ଭୁବନେଶ୍ୱର,୬।୩(ବ୍ୟୁରୋ): ପାରାଦୀପରୁ ଭଦ୍ରସାହି-ବଡ଼ବିଲ ଅର୍ଥନୈତିକ କରିଡର ବିକାଶ କରିବାକୁ ରାଜ୍ୟ ସରକାର କେନ୍ଦ୍ର ନିକଟରେ ଦାବି କରିଛନ୍ତି। ରାଜ୍ୟ ସରକାର ଜମି ଅଧିଗ୍ରହଣ କ୍ଷେତ୍ରରେ ସମସ୍ତ ସହଯୋଗ ଯୋଗାଇଦେବାକୁ ପ୍ରସ୍ତୁତ ବୋଲି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଶୁକ୍ରବାର କେନ୍ଦ୍ର ସରକାରଙ୍କ ଭୂପୃଷ୍ଠ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ସହ ହୋଇଥିବା ବୈଠକରେ ସୂଚନା ଦେଇଛନ୍ତି। ରାଜ୍ୟର ବିଭିନ୍ନ ଜିଲା ଦେଇ ୫,୭୫୩ କିଲୋମିଟରର ୩୮ଟି ଜାତୀୟ ରାଜପଥ ଯାଇଛି। ସେଥିରୁ ୧୯ଟିକୁ ଏନ୍ଏଚ୍ଏଆଇ ପରିଚାଳନା କରୁଥିବା ବେଳେ ଅନ୍ୟ ୨,୯୨୦ କିଲୋମିଟର ବ୍ୟାପୀ ୧୯ଟି ରାଜପଥକୁ ରାଜ୍ୟ ସରକାର ପରିଚାଳନା କରୁଛନ୍ତି। ଏନ୍ଏଚ୍ଏଆଇ ଦ୍ୱାରା ୧୫୦୧୫ କୋଟି ଟଙ୍କାର ୨୦ଟି ରାଜପଥ ପ୍ରକଳ୍ପରୁ ୯୦୧ କିଲୋମିଟରର କାର୍ଯ୍ୟ ଜାରି ରହିଥିବା ବେଳେ ରାଜ୍ୟ ସରକାରଙ୍କ ପୂର୍ତ୍ତ ବିଭାଗ ପକ୍ଷରୁ ୧୧୪୬ କିଲୋମିଟର ବ୍ୟାପ୍ତ ୩୧ଟି ପ୍ରକଳ୍ପର କାର୍ଯ୍ୟ ଚାଲୁ ରହିଛି। ପୂର୍ତ୍ତ ସଚିବ କ୍ରିଷନ କୁମାର ପାରାଦୀପ-ବଡ଼ବିଲ ଅର୍ଥନୈତିକ କରିଡର ଶିଳ୍ପ ଓ ଅର୍ଥନୈତିକ ସମ୍ଭାବନା ସମ୍ପର୍କରେ ବୈଠକରେ ସୂଚନା ଦେଇଥିଲେ।
ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ
ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...
ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…
ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...
ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ
ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...
ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…
ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...
ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…
ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...
ନୂଆ ରେକର୍ଡ କଲା ନନ୍ଦନକାନନ: ବୁଲିଲେ ୪୦ ଲକ୍ଷ ପର୍ଯ୍ୟଟକ
ଭୁବନେଶ୍ୱର,୧।୧: ୨୦୨୫ରେ ନନ୍ଦନକାନନକୁ ରେକର୍ଡ ସଂଖ୍ୟକ ପର୍ଯ୍ୟଟକ ଆଗମନ କରିଥିବା ଗୁରୁବାର ସୂଚନା ମିଳିଛି। ୨୦୨୫ରେ ନନ୍ଦନକାନନକୁ ୪୦ ଲକ୍ଷ ୨୦ହଜାର ୫୩୯ ପର୍ଯ୍ୟଟକ ଆସିଛନ୍ତି।...
ରାଜଧାନୀରେ ମଦର ମାହୋଲ: ୭ ଦିନରେ ୩୨ କୋଟି ଟଙ୍କାର ମଦ ପିଇଲେ ଭୁବନେଶ୍ୱରବାସୀ
ନୂଆଦିଲ୍ଲୀ,୧।୧: ନୂଆବର୍ଷ ସ୍ୱାଗତ ଉତ୍ସବକୁ ନେଇ ସାରା ରାଜଧାନୀ ଚଳଚଞ୍ଚଳ ଥିବାବେଳେ, ମଦ ବିକ୍ରି କ୍ଷେତ୍ରରେ ଏକ ନୂଆ ରେକର୍ଡ ସୃଷ୍ଟି ହୋଇଛି। ଅବକାରୀ ବିଭାଗର...
ନୂଆବର୍ଷର ପ୍ରଥମ ଦିନରେ ଦୁର୍ଘଟଣା, ଦୁଇ ବାଇକ୍ ମୁହାଁମୁହିଁ ଧକ୍କାରେ ଜଣେ ମୃତ
ପଟ୍ଟାଙ୍ଗି୧/୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ଦେଓଫଟ୍ଟାଙ୍ଗି ପଞ୍ଚାୟତ ସଦର ମହକୁମା ସ୍ଥିତ ଚିଲିଗୁଡା ସଲପଗୁଡା ଛକ ନିକଟରେ ଦୁଇ ମୋଟର...
Archives


