Posted inପୁରୀ

ପାରିକୁଦ ଗଡ଼ରେ ଗୁରୁପୂର୍ଣ୍ଣିମା, ଭଜନ ପ୍ରତିଯୋଗିତା

କୃଷ୍ଣପ୍ରସାଦ,୧୬ା୭(ଡି.ଏନ୍‌.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ପାରିକୁଦ ଗଡ ଗାନ୍ଧୀଛକସ୍ଥିତ ଶ୍ରୀ ଶିରିଡି ସାଇବାବାଙ୍କ ପୀଠରେ ମଙ୍ଗଳବାର ଗୁରୁପୂର୍ଣ୍ଣିମା ପାଳିତ ହୋଇଯାଇଛି ା ଶିରିଡ଼ି ସାଇ ସଂସ୍ଥାନ ତରଫରୁ ସାଇ ସଂକୀର୍ତ୍ତନ, ସାଇ ସତ୍‌ଚରିତ ପାରାୟଣ, ନାରାୟଣ ସେବା ଆଦି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ା ଅନୁଷ୍ଠାନର ସମ୍ପାଦକ ଲିଙ୍ଗରାଜ ଗୌଡୁ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ା ଉତ୍ସବକୁ କୃଷ୍ଣପ୍ରସାଦ ସରପଞ୍ଚ ରମେଶ ଚନ୍ଦ୍ର ସିଂହସାମନ୍ତ ଉଦ୍‌ଘାଟନ କରିଥିଲେ ା ମୁଖ୍ୟଅତିଥି ଭାବେ ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ଶାଖା ପରିଚାଳକ ଅକ୍ଷୟ କୁମାର ଶତ୍ରୁଶଲ୍ୟ ଓ ସମ୍ମାନିତ ଅତିଥି ଭାବେ ପ୍ରାକ୍ତନ ସରପଞ୍ଚ ରମେଶ ଚନ୍ଦ୍ର ବାହୁବଳେନ୍ଦ୍ର ପ୍ରମୁଖ ଯୋଗଦେଇଥିଲେ ା ଏହି ଅବସରରେ କଳାକାରଙ୍କୁ ନେଇ ଭଜନ ସମାରୋହ, ପ୍ରତିଯୋଗିତା ଅନୁଷ୍ଠିିତ ହୋଇଥିଲା ା ନିକୁଞ୍ଜ କୁମାର ବାରିକୀ, ପ୍ରମୋଦ କୁମାର ପ୍ରଧାନ, ବାଙ୍କନିଧି ଗୌଡୁ, ଶରତ ଚନ୍ଦ୍ର ମହାରଣା, ବିଜୟ କୁମାର ଜେନା ବାଦ୍ୟଯନ୍ତ୍ରରେ ସହଯୋଗ କରିଥିଲେ ା ଅନୁଷ୍ଠାନର ସଭାପତି ରମେଶ ଚନ୍ଦ୍ର ବିଶ୍ୱାଳ, କାର୍ଯ୍ୟକାରୀ ସମ୍ପାଦକ ନବୀନ କୁମାର ଜେନା ପ୍ରମୁଖ ଉତ୍ସବ ପରିଚାଳନା କରିଥିଲେ।
ଫଟୋ-ଗୁରୁପୂର୍ଣ୍ଣିମାରେ ଶିରିଡ଼ି ସାଇବାବାଙ୍କୁ ପୂଜାର୍ଚ୍ଚନା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଚିଲିକାକୁ କମିଲେ ବିଦେଶାଗତ ପକ୍ଷୀ: ଏହି କାରଣରୁ ଆସିଲେନି ୧୦,୦୦୦

ଭୁବନେଶ୍ୱର,୨୯ା୧୨: ଚଳିତ ବର୍ଷ ଚିଲିକା ହ୍ରଦକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହ୍ରାସ ପାଇଛି। ଏଥିପାଇଁ ଜଳବାୟୁ ପରିବର୍ତ୍ତନ ବା ‘କ୍ଲାଇମେଟ୍ ଚେଞ୍ଜ’କୁ ମୁଖ୍ୟ କାରଣ ବୋଲି...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri