ପାନୀୟଜଳ ଦାବିରେ ରାସ୍ତାରୋକୋ

ଯୋଡ଼ା, ୧୩।୪(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ଜୁରୁଡିସ୍ଥିତ କ୍ରେଚ ହଟିଂ ଅଞ୍ଚଳବାସୀ ବିଦ୍ୟୁତକାଟ୍‌ ଯୋଗୁ ପାନୀୟ ଜଳ ପାଇବାରୁ ବଞ୍ଚିତ ହେବାରୁ ରାସ୍ତା ଅବରୋଧ କରିଥିଲେ। ସୋମବାର ଅପରାହ୍ନ ପ୍ରାୟ ୨ ଘଟିକା ସମୟରେ ରାଜ୍ୟ ରାଜପଥ ନଂ ୨ ଜୁରୁଡି- ବାଂଶପାଣି ରାସ୍ତାର କ୍ରେଚ ହଟିଂଠାରେ ଶତାଧିକ ମହିଳା ପୁରୁଷ ପାନୀୟ ଜଳ ଉପକରଣ ରାସ୍ତା ଉପରେ ରଖି ରାସ୍ତାକୁ ଅବରୋଧ କରିଥିଲେ।  ହଟିଂବାସୀ ଲଂବୋଦର ମୁଣ୍ଡା, ରଂଜିତ ମୁଣ୍ଡା, ମଙ୍ଗଲ ମୁଣ୍ଡା, ସୁନିଲ ବାହାଦୁର ତାଙ୍କ ଅଭିଯୋଗରେ କହିଥିଲେ ଯେ, ସେମାନେ ନିକଟସ୍ଥ ଏକ ଖଣିରେ କାର୍ଯ୍ୟ କରୁଥିଲେ। କମ୍ପାନୀ ପକ୍ଷରୁ ଉକ୍ତ ହଟିଂରେ ଏକ ଡିପ୍‌ ବୋର ଓ୍ବେଲ ନିର୍ମାଣ କରାଯାଇ ବିଦ୍ୟୁତ ଚାଳିତ ପମ୍ପ ମାଧ୍ୟମରେ ପାନୀୟ ଜଳ ଯୋଗାଣ କରାଯାଉଥିଲା। ମାତ୍ର ଗତ ୨ ତାରିଖଠାରୁ ଉକ୍ତ ହଟିଂକୁ କମ୍ପାନୀ ପକ୍ଷରୁ ବିଦ୍ୟୁତ୍‌ ବିଛିନ୍ନ କରାଯିବାରୁ ବୋର ଓ୍ବେଲଟି ଅଚଳ ହୋଇପଡିଛି ା ଯାହା ଫଳରେ ସ୍ଥାନୀୟ ଲୋକେ ପାନୀୟ ଜଳ ପାଇଁ ହଇରାଣ ହେଉଛନ୍ତି। ଉକ୍ତ ଗ୍ରାମରେ ପାନୀୟ ଜଳର ସେପରି କୌଣସି ବିକଳ୍ପ ବ୍ୟବସ୍ଥା ନାହିଁ । ଏଣୁ ସ୍ଥାନୀୟ ମହିଳାମାନେ ଦୀର୍ଘ ଦେଢ କି.ମି. ଦୂର ଚାଲି ଚାଲି ଯାଇ ସେଠାରୁ ପାଣି ସଂଗ୍ରହ କରୁଥିବା କହିଛନ୍ତି। ଜଳ ସଙ୍କଟ ଦେଖାଦେବାରୁ କମ୍ପାନୀ ପକ୍ଷରୁ ଟ୍ୟାଙ୍କର ମାଧ୍ୟମରେ ଏଠାକୁ ପାନୀୟଜଳ ଯୋଗାଣ କରାଯାଉଥିଲା। ମାତ୍ର ତାହା ମଧ୍ୟ ବନ୍ଦ କରିଦିଆଯିବାରୁ ଅଞ୍ଚଳବାସୀ ବାଧ୍ୟ ହୋଇ ଏହି ରାସ୍ତା ଅବରୋଧ କରିଥିଲେ। ରାସ୍ତା ଅବରୋଧ ପରେ ଘଟଣାସ୍ଥଳକୁ ପୋଲିସ ଆସିଲେ ଅଂଚଳବାସୀ ଏକ ଦସ୍ତଖତ ସମ୍ବଳିତ ଅଭିଯୋଗ ପତ୍ର ଦେବେ ବୋଲି କହିଥିଲେ। ରାସ୍ତା ଅବରୋଧ ହେବାରୁ ରାସ୍ତାରେ ଶହ ଶହ ଖଣିଜ ବୋଝେଇ ଡମ୍ପର ଓ ଟ୍ରକ ଛିଡା ହେବାରୁ ଯାତାୟାତ ଠପ୍‌ ହୋଇପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

ବଲାଙ୍ଗୀର ତହସିଲ୍ ଅଫିସ ପରିସରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…

ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ…

ବନ୍ଧାହେଲେ କୁବେର ଗୁଡାରି ରେଞ୍ଜର

ଗୁଡାରି,୧୩।୪(ପ୍ରମୋଦ କୁମାର ପତି): ଗୁଡାରି ରେଞ୍ଜର ସୁକୁମାର ଦୁଖୁ ରବିବାର ରାତିରେ ଓଡିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଗୁଡାରି ରେଞ୍ଜର ନିଜ ଅଫିସ ଗାଡ଼ି (ବୋଲେରୋ…

ରଙ୍ଗ ରୁଟ୍‌ରେ ପଶିଆସିଲା ହାଇଓ୍ବା: ଧକ୍କାଦେଲା କଲେଜ ବସ୍‌,୧୫ରୁ ଉର୍ଦ୍ଧ୍ୱ ଛାତ୍ର ଗୁରୁତର  

କଳିଙ୍ଗନଗର,୧୩୪(ଶୁଭାଶିଷ ରାଉତ ): ଯାଜପୁର ଜିଲା କୋରେଇ ଥାନା ଅନ୍ତର୍ଗତ ଓଉପଦା ଛକ ନିକଟରେ ଏକ ଘରୋଇ କଲେଜ(ପ୍ରୟାସ)ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ରଙ୍ଗରୁଟରେ ପଶିଆସିଥିବା ଏକ ହାଇୱାକୁ…

ଶାନ୍ତି ଆଲୋଚନା ବାଟବଣା ହେବା ବେଳେ, ଆକ୍ରମଣାତ୍ମକ ମନୋଭାବ ଗ୍ରହଣ କରିଛନ୍ତି ଟ୍ରମ୍ପ

ଓ୍ବାଶିଂଟନ,୧୩।୪: ପାକିସ୍ତାନରେ ଆମେରିକା-ଇରାନ ‘ଶାନ୍ତି ଆଲୋଚନା’ ବିଫଳ ହୋଇଛି। ଇରାନ ଆମେରିକୀୟ ପ୍ରସ୍ତାବକୁ ଗ୍ରହଣ କରିବାକୁ ମନା କରିଛି। ଫଳସ୍ବରୂପ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ…

ଯୁବ ବ୍ୟବସାୟୀଙ୍କୁ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ: ପ୍ରି ପ୍ଲାନ୍‌ରେ ଲୁଚାଯାଇଥିବା ଗାଡ଼ି ଜବତ

ବଲାଙ୍ଗୀର/ସଇଁତଳା,୧୩।୪(ସୁନିଲ ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଜାତୀୟ ରାଜପଥ-୨୬ ନବୀନ ଛକ ନିକଟରେ ଶୁକ୍ରବାର ଅପରାହ୍ନ ସମୟରେ ଏକ ଚାରି ଚକିଆ ଗାଡ଼ି ମଡ଼ାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri