ପାନୀୟଜଳ, ପକ୍କାରାସ୍ତା, ବିଦ୍ୟୁତ୍‌ରୁ ବଞ୍ଚିତ

ଖଜୁରିପଡା,୨୦ା୫(ଡି.ଏନ.ଏ.)-କନ୍ଧମାଳ ଜିଲା ଖଜୁରିପଡା ବ୍ଲକ ବିଲାବାଡି ପଞ୍ଚାୟତର ମେଣିଆଁକୋଠି ଗାଁ। ଜଙ୍ଗଲ ଘେରା ଏହି ଗାଁରେ ୧୫ ପରିବାର ରହୁଥିବାବେଳେ ଜନସଂଖ୍ୟା ୬୦ରୁ ୭୦। ସ୍ବାଧୀନତାର ୭୨ବର୍ଷ ବିତିଥିଲେ ମଧ୍ୟ ଗାଁକୁ ପକ୍କାରାସ୍ତା, ପାନୀୟଜଳ ଓ ବିଦ୍ୟୁତ୍‌ ବ୍ୟବସ୍ଥା ନାହିଁ। ଭୋଟ ଆସିଲେ ନେତାଙ୍କ ପାଦପଡେ, ବହୁ ପ୍ରତିଶ୍ରୁତି ମିଳେ, ମାତ୍ର ଭୋଟ ସରିଗଲେ ଆଉ ଦେଖା ମିଳେନାହିଁ। ଏବେ ଏହି ଗାଁ ଖଜୁରିପଡା ବ୍ଲକ ବିଲାବାଡି ପଞ୍ଚାୟତରୁ ବାହାର କରାଯାଇ ଫୁଲବାଣୀ ବ୍ଲକ ତୁଡିପାଜୁ ପଞ୍ଚାୟତରେ ସାମିଲ କରାଯାଇଥିବା ଶୁଣିବାକୁ ମିଳୁଛି। ମାତ୍ର ଗ୍ରାମବାସୀ ଏବେବି ମୌଳିକ ସମସ୍ୟାରୁ ବଞ୍ଚତ୍ତ। ଗାଁକୁ ପକ୍କା ରାସ୍ତା ନ ଥିବାବେଳେ ଲୋକେ ଜଙ୍ଗଲ ରାସ୍ତା ଦେଇ ଯାତାୟାତ କରୁଛନ୍ତି।
ପିଇବା ପାଣିର ବ୍ୟବସ୍ଥା ନଥିବାରୁ ନାଳ, ଝରଣା ଓ ଚୁଆ ଉପରେ ନିର୍ଭର କରିଥାନ୍ତି ଗ୍ରାମବାସୀ। ଖରାଦିନରେ ଅବସ୍ଥା ଶୋଚନୀୟ ହୋଇପଡେ। ପିଡିଏସ୍‌ ଚାଉଳ ପାଇଁ ୧୦ କିମି ଦୂର ଭେଟଖୋଲ ଚାଲିକି ଯିବାକୁ ପଡୁଛି ବୋଲି କହିଛନ୍ତି ଗ୍ରାମବାସୀ। କିଛିଦିନ ତଳେ ଗ୍ରାମର ସମସ୍ୟା ନେଇ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା। ଫୁଲବାଣୀ ବିଡିଓ ସୁବ୍ରତ କୁମାର ଜେନା ଓ ବ୍ଲକ ଅଧ୍ୟକ୍ଷା ମଞ୍ଜୁ କହଁର ଗାଁକୁ ଯାଇ ସମସ୍ୟାର ଅନୁଧ୍ୟାନ କରିଥିଲେ। ସେଠାରୁ ଆସି ଅବ୍ୟବସ୍ଥା ସମ୍ପର୍କରେ ଜିଲାପାଳଙ୍କୁ ଅବଗତ କରାଇଥିଲେ। ଜିଲାପାଳ ଡ. ବୃନ୍ଦା ଡି ଗ୍ରାମ ଲୋକଙ୍କୁ ଡକାଇ ସେଠାରୁ ପାଖ ପଡିଶା ଗ୍ରାମକୁ ଯାଇ ଥଇଥାନ ହେବାକୁ ପରାମର୍ଶ ଦେଇ ଜାଗା ଓ ବାସଗୃହ ଦିଆଯିବ ବୋଲି କହିଥିଲେ। କିନ୍ତୁ ଗ୍ରାମବାସୀ କହିବା କଥା, ସେଠାରେ ଆମର ଜମିବାଡି, ଘରଦ୍ୱାର ଅଛି ଆମେ ଅନ୍ୟକୁଆଡେ ଯିବୁନାହିଁ। ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେଇ ସମସ୍ୟାର ସମାଧାନ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି। ଫୁଲବାଣି ବ୍ଲକର ତୁଡିପାଜୁ ପଞ୍ଚାୟତ ନୂଆ ପଞ୍ଚାୟତ। ଏଥିରେ ଆମ୍ଭ ଗ୍ରାମକୁ ମିଶାଯାଇଥିବାରୁ ଆହୁରି ଅଡୁଆ ହେଲା। ସୁଡ୍ରେଜୁ ପଞ୍ଚାୟତ ବରଂ ଭଲ ଥିଲା ବୋଲି କହିଛନ୍ତି ଗ୍ରାମବାସୀ। ଫୁଲବାଣୀ ବ୍ଲକ ଓ ତୁଡିପାଜୁ ପଞ୍ଚାୟତକୁ ଯଦି ଆମ୍ଭମାନଙ୍କୁ ନିଆଯାଇଛି। ଯଥାଶୀଘ୍ର ସମସ୍ୟା ଦୂର କରି ରାସ୍ତା କରିଦେଲେ ଆମ୍ଭେ ମାନେ ଉନ୍ନତି କରିପାରିବୁ ବୋଲି କହିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri