ପାରିବାରିକ କଳହର ପରିଣତି: ସାବତ ମା’ଙ୍କୁ ହତ୍ୟାକଲା ପୁଅ

ମାଲକାନଗିରି, ୩।୧୦(ଡି.ଏନ୍‌.ଏ.): କ୍ରୋଧ ବ୍ରହ୍ମଚଣ୍ଡାଳ। ରାଗର ବଶବର୍ତ୍ତୀ ହେଇ ମଣିଷ ନିଜର ହିତାହିତ ଜ୍ଞାନ ହରାଇ କିପରି ଅଭାବନୀୟ କାଣ୍ଡ କରିବସେ ମାଲକାନଗିରି ଜିଲା ସଦର ଥାନା ଅଧୀନ ଗୁଦୁନାଡ ଗାଁରେ ତାହା ଦେଖିବାକୁ ମିଳିଛି। ପାରିବାରିକ କଳହକୁ କେନ୍ଦ୍ରକରି ଜଣେ ଯୁବକ ତାଙ୍କ ସାବତ ମା’ଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି। ପୋଲିସ ଅଭିଯୁକ୍ତ ଲକ୍ଷ୍ମଣ ମଙ୍ଗନ୍‌(୩୭)ଙ୍କୁ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରିଛି।
ପ୍ରକାଶ ଯେ, ଜମିଜମାକୁ ନେଇ ଲକ୍ଷ୍ମଣ ଓ ତାଙ୍କ ସାବତ ମା’ ସମତିଙ୍କ ମଧ୍ୟରେ ବୁଧବାର ବିଳମ୍ବିତ ରାତିରେ ବଚସା ହୋଇଥିଲା। ଏହି ସମୟରେ ଲକ୍ଷ୍ମଣ ରାଗିଯାଇ ନିକଟରେ ଥିବା ଏକ ଟାଙ୍ଗିଆରେ ସମତିଙ୍କ ମୁଣ୍ଡକୁ ଆକ୍ରମଣ କରିଥିଲେ। ଘଟଣାସ୍ଥଳରେ ସମତିଙ୍କ ମୃତ୍ୟୁ ହୋଇଯାଇଥିଲା। ଗ୍ରାମବାସୀ ଘଟଣା ସମ୍ପର୍କରେ ଗୁରୁବାର ସକାଳୁ ଜାଣି ପୋଲିସକୁ ଖବର ଦେଇଥିଲେ। ପୋଲିସ ସେଠାରେ ପହଞ୍ଚତ୍ ମୃତଦେହ ଜବତ କରିବା ସହ ଅଭିଯୁକ୍ତ ଲକ୍ଷ୍ମଣଙ୍କୁ ଗିରଫ କରିଥିଲା। ପଚରାଉଚୁରା ବେଳେ ଲକ୍ଷ୍ମଣ ସମତିଙ୍କୁ ହତ୍ୟା କରିଥିବା ସ୍ବୀକାର କରିଛନ୍ତି ବୋଲି ମାଲକାନଗିରି ପୋଲିସ ସୂଚନା ଦେଇଛି। ଲକ୍ଷ୍ମଣଙ୍କ ବିରୋଧରେ ଧାରା ୩୦୨ ଆଇପିସି ଅନୁଯାୟୀ କେସ୍‌ ନଂ.୨୪୨/୧୯ରେ ମାମଲା ରୁଜୁ ହୋଇଛି। ପରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଥାନାଧିକାରୀ ରାମପ୍ରସାଦ ନାଗ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri