Posted inଖେଳ

ପାରା ଅଲିମ୍ପିକ କମିଟିଠାରୁ ସ୍ବୀକୃତି ପ୍ରତ୍ୟାହାର କଲା କ୍ରୀଡ଼ା ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୧।୯(ପି.ଟି.)- ପାରା ଅଲିମ୍ପିକ୍‌ କମିଟି ଅଫ୍‌ ଇଣ୍ଡିଆ (ପିସିଆଇ)ଠାରୁ କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ସ୍ବୀକୃତି ପ୍ରତ୍ୟାହାର କରିନେଇଛି। ପିସିଆଇ ଜାତୀୟ କ୍ରୀଡ଼ା ଆଚରଣବିଧି ଉଲ୍ଲଂଘନ କରିବା ଅଭିଯୋଗରେ ମନ୍ତ୍ରଣାଳୟ ଏହି କଡ଼ା ନିଷ୍ପତ୍ତି ନେଇଛି। ପିସିଆଇ ଅଧ୍ୟକ୍ଷ ରାଓ ଇନ୍ଦ୍ରଜିତ୍‌ ସିଂଙ୍କୁ ବହିଷ୍କାର କରିବାକୁ କମିଟି ନିଷ୍ପତ୍ତି ନେଇଥିଲା। ତାଙ୍କୁ ପିସିଆଇ ବହୁମତରେ ପଦରୁ ବିଦା କରାଯାଇଥିଲା। ଏ ନେଇ ପିସିଆଇ ମଧ୍ୟ ସନ୍ତୋଷଜନକ ଉତ୍ତର ଦେଇପାରି ନ ଥିଲା। ପିସିଆଇରେ ବ୍ୟାପକ କୁଶାସନ ଚାଲିଥିବାରୁ ଏଭଳି କଠୋର ନିଷ୍ପତ୍ତି ନେବାକୁ ହେଲା ବୋଲି ମନ୍ତ୍ରଣାଳୟ ତରଫରୁ ନିଳମ୍ବନ ଆଦେଶରେ ଉଲ୍ଲେଖ କରାଯାଇଛି। ପଦରୁ ବହିଷ୍କୃତ ହେବା ପରେ ଇନ୍ଦ୍ରଜିତ୍‌ଠାରୁ ମନ୍ତ୍ରଣାଳୟ ଅଭିଯୋଗ ପତ୍ର ପାଇଥିଲା। ନିଜ ଅଧ୍ୟକ୍ଷଙ୍କୁ ନିୟମର ବାହାରକୁ ଯାଇ ଓ ଅଗଣତାନ୍ତ୍ରିକ ଭାବେ ବହିଷ୍କାର କରାଯାଇଥିବା କଥା ମନ୍ତ୍ରଣାଳୟ ହୃଦୟଙ୍ଗମ କରିଥିଲା। ଉଲ୍ଲେଖଥାଉ କି, ୨୦୧୫ରେ ମଧ୍ୟ ତ୍ରୁଟିପୂର୍ଣ୍ଣ ଶାସନ ଯୋଗୁ ପିସିଆଇକୁ ସସ୍‌ପେଣ୍ଡ କରାଯାଇଥିଲା। ପରେ ୨୦୧୬ରେ ଏହାକୁ ପୁଣିଥରେ ସ୍ବୀକୃତି ପ୍ରଦାନ କାରଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri