ଖଲ୍ଲିକୋଟ,୧୮ା୧୦(ଡି.ଏନ.ଏ.)- ଖଲ୍ଲିକୋଟ ବ୍ଲକ ଡ଼ିମିରିଆ ପଞ୍ଚାୟତ ପାନନୂଆଗଁାରେ ବୁଧବାର ରାତିରେ କୋଠିଶାଳ ଯାତ୍ରା କୁମ୍ଭବୁଡ଼ା ସମୟରେ ପୂର୍ବ ଶତ୍ରୁତାକୁ ନେଇ ଗୋଷ୍ଠୀ ସଂଘର୍ଷ ଘଟିଛି। ଏଥିରେ ଦୁଇ ଜଣ ଗୁରୁତର ଆହତ ହୋଇ ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଅନୁଯାୟୀ, ପାନନୂଆଗଁାରେ କୋଠିଶାଳ ଠାକୁରାଣୀ ଯାତ୍ରା ବୁଧବାର ଉଦ୍ଯାପିତ ହୋଇଥିଲା। ରାତ୍ରରେ କୁମ୍ଭ ବିସର୍ଜନ କରି ପୋଖରୀରୁ ଫେରିବା ସମୟରେ ଦୁଇ ଗୋଷ୍ଠୀ ମୁହଁାମୁହିଁ ହୋଇଥିଲେ। ଏଥିରେ ଗ୍ରାମର ଏସ. ଦୀନବନ୍ଧୁ ପାତ୍ର ଗୁରୁତର ଆହତ ହୋଇଥିଲେ। ତାଙ୍କୁ ପ୍ରଥମେ ଖଲ୍ଲିକୋଟ ଓ ପରେ ବ୍ରହ୍ମପୁର ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଥିଲା। ଅପରପକ୍ଷରେ ଚନ୍ଦ୍ରୁ ପାତ୍ରଙ୍କ ଭାଇବୋହୂ ଏମ୍. ରାମାଲୁ ପାତ୍ରଙ୍କ ହାତ ଭାଙ୍ଗିବା ସହ ଆହତ ହୋଇ ବ୍ରହ୍ମପୁରରେ ଚିକିତ୍ସିତ ହେଉଛନ୍ତି। ଅନ୍ୟ କେତେଜଣ ସାମାନ୍ୟ ଆହତ ହୋଇଛନ୍ତି। ଖଲ୍ଲିକୋଟ ଆଇଆଇସି ସତ୍ୟରଞ୍ଜନ ପ୍ରଧାନ ସଦଳବଳ ଘଟଣାସ୍ଥଳରେ ପହଞ୍ଚତ୍ ୫ ଜଣଙ୍କୁ ଆଣି ଥାନାରେ ଅଟକ ରଖିଛନ୍ତି। ଉଭୟ ପକ୍ଷରୁ ଥାନାରେ ଏତଲା ହୋଇଛି। ନଂ.୨୮୮/୧୯ରେ ମକଦ୍ଦମା ରୁଜୁ ହୋଇଛି। ଏହି ସଂଘର୍ଷରେ ୪ଟି ବାଇକ, ଟ୍ରାକ୍ଟର ମଧ୍ୟ ଭଙ୍ଗାରୁଜା ହୋଇଛି। ପୂର୍ବରୁ ଏପରି ସଂଘର୍ଷରେ ୮ ଜଣ ଆହତ ହୋଇ ଉଭୟ ପକ୍ଷରୁ କୋର୍ଟଚାଲାଣ ହୋଇଥିଲେ। ଗୋଟିଏ ପକ୍ଷରୁ ଏମ୍. ଚନ୍ଦ୍ରୁ ପାତ୍ର ଏତଲା
ଦେଇଥିବା ବେଳେ ଅପରପକ୍ଷରୁ ଏସ୍. କାମେଶ୍ୱର ପାତ୍ର ଏତଲା ଦେଇଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…
କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…
ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …
ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…
ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…
ଛତ୍ରପୁର,୮।୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…
ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…
ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…
କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…
ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ
ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…
ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….
ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…
ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ
ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…
Archives

