ପାନ ଦୋକାନରୁ ଜବତ ହେଲା କୋରେକ୍ସ

ନୟାଗଡ଼ ଅଫିସ,୨।୭-ନୟାଗଡ଼ ମ୍ୟୁନିସିପାଲିଟି ଓ ଟାଉନ ପୋଲିସ ପକ୍ଷରୁ ନୟାଗଡ଼ ସହରର ବିଭିନ୍ନ ଉଠାଦୋକାନ ଉପରେ ସୋମବାର ଚଢ଼ାଉ କରାଯାଉଛି। କ୍ୟାବିନ୍‌ କରି ପାନ ଦୋକାନ କରିଥିବା ବେଳେ ଭିତରେ କୋରେକ୍ସ ବିକ୍ରି କରୁଥିବା ଅଭିଯୋଗରେ ଜଣେ ଦୋକାନୀଙ୍କୁ ଗିରଫ କରାଯାଇଛି। ସେ ହେଲେ ସେକ୍‌ ସକୁରୁ। ସେକ୍‌ ସକୁରୁ ଜିଲା ମୁଖ୍ୟ ଚିକିତ୍ସାଳୟ ଫାଟକ ନିକଟରେ ଏକ ପାନ ଦୋକାନ କରି କୋରେକ୍ସ ବିକ୍ରି କରୁଥିଲେ। ସୋମବାର ଚଢ଼ାଉରେ ତାଙ୍କ ଦୋକାନରୁ ୪୮ଟି କୋରେକ୍ସ ବୋତଲ ଜବତ ହୋଇଥିଲା। ତାଙ୍କୁ ଗିରଫ କରି କୋର୍ଟଚାଲାଣ କରାଯାଇଥିବା ଟାଉନ ଥାନା ଅଧିକାରୀ ଜୟଦୀପ ମହାନ୍ତି ପ୍ରକାଶ କରିଛନ୍ତି। ସେହିଭଳି ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ ଫାଟକ ନିକଟରେ ଥିବା ସମସ୍ତ କ୍ୟାବିନ୍‌କୁ ସୋମବାର ବନ୍ଦ କରାଯାଇଛି। ରାଜପଥ କଡ଼ରେ ଦୋକାନୀମାନେ କ୍ୟାବିନ୍‌ କରି ଜିନିଷ ବିକ୍ରି କରୁଥିବାରୁ ବିଭିନ୍ନ ସମୟରେ ଟ୍ରାଫିକ୍‌ ସମସ୍ୟା ଦେଖାଦେଉଛି। ଏହି ସମସ୍ୟାର ସମାଧାନ କରିବା ପାଇଁ ସହରରେ ଥିବା ବିଭିନ୍ନ ରାଜପଥ କଡ଼ରୁ ଉଠା ଦୋକାନୀଙ୍କୁ ହଟାଯାଇଛି। ଓଡ଼ଗାଁ ଛକରେ ଥିବା କ୍ୟାବିନ୍‌, ମେଡ଼ିକାଲ ନିକଟରେ ଥିବା କ୍ୟାବିନ୍‌, ଖଣ୍ଡପଡ଼ା ରୋଡ଼ରେ ଥିବା ଉଠାଦୋକାନକୁ ହଟା ଯାଇଛି। ମଙ୍ଗଳବାର ସହରର ଅନ୍ୟ ସ୍ଥାନରେ ରାଜପଥ କଡ଼ରେ ଥିବା ଉଠାଦୋକାନକୁ ସିଲ୍‌ କରାଯିବ । ମାସେ ଧରି ଏହିଭଳି ଚଢ଼ାଉ ଚାଲିବ ବୋଲି ସୂଚନା ମିଳିଛି। ନୟାଗଡ଼ ମ୍ୟୁନିସିପାଲିଟିର ସାନିଟାରୀ ଇନ୍ସପେକ୍ଟର ଲକ୍ଷ୍ମୀଧର ସାହୁ, ୱାରେଣ୍ଟ ଅଫିସର ନାରାୟଣ ନାୟକ, ଟାଉନ ପୋଲିସ ଏଏସ୍‌ଆଇ ଅଶୋକ ମହାନ୍ତି ପ୍ରମୁଖ ଚଢ଼ାଉରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri