ପାରିବାରିକ କଳହରୁ ହତ୍ୟାକାଣ୍ଡ: ବଡ଼ଭାଇଙ୍କ ଟାଙ୍ଗିଆ ଚୋଟରେ ସାନଭାଇ ମୃତ, ଦୈତାରୀ ପୋଲିସର ତଦନ୍ତ ଆରମ୍ଭ

କେନ୍ଦୁଝର,୨।୧୦(ସ୍ବ.ପ୍ର): କେନ୍ଦୁଝର ଜିଲା ଦୈତାରୀ ଥାନା ଅନ୍ତର୍ଗତ ରେବଣା(ରାଘପୁର) ସାହିରେ ମଙ୍ଗଳବାର ପାରିବାରିକ କଳହକୁ କେନ୍ଦ୍ର କରି ବଡଭାଇଙ୍କ ଟାଙ୍ଗିଆ ଚୋଟରେ ସାନଭାଇଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କରଣ ମୁର୍ମୁ(୧୭)।

ସୂଚନାନୁଯାୟୀ, ସନ୍ଧ୍ୟାରେ ବଡ଼ଭାଇ ରେପ ମୁର୍ମୁ ଘରକୁ କୁକୁଡ଼ା ଆଣିଥିଲେ। ଘରେ ରୋଷେଇ ହେବା ପରେ ରେପ ଏବଂ ସାନଭାଇ କରଣଙ୍କ ମଧ୍ୟରେ ଘର ଭାଗବଣ୍ଟାକୁ ନେଇ କଳହ ସୃଷ୍ଟି ହୋଇଥିଲା। ରେପ ତିଆରି କରିଥିବା ନୂଆ ଘରେ କରଣଙ୍କୁ ଭାଗ ନ ଦେବା ପାଇଁ ଚାହୁଁଥିଲେ। ବଡ଼ଭାଇଙ୍କ ରାଗକୁ ଦେଖି କରଣ ଜମିରେ ଫସଲ ଜଗିବା ପାଇଁ ଚାଲିଯାଇଥିଲେ। ହେଲେ ସେ ସାଙ୍ଗରେ ପଡ଼ୋଶୀ ରଘୁ ମାରାଣ୍ଡିଙ୍କୁ ନେବା ପାଇଁ ତାଙ୍କ ଘରେ ପହଞ୍ଚିଥିଲେ। କରଣଙ୍କ ପଛେ ପଛେ ରେପ ଟାଙ୍ଗିଆ ଧରି ହତ୍ୟା କରିବା ପାଇଁ ରଘୁଙ୍କ ଘରେ ପହଞ୍ଚିଥିଲେ। ସେଠାରେ ସେ ସାନଭାଇଙ୍କ ପଛପଟ ମୁଣ୍ଡକୁ ଟାଙ୍ଗିଆରେ ଚୋଟ ପକାଇଥିଲେ। ଫଳରେ ଘଟଣାସ୍ଥଳରେ କରଣଙ୍କ ମୃତ୍ୟୁ ଘଟିଥିଲା। ପଡ଼ୋଶୀମାନେ ରେପଙ୍କୁ କାବୁ କରି ପୋଲିସକୁ ଖବର ଦେଇଥିଲେ। ଖବର ପାଇ ଦୈତାରୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖି ଘଟଣାର ତଦନ୍ତ ଆରମ୍ଭ କରିଛି। ଏଥିସହ ମୃତଦେହକୁ ବ୍ୟବଚ୍ଛେଦ କରିବା ନିମନ୍ତେ ଆନନ୍ଦପୁର ମେଡିକାଲକୁ ପଠାଇଥିବା ପୋଲିସ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଙ୍ଗିଲା ସ୍କୁଲ ଗୃହ କାନ୍ଥ, ପ୍ରଧାନ ଶିକ୍ଷକଙ୍କ ପାଖରେ ନାହିଁ…

ତୁମୁଡିବନ୍ଧ,୧୨ା୯(ଦୀପକ କୁମାର ପରାସେଠ): ଭାଙ୍ଗିଲା ପୁରୁଣା ବିଦ୍ୟାଳୟ ଗୃହର କାନ୍ଥ ଅଳ୍ପକେ ବର୍ତ୍ତିଲେ ଛାତ୍ରୀଛାତ୍ର। ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ପାଖରେ ନାହିଁ ସୂଚନା। ଏପରି ଘଟଣା କନ୍ଧମାଳ…

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…

କଏଦୀ ଫେରାର, ଜେଲର ନିଲମ୍ବିତ

ନୂଆପଡ଼ା,୧୨ା୯(ମକାରୁ ବେମାଲ): ନୂଆପଡ଼ା ଉପକାରାଗାରରୁ କଏଦୀ ଫେରାର ହେବା ଘଟଣାରେ ଜେଲର ବଳରାମ ବିଶି ମାଝୀଙ୍କୁ ଶନିବାର ନିଲମ୍ବନ କରାଯାଇଛି। ଉପଜେଲର ସୁରକ୍ଷା ବ୍ୟବସ୍ଥାରେ ଅବହେଳାକୁ ନେଇ…

ମହିଳା ଏସିଆ କପ୍‌: ଫାଇନାଲରେ ଭାରତ-ଶ୍ରୀଲଙ୍କା ମହାମୁକାବିଲା, ଟାଇଟଲ ପାଇଁ କିଏ ଫେଭରାଇଟ୍‌ ଜାଣନ୍ତୁ…

ଦୁବାଇ,୧୨ା୯: ମହିଳା ଟି୨୦ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ ରବିବାର ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ। ୭ ଥରର ବିଜେତା ଭାରତ ଟୁର୍ନାମେଣ୍ଟ…

ଲୁଟେରାଙ୍କଠାରୁ ନଗଦ ଟଙ୍କା-ବାଇକ୍‌ ସହ ଛୁରି ଜବତ, ପୁଣି ଜଣେ ଯୁବକ ଧରାପଡ଼ି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ଜାରି ରହିଛି ବର୍ଷା: ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ…

ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ

ଝରିଗାଁ, ୧୨/୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ ଦେଖାଦେଇଛି। ଶନିବାର ସକାଳୁ ଏକମ୍ବା ଗ୍ରାମସ୍ଥିତ ଅଙ୍ଗନବାଡ଼ି କେନ୍ଦ୍ର…

ବିଶ୍ଵବାସୀଙ୍କୁ ସୁସ୍ଥ ଓ ନିରୋଗ ମାର୍ଗ ଦେଖାଉଛି ଯୋଗ: ଶାରୀରିକ ମାନସିକ ସୁସ୍ଥତା ପାଇଁ ଯୋଗ ନିହାତି ଆବଶ୍ୟକ

ଦିଗପହଣ୍ଡି,୧୨|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର କଲେଜ ପରିସରରେ ଯୋଗ ଓ ପ୍ରାଣାୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?