ପାରଳା ମହାରାଜାଙ୍କ ପରଲୋକ, ଓଡ଼ିଶା ପାଇଁ ଏକ ଅପୂରଣୀୟ କ୍ଷତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦।୧(ବ୍ୟୁରୋ): ବ୍ରହ୍ମପୁରର ପୂର୍ବତନ ଏମ୍‌ପି ତଥା ପାରଳା ମହାରାଜା ଗୋପୀନାଥ ଗଜପତି ନାରାୟଣ ଦେବଙ୍କ ଶୁକ୍ରବାର ସକାଳେ ପରଲୋକ ଘଟିଛି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ଦୁଃଖ ପ୍ରକାଶ କରିବା ସହ ଗଜପତିଙ୍କ ବିୟୋଗ ସମଗ୍ର ଓଡ଼ିଶା ପାଇଁ ଏକ ଅପୂରଣୀୟ କ୍ଷତି ବୋଲି କହିଛନ୍ତି। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ ଗଜପତିଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି।

 

ସୂଚନାଯୋଗ୍ୟ, ପାରଳାଖେମୁଣ୍ଡି ରାଜା ଗୋପୀନାଥ ଗଜପତି ନାରାୟଣ ଦେବଙ୍କ ଶୁକ୍ରବାର ସକାଳେ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୭୬ବର୍ଷ ହୋଇଥିଲା। ୨୦୧୬ରୁ ପାରଳା ମହାରାଜାଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ଥିଲା। ତେଣୁ ତାଙ୍କୁ ପ୍ରଥମେ ଚେନ୍ନାଇସ୍ଥିତ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସା ପରେ ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ କିଛି ସୁଧାର ଆସିଥିଲା କିନ୍ତୁ ପୁଣିଥରେ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ୨୦୧୭ ଜାନୁୟାରୀରେ ଭୁବନେଶ୍ୱରସ୍ଥିତ ଆପୋଲୋ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ତେବେ ଶୁକ୍ରବାର ଭୋର୍‌ ୪ଟା ୨୦ ମିନିଟ୍‌ରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବିଷହ ହୋଇପଡ଼ିଛି ଭୂଷଣଙ୍କ ଜୀବନ: ସହାୟତା ପାଇଁ ଜିଲାପାଳଙ୍କୁ ଫେରାଦ ହେଲେ ଦିବ୍ୟାଙ୍ଗ

ବରଗଡ଼,୯।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭେଡେନ୍‌ ବ୍ଲକ ରେମଣ୍ଡା ହରିଜନପଡ଼ା ନିବାସୀ ଭୂଷଣ ଭାଏନାଙ୍କ ଜୀବନଯାପନ ଦୁର୍ବିଷହ ହୋଇ ପଡ଼ିଛି। ସେ ୨୦୨୪ରେ ସଂକ୍ରମଣ ହେବା କାରଣରୁ ତାଙ୍କ…

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri