Posted inବୌଦ୍ଧ

ପାନୀୟଜଳ ଓ ବିଦ୍ୟୁତ୍‌ ସେବା ଉପରେ ଗୁରୁତ୍ୱ

ବୌଦ୍ଧ,୨୮ା୫(ସ୍ବ.ପ୍ର.)-ବୌଦ୍ଧ ଜିଲାରେ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ପାଇଁ ଏକ ପ୍ରସ୍ତୁତି ବୈଠକ ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଲଲାଟେନ୍ଦୁ ମିଶ୍ର ଏଥିରେ ଅଧ୍ୟକ୍ଷତା କରିଥିଲେ ା ପ୍ରାକୃତିକ ବିପର୍ଯ୍ୟୟକୁ ଆଖି ଆଗରେ ରଖି ଜିଲାପାଳ ବିଭିନ୍ନ ବିଭାଗ ପକ୍ଷରୁ ହୋଇଥିବା ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରିବା ସହ ସମସ୍ତ ବିଭାଗକୁ ସତର୍କ ରହିବାକୁ ପରାମର୍ଶ ଦେଇଥିଲେ ା ବୈଠକରେ ଜିଲାବାସୀଙ୍କୁ ବିଶୁଦ୍ଧ ପାନୀୟ ଜଳ ଓ ନିରବଛିନ୍ନ ବିଦ୍ୟୁତ ଯୋଗାଣ ଉପରେ ଜିଲାପାଳ ଗୁରୁତ୍ୱ ଦେବା ସହ ବିଭାଗୀୟ ଅଧିକାରୀମାନେ କାର୍ଯ୍ୟରେ ଅବହେଳା କଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ଚେତାବନୀ ଦେଇଥିଲେ।
ବିଧାୟକଙ୍କ ପ୍ରତିନିଧି ବରିଷ୍ଠ ଆଇନଜୀବୀ ତାରେଣି ମହାପାତ୍ର ବୌଦ୍ଧବାସୀଙ୍କୁ ଦୁଇ ଓଳି ପାନୀୟ ଜଳ ଯୋଗାଇ ଦେବାକୁ ବୈଠକରେ ଦୃଷ୍ଟି ଆକର୍ଷଣ କରିଥିଲେ ା ପରେ ଜିଲାପାଳ ମିଶ୍ର ଜନସ୍ବାସ୍ଥ୍ୟ ବିଭାଗର କାର୍ଯ୍ୟ ସମୀକ୍ଷା କରି ତୁରନ୍ତ ଏକ ରିପୋର୍ଟ ପ୍ରଦାନ କରିବାକୁ ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଶଶାଙ୍କ ଶେଖର ଦାଶଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସେହିପରି ଗ୍ରୀଷ୍ମ ପ୍ରବାହ ସମୟରେ ବାରମ୍ବାର ବିଦ୍ୟୁତ୍‌ ବିଭ୍ରାଟ ହେଉଥିବାରୁ ଏହାର ସମାଧାନ କରିବାକୁ ବିଭାଗୀୟ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଅଂଶୁଘାତରେ କୌଣସି ବ୍ୟକ୍ତିଙ୍କ ମୃତ୍ୟୁ ହେଲେ ତାଙ୍କ ପରିବାରକୁ କ୍ଷତିପୂରଣ ପ୍ରଦାନ ପାଇଁ ତଦନ୍ତ ରିପୋର୍ଟ ପ୍ରସ୍ତୁତ କରି ଦେବାକୁ ବୈଠକରେ ନିର୍ଦ୍ଦେଶ ଦିଆଯାଇଥିଲା। ସେହିପରି ଚାଷୀଙ୍କ ଫସଲ ପଙ୍ଗପାଳ ନଷ୍ଟ କରିବା ଆଶଙ୍କା ରହିଥିବାରୁ ଜିଲା କୃଷି ବିଭାଗ ଆବଶ୍ୟକ କୀଟନାଶକ ସହ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏହାବ୍ୟତୀତ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ କୁହାଯାଇଥିଲା ା ସେହିପରି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଯେ କୌଣସି ପରିସ୍ଥିତିର ମୁକାବିଲା କରିବା ପାଇଁ ସବୁବେଳେ ପ୍ରସ୍ତୁତ ରହିବାକୁ ଅଗ୍ନିଶମ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଥିଲା। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଏସପି ଭି. ରଘୁନାଥ ରାଓ, ଉପଜିଲାପାଳ ଏନସି ଜ୍ୟୋତିରଞ୍ଜନ ନାଏକ, ଜିଲା ମୁଖ୍ୟ ଚିିକିତ୍ସାଧିକାରୀ ଡ.ଲକ୍ଷ୍ମୀଧର ସାହୁ,ସହକାରୀ ଜିଲାପାଳ ଅବିନାଶ ପାଣ୍ଡିଆଙ୍କ ସମେତ ତିନି ବ୍ଲକର ବିଡିଓ, ତହସିଲଦାର ଓ ଜିଲାସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ପ୍ରବଳ ଖରାରେ ବି ଫୁଟିବ ପଦ୍ମ

ଘଣ୍ଟାପଡ଼ା/କଣ୍ଟାମାଳ,୨୧ା୪(ପ୍ରଭାତ କୁମାର ସାହୁ/ଆଦିତେଶ୍ୱର ମିଶ୍ର)ବୌଦ୍ଧ ଜିଲା କଣ୍ଟାମାଳ ବିଧାନସଭା ନିର୍ବାଚନ ମଣ୍ଡଳୀର ପଲସାଗୋରା ମକର ପଡିଆରେ ଭାଜପାର ବିଶାଳ ଜନସମାବେଶ ସହିତ ମିଶ୍ରଣ ପର୍ବ ଅନୁଷ୍ଠିତ...

ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବଘିଅପଡା,୨୦।୪ ( ଶ୍ରୀକାନ୍ତ ସାହୁ): ଶନିବାର ସକାଳ ୮ ଘଣ୍ଟା ସମୟରେ ବୌଦ୍ଧ ଥାନା ବଘିଆପଡ଼ା ଫାଣ୍ଡି ଅନ୍ତର୍ଗତ ଗୌଡଦଇ ନିକଟରେ ଏକଯୁବକଙ୍କ ରକ୍ତାକ୍ତ ମୃତଦେହ...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ନାମଯଜ୍ଞବେଳେ ଫୁଟିଲା ଗୁଳି: ଜଣେ ଗୁରୁତର

କଣ୍ଟାମାଳ,୧୮।୪: କଣ୍ଟାମାଳ ଥାନା ଲମ୍ବେସ୍ବରୀ ଗ୍ରାମପଞ୍ଚାୟତର ପିପଲପାଳି ଗ୍ରାମରେ ରାମନବମୀ ପାଇଁ ନାମଯଜ୍ଞ ଅନୁଷ୍ଠିତ ହୋଇଥିଲା। ଏହି ସମୟରେ କିଛି ଦୁର୍ବୁତ୍ତ ସେଠାରେ ଗୁଳିମାଡ଼ କରିଥିଲେ।...

ପୁଣି କର୍ମଚାରୀ ଛଟେଇ କଲା ଗୁଗ୍‌ଲ

କାଲିଫର୍ନିଆ, ୧୮।୪: ବଡ ଆଇଟି କମ୍ପାନୀଗୁଡିକ ଆଜିକାଲି ଏକ ସମ୍ଭାବ୍ୟ ମାନ୍ଦାବସ୍ଥାର ସମ୍ମୁଖୀନ ହେଉଛନ୍ତି। ଖର୍ଚ୍ଚ ହ୍ରାସ କରିବାକୁ ଏହି କମ୍ପାନୀଗୁଡିକ କର୍ମଚାରୀଙ୍କ ଉପରେ ଛଟେଇ...

ପ୍ରଦୀପଙ୍କ ୬ଷ୍ଠ, ଆଶାରେ ନବ, ସରୋଜ ଚ୍ୟାଲେଞ୍ଜ

ବୌଦ୍ଧ,୧୬ା୪(ଅଜିତ କୁମାର ବାରିକ):ବୌଦ୍ଧ ବିଧାନସଭା ଆସନ ପାଇଁ ତିନି ପ୍ରମୁଖ ଦଳ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି। ଏଠାରୁ ୫ ଥର ବିଧାୟକ ହୋଇଥିବା ବିଜେଡିରୁ ପ୍ରଦୀପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri