Posted inବୌଦ୍ଧ

ପାନୀୟଜଳ ଓ ବିଦ୍ୟୁତ୍‌ ସେବା ଉପରେ ଗୁରୁତ୍ୱ

ବୌଦ୍ଧ,୨୮ା୫(ସ୍ବ.ପ୍ର.)-ବୌଦ୍ଧ ଜିଲାରେ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ପାଇଁ ଏକ ପ୍ରସ୍ତୁତି ବୈଠକ ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଲଲାଟେନ୍ଦୁ ମିଶ୍ର ଏଥିରେ ଅଧ୍ୟକ୍ଷତା କରିଥିଲେ ା ପ୍ରାକୃତିକ ବିପର୍ଯ୍ୟୟକୁ ଆଖି ଆଗରେ ରଖି ଜିଲାପାଳ ବିଭିନ୍ନ ବିଭାଗ ପକ୍ଷରୁ ହୋଇଥିବା ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରିବା ସହ ସମସ୍ତ ବିଭାଗକୁ ସତର୍କ ରହିବାକୁ ପରାମର୍ଶ ଦେଇଥିଲେ ା ବୈଠକରେ ଜିଲାବାସୀଙ୍କୁ ବିଶୁଦ୍ଧ ପାନୀୟ ଜଳ ଓ ନିରବଛିନ୍ନ ବିଦ୍ୟୁତ ଯୋଗାଣ ଉପରେ ଜିଲାପାଳ ଗୁରୁତ୍ୱ ଦେବା ସହ ବିଭାଗୀୟ ଅଧିକାରୀମାନେ କାର୍ଯ୍ୟରେ ଅବହେଳା କଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ଚେତାବନୀ ଦେଇଥିଲେ।
ବିଧାୟକଙ୍କ ପ୍ରତିନିଧି ବରିଷ୍ଠ ଆଇନଜୀବୀ ତାରେଣି ମହାପାତ୍ର ବୌଦ୍ଧବାସୀଙ୍କୁ ଦୁଇ ଓଳି ପାନୀୟ ଜଳ ଯୋଗାଇ ଦେବାକୁ ବୈଠକରେ ଦୃଷ୍ଟି ଆକର୍ଷଣ କରିଥିଲେ ା ପରେ ଜିଲାପାଳ ମିଶ୍ର ଜନସ୍ବାସ୍ଥ୍ୟ ବିଭାଗର କାର୍ଯ୍ୟ ସମୀକ୍ଷା କରି ତୁରନ୍ତ ଏକ ରିପୋର୍ଟ ପ୍ରଦାନ କରିବାକୁ ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଶଶାଙ୍କ ଶେଖର ଦାଶଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସେହିପରି ଗ୍ରୀଷ୍ମ ପ୍ରବାହ ସମୟରେ ବାରମ୍ବାର ବିଦ୍ୟୁତ୍‌ ବିଭ୍ରାଟ ହେଉଥିବାରୁ ଏହାର ସମାଧାନ କରିବାକୁ ବିଭାଗୀୟ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଅଂଶୁଘାତରେ କୌଣସି ବ୍ୟକ୍ତିଙ୍କ ମୃତ୍ୟୁ ହେଲେ ତାଙ୍କ ପରିବାରକୁ କ୍ଷତିପୂରଣ ପ୍ରଦାନ ପାଇଁ ତଦନ୍ତ ରିପୋର୍ଟ ପ୍ରସ୍ତୁତ କରି ଦେବାକୁ ବୈଠକରେ ନିର୍ଦ୍ଦେଶ ଦିଆଯାଇଥିଲା। ସେହିପରି ଚାଷୀଙ୍କ ଫସଲ ପଙ୍ଗପାଳ ନଷ୍ଟ କରିବା ଆଶଙ୍କା ରହିଥିବାରୁ ଜିଲା କୃଷି ବିଭାଗ ଆବଶ୍ୟକ କୀଟନାଶକ ସହ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏହାବ୍ୟତୀତ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ କୁହାଯାଇଥିଲା ା ସେହିପରି ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଯେ କୌଣସି ପରିସ୍ଥିତିର ମୁକାବିଲା କରିବା ପାଇଁ ସବୁବେଳେ ପ୍ରସ୍ତୁତ ରହିବାକୁ ଅଗ୍ନିଶମ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଥିଲା। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଏସପି ଭି. ରଘୁନାଥ ରାଓ, ଉପଜିଲାପାଳ ଏନସି ଜ୍ୟୋତିରଞ୍ଜନ ନାଏକ, ଜିଲା ମୁଖ୍ୟ ଚିିକିତ୍ସାଧିକାରୀ ଡ.ଲକ୍ଷ୍ମୀଧର ସାହୁ,ସହକାରୀ ଜିଲାପାଳ ଅବିନାଶ ପାଣ୍ଡିଆଙ୍କ ସମେତ ତିନି ବ୍ଲକର ବିଡିଓ, ତହସିଲଦାର ଓ ଜିଲାସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri