋହିତ ଓରାମ୍‌ଙ୍କର ବୋଲି ସେହି ସମୟରେ ତାଙ୍କ ମା’ ଶଶୀ ଓରାମ୍‌ ଦାବି କରିଥିଲେ ା କାରଣ ଶିଶୁ ରୋହିତ କିଛି ଦିନ ତଳୁ ନିଖୋଜ ଥିଲେ। ଏନେଇ ଶିଶୁଙ୍କ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିଲା ା ଏହାକୁ ଭିତ୍ତି କରି ପୋଲିସ ତଦନ୍ତ ଚଳାଇଥିଲା ା ରବିବାର ଅପରାହ୍ନରେ ରେଳ ଧାରଣା କଡରେ କିଛି ପିଲା ଖେଳୁଥିବା ବେଳେି ଖପୁରୀ ପଡ଼ିଥିବା ଦେଖିବାକୁ ପାଇଥିଲେ। ପରେ ବଡବିଲ ଏସଡିପିଓ ସତ୍ୟ ବିକାଶ ଭୂୟାଁ, ଯୋଡା ଥାନା ଆଇଆଇସି ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ଖପୁରୀଟିକୁ ଜବତ କରିଥିଲେ। ଏହାର ପରୀକ୍ଷାନିରୀକ୍ଷା ପାଇଁ ଗବେଷଣାଗାରକୁ ପଠା ଯିବ ଓ ପୂର୍ବରୁ ମିଳିଥିବା ପାଦ ଓ ରବିବାର ମିଳିଥିବା ଖପୁରୀର ମେଳ କରାଇବା ପରେ ଅତି ଶୀଘ୍ର ଏହି ଘଟଣାର ପର୍ଦ୍ଦାଫାସ ହେବ ବୋଲି ଥାନାଅଧିକାରୀ ମୁର୍ମୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?