ପାରିବାରିକ କଳହରୁ : ୨ ଝିଅଙ୍କୁ ଧରି ଟ୍ରେନ ଆଗକୁ ଡେଇଁଲେ ମା’

ବ୍ରହ୍ମପୁର ଅଫିସ,୧୨ା୧୦-ବ୍ରହ୍ମପୁର ରେଳଷ୍ଟେଶନ ନିକଟରେ ଶୁକ୍ରବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ପାରିବାରିକ କଳହରୁ ଜଣେ ମହିଳା ତାଙ୍କ ୨ ଝିଅଙ୍କୁ ଧରି ଟ୍ରେନ ଆଗକୁ ଡେଇଁ ପଡ଼ିଥିଲେ। ଟ୍ରେନରେ କଟି ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଝିଅ ଗୁରୁତର ଆହତ ହୋଇଛନ୍ତି। ମୃତ ମହିଳା ଜଣକ ହେଲେ ବଡ଼ଗଡ଼ ଥାନା ମଚ୍ଛାକୋଟ ଗ୍ରାମର ରମା ଭଞ୍ଜ। ଦୁଇ ଝିଅ ପ୍ରିୟା (୧୧) ଓ ରିୟା (୮)ଙ୍କୁ ଜିଆର୍‌ପି ଉଦ୍ଧାର କରି ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଇଥିଲା। ପ୍ରିୟାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଅଧିକ ଚିକିତ୍ସା ପାଇଁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ରମାଙ୍କ ମୃତଦେହକୁ ପୋଲିସ ଜବତ କରିଛି। ଏ ନେଇ ଜିଆର୍‌ପି ଥାନାରେ ନଂ. ୪୭/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଛି। ଅନ୍ୟପଟେ ବଡ଼ଗଡ଼ ଥାନା ପୋଲିସ ରମାଙ୍କ ସ୍ବାମୀ ଉତ୍ସବ ଭଞ୍ଜଙ୍କୁ ଅଟକ ରଖି ଘଟଣାର ତଦନ୍ତ ଚଳାଇଛି।
ଶାଶୁଘରେ ରମାଙ୍କୁ ନିର୍ଯାତନା ଦିଆଯାଉଥିଲା। ଯୌତୁକ ପାଇଁ ସ୍ବାମୀ ଉତ୍ସବ ସବୁବେଳେ ତାଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦେଇ ଆସୁଥିଲେ। ଏ ନେଇ ରମା ପୂର୍ବରୁ ବଡ଼ଗଡ଼ ଥାନାରେ ଅଭିଯୋଗ କରିଥିଲେ। ମାତ୍ର ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନ ଥିଲା। ନିର୍ଯାତନା ଅସହ୍ୟ ହେବାରୁ ରମା ଗୁରୁବାର ପୁଣି ଥାନାକୁ ଯାଇ ସ୍ବାମୀଙ୍କ ବିରୋଧରେ ଅଭିଯୋଗ କରିଥିଲେ। ଉତ୍ସବ ଏଥିରେ ଉତକ୍ଷିପ୍ତ ହୋଇ ରମାଙ୍କୁ ମାରଧର କରିଥିଲେ। ତେଣୁ ରମା ୨ ଝିଅଙ୍କୁ ନେଇ ଶୁକ୍ରବାର ସକାଳେ ବ୍ରହ୍ମପୁର ପଳାଇ ଆସିଥିଲେ। ପିଲାଙ୍କୁ ଧରି ସେ ଆତ୍ମହତ୍ୟା କରିବେ ବୋଲି ସ୍ଥିର କରି ନେଇଥିଲେ। ବ୍ରହ୍ମପୁର ଷ୍ଟେଶନ ନିକଟରେ ୨ ଝିଅ ପ୍ରିୟା ଓ ରିଆଙ୍କୁ ଧରି ରମା ଏକ ଟ୍ରେନ ଆଗକୁ ଡେଇଁ ପଡ଼ିଥିଲେ। ଫଳରେ ଘଟଣାସ୍ଥଳରେ ରମାଙ୍କର ମୃତ୍ୟୁ ଘଟିଥିଲା। କୌଣସି ପ୍ରକାରେ ମୃତ୍ୟୁମୁଖରୁ ବର୍ତ୍ତିଯାଇଥିଲେ ମଧ୍ୟ ପ୍ରିୟାଙ୍କ ମୁଣ୍ଡରେ ଆଘାତ ଲାଗିଥିବା ବେଳେ ରିୟାଙ୍କ ପାପୁଲି କଟିଯାଇଥିଲା। ଖବରପାଇ ଜିଆରପି ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ସେମାନଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଇଥିଲା । ଗୁରୁତର ପ୍ରିୟା ଘଟଣା ସମ୍ପର୍କରେ ପୋଲିସକୁ କହିଥିଲେ। ଏ ନେଇ ଆସିକା ଏସଡିପିଓ ସୂର୍ଯ୍ୟମଣି ପ୍ରଧାନ କହିଛନ୍ତି, ଗୁରୁବାର ରମା ବଡ଼ଗଡ଼ ଥାନାକୁ ଆସି ତାଙ୍କ ସ୍ବାମୀଙ୍କ ବିରୋଧରେ ଅଭିଯୋଗ କରିଥିଲେ। ତାହାକୁ ଆଧାର କରି ନଂ.୨୨୦/୧୯ରେ ଏକ ଯୌତୁକଜନିତ ନିର୍ଯାତନା ମାମଲା ରୁଜୁ କରାଯାଇଛି। ଅଭିଯୁକ୍ତ ସ୍ବାମୀ ଉତ୍ସବଙ୍କୁ ଅଟକ ରଖାଯାଇ ପଚରାଉଚୁରା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

ବାରବାଟୀରେ ଘଣ୍ଟି ବଜାଇ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

କଟକ,୯ା୧୨: କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ ଖେଳାଯାଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

ମୁଖ୍ୟମନ୍ତ୍ରୀ, ମନ୍ତ୍ରୀଙ୍କ କ୍ୱାର୍ଟର୍ସ ନବୀକରଣରେ ପାଇଁ ଏତିକି କୋଟି ଟଙ୍କା ଖର୍ଚ୍ଚ କଲେଣି ସରକାର

ଭୁବନେଶ୍ୱର,୯ା୧୨: ନୂତନ ସରକାର ଗଠନ ପରେ ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମାନଙ୍କର ସରକାରୀ କ୍ୱାର୍ଟର୍ସ ମରାମତି ଓ ନବୀକରଣ ବାବଦରେ ମୋଟ ୩.୩୯ କୋଟି ଟଙ୍କା ବ୍ୟୟ...

ବାରବାଟୀ ବ୍ୟାଟଲ୍‌: ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା, ଏବେ କରିବ…

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri