ପାନୀୟ ଜଳ ଯୋଗାଣ ଉପରେ ଗୁରୁତ୍ୱ

ଅନୁଗୋଳ ଅଫିସ, ୧୩।୧: ଅନୁଗୋଳ ଜିଲାର ସହରାଞ୍ଚଳର ପାନୀୟ ଜଳ ଯୋଗାଣ, ଆବର୍ଜନ ପରିଚାଳନା, ମୋ ଜାଗା ମିଶନ, ଭେଣ୍ଡିଂଜୋନ ବ୍ୟବସ୍ଥା ନେଇ ରବିବାର ପୂର୍ବାହ୍ନରେ ସର୍କିଟ ହାଉସ୍‌ରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଧାୟକ ତଥା ଉପବାଚସ୍ପତି ରଜନୀକାନ୍ତ ସିଂ ଯୋଗଦେଇ ଅନୁଗୋଳ, ତାଳଚେର ପୌରାଞ୍ଚଳ ସମେତ ଆଠମଲ୍ଲିକ ଏସ୍‌ଏସିର ବିଭିନ୍ନ ସମସ୍ୟା ସମାଧାନ ଉପରେ ଗୁରୁତ୍ୱାରୋପ କରିଥିଲେ।
ଅନୁଗୋଳ ପୌରାଞ୍ଚଳ ପାଇଁ ଦୈନିକ ୭.୪ ମିଲିୟନ ଲିଟର ପାଣିର ଆବଶ୍ୟକତା ରହିଛି। ଜନସ୍ବାସ୍ଥ୍ୟ ବିଭାଗ ଦ୍ୱାରା ୭.୨ ମିଲିୟନ ଲିଟର ପାଣି ଯୋଗାଇ ଦିଆଯାଉଛି। ସେହିପରି ତାଳଚେର ପାଇଁ ୭.୧ ମିଲିୟନ ଲିଟର ସ୍ଥାନରେ ୭ ମିଲିୟନ ଲିଟର ଆଠମଲ୍ଲିକ ଏନ୍‌ଏସି ପାଇଁ ୨ ମିଲିୟନ ଲିଟର ସ୍ଥାନରେ ୧.୯ ମିଲିୟନ ଲିଟର ପାଣି ଉପଲବ୍ଧ ହେଉଛି। ଚଳିତ ବର୍ଷ ସହରାଞ୍ଚଳର ସବୁ ଘରକୁ ଜଳ ସଂଯୋଗ କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ପାଣିର ଅପବ୍ୟବହାରକୁ ରୋକିବା ପାଇଁ ସ୍କ୍ବାଡ୍‌ ଗଠନ କରାଯିବ। ସବୁ ଘରକୁ ଆବଶ୍ୟକ ପରିମାଣ ଜଳ ଯୋଗାଣ ହେବ। ଲୋକମାନେ ସ୍ବତଃପ୍ରବୃତ୍ତ ଭାବେ ପମ୍ପ ଚଲାଇବାରୁ ନିବୃତ୍ତ ନ ରହିଲେ ସଂଯୋଗ କାଟି ଦିଆଯିବ। ସେହିପରି ଅଳିଆ ଆବର୍ଜନା ନିଷ୍କାସନ ସହ ପଲିଥିନ ବ୍ୟବହାରକୁ ସମ୍ପୂର୍ଣ୍ଣ ନିଷେଧ କରିବାକୁ ପରାମର୍ଶ ଦିଆଯାଇଛି। ପୋଲିସ ସହାୟତାରେ ଏକ ତଦାରଖ ଦଳ ଗଠନ କରି ପଲିଥିନ ବିକୁଥିବା ଦୋକାନ ଉପରେ ଚଢ଼ାଉ କରିବା ସହ କେବୁଲ ଟିଭି ମାଧ୍ୟମରେ ବ୍ୟାପକ ଜନସଚେତନତା ସୃଷ୍ଟି ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ଆବର୍ଜନା ନିଷ୍କାସନ ପାଇଁ ପ୍ରତି ପୌରାଞ୍ଚଳରେ କାର୍ଯ୍ୟକାରୀ ହେବାକୁ ଥିବା ମାଇକ୍ରୋ କମ୍ପୋଷ୍ଟ ସେଣ୍ଟରର କାର୍ଯ୍ୟକାରିତା ସମ୍ପର୍କରେ ଲୋକମାନଙ୍କୁ ସଚେତନ କରିବାକୁ ଉପବାଚସ୍ପତି ପରାମର୍ଶ ଦେଇଛନ୍ତି।
ଜାଗା ମିଶନରେ ବସ୍ତି ବାସିନ୍ଦାମାନଙ୍କୁ ୩୨୩ ସ୍କୋୟାର ଫୁଟ ଜାଗା ମାଗଣାରେ ପ୍ରଦାନ କରାଯାଉଛି। ଏହାବ୍ୟତୀତ ଭେଣ୍ଡିଂ ଜୋନ, ସହରାଞ୍ଚଳକୁ ସଂଯୋଗ କରୁଥିବା ରାସ୍ତା ସମ୍ପର୍କରେ ଉପବାଚସ୍ପତି ସମୀକ୍ଷା କରିଥିଲେ। ସହରର ସଫେଇ କାର୍ଯ୍ୟକୁ ତ୍ୱରାନ୍ବିତ ଭାବେ କରିବାକୁ ଜିଲାପାଳ ଗୁରୁତ୍ୱାରୋପ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ, ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ, ଜିଲାପାଳ ମନୋଜ କୁମାର ମହାନ୍ତି, ଆଠମଲ୍ଲିକ ଉପଜିଲାପାଳ ଡ. ରଜନୀକାନ୍ତ ବିଶ୍ୱାଳ, ତାଳଚେର ଉପଜିଲାପାଳ ପରେଶ ଚନ୍ଦ୍ର ନାୟକଙ୍କ ସମେତ ବିଭିନ୍ନ ବିଭାଗର କାର୍ଯ୍ୟକର୍ତ୍ତା, ୩ ସହରାଞ୍ଚଳର କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri