ପାରିବାରିକ ଅଶାନ୍ତି: ସ୍ତ୍ରୀକୁ ଠେଙ୍ଗାରେ ପିଟି ମାରିବା ପରେ ଟାଙ୍ଗିଦେଲେ ସ୍ବାମୀ

କୋରାପୁଟ,୧୬ା୭(ସ୍ବ.ପ୍ର.): ଦମ୍ପତିଙ୍କ ଭିତରେ ପାଟିତୁଣ୍ଡ ଚାଲେ। କିନ୍ତୁ ମଙ୍ଗଳବାର ଏହି ପାରିବାରିକ ଅଶାନ୍ତି ଉଗ୍ର ରୂପ ନେଇଥିଲା। କ୍ରୋଧରେ ଉନ୍ମତ୍ତ ସ୍ବାମୀ ଠେଙ୍ଗାରେ ସ୍ତ୍ରୀଙ୍କୁ ପିଟିପିଟି ମାରିବା ପରେ ଆତ୍ମହତ୍ୟାର ରୂପ ଦେବା ପାଇଁ ରଶି ଲଗାଇ ମୃତଦେହକୁ ଘରେ ଟାଙ୍ଗିଦେଇଛନ୍ତି। କୋରାପୁଟ ଜିଲାର ଆଦିବାସୀ ଅଧ୍ୟୁଷିତ ଦଶମନ୍ତପୁର ବ୍ଲକରେ ଏଭଳି ଅଭାବନୀୟ କାଣ୍ଡ ଘଟିଛି।

ସୂଚନା ଅନୁଯାୟୀ, ଦଶମନ୍ତପୁର ବ୍ଲକ ଚିକାମ୍ବ ପଞ୍ଚାୟତ ଫଟକିଜାମ ଗ୍ରାମର ପାଲମା ବାଘ ଓ ସ୍ତ୍ରୀ ଚମ୍ପାବତୀଙ୍କ ମଧ୍ୟରେ ମଙ୍ଗଳବାର ପାଟିତୁଣ୍ଡ ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ପାଲମା ଠେଙ୍ଗାରେ ସ୍ତ୍ରୀ ଚମ୍ପାବତୀଙ୍କୁ ମାଡ଼ ମାରିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା। ନିଜ ଦୋଷ ଲୁଚାଇବା ପାଇଁ ସେ ଏହାକୁ ଆତ୍ମହତ୍ୟାର ରୂପ ଦେବା ପାଇଁ ଉଦ୍ୟମ କରିଥିଲେ। ସ୍ତ୍ରୀଙ୍କ ମୃତଦେହକୁ ରଶି ଲଗାଇ ଘରେ ଟଙ୍ଗାଇ ଦେଇଥିଲେ। ଦଶମନ୍ତପୁର ଥାନା ପୋଲିସ ଆତ୍ମହତ୍ୟା ଖବର ପାଇବା ପରେ ପାଲମାଙ୍କ ଘରୁ ମୃତଦେହ ଜବତ କରିଥିଲା। ଏହାସହ ପାଲମାଙ୍କୁ ଥାନାରେ ଅଟକ ରଖି ପଚରାଉଚୁରା କରୁଛି ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୪(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

ସ୍ତ୍ରୀଙ୍କ ତଣ୍ଟିଚିପି ମାରିଦେଇଥିଲେ ସ୍ବାମୀ: ମିଳିଲା ଏମିତି ଦଣ୍ଡ

ଗୁଣପୁର,୩୦।୩(ସୁଜାତା ପାଢ଼ୀ): ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗାଦିଆଖଳା ପଞ୍ଚାୟତ ବାୟାଗୁଡ଼ା ଗ୍ରାମର ସୁରେନ୍ଦ୍ର ଶବର…

ଲୋମ ଟାଙ୍କୁରି ଉଠିବ…. ଅବୈଧ ସମ୍ପର୍କ ପାଇଁ ପ୍ରେମିକାକୁ ମାରି ଖଣ୍ଡ ଖଣ୍ଡ କଲା ପ୍ରେମିକ, ଫ୍ରିଜରେ ପୁରାଇ….

ନୂଆଦିଲ୍ଲୀ,୩୦।୩: ବିଶାଖାପାଟଣାରେ ଏକ ଲୋମହର୍ଷଣକାରୀ ଘଟଣା ବର୍ତ୍ତମାନ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । ଏଠାରେ ଜଣେ ବ୍ୟକ୍ତି ସାମାନ୍ୟ ଯୁକ୍ତିତର୍କ ପରେ ଜଣେ ମହିଳାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri