ପାରିବାରିକ କଳହ: ଆତ୍ମହତ୍ୟା କଲେ ୪ସ୍ତ୍ରୀଙ୍କ ସ୍ବାମୀ

ଭଦ୍ରକ ଅଫିସ,୨୬।୧୦: ପାରିବାରିକ ଅଶାନ୍ତିକୁ ସହ୍ୟ କରି ନ ପାରି ଶେଷରେ ୪ ସ୍ତ୍ରୀ ଗ୍ରହଣ କରିଥିବା ସ୍ବାମୀ ଆତ୍ମହତ୍ୟା କରିଛନ୍ତି। ମୃତକ ଜଣକ ହେଲେ ଭଦ୍ରକ ବ୍ଲକ ବେନ୍ତାଳ ପଞ୍ଚାୟତର ଅଜୟ ଦାସ। ସୂଚନାଯୋଗ୍ୟ, ଅଜୟ ଜଣେ ଇଲେକ୍ଟ୍ରିକାଲ ମିସ୍ତ୍ରୀ ଭାବେ କାର୍ଯ୍ୟ କରୁଥିବା ବେଳେ ପୂର୍ବରୁ ସେ ୩ଜଣ ମହିଳାଙ୍କୁ ବିବାହ କରିସାରିଛନ୍ତି। ହେଲେ ୧୧ମାସ ପୂର୍ବରୁ ସେ ପୁଣି ଥରେ ୪ର୍ଥ ସ୍ତ୍ରୀ ଗ୍ରହଣ କରିଥିଲେ। ଶନିବାର ସକାଳେ କୌଣସି କାରଣକୁ ନେଇ ଅଜୟ ଓ ତାଙ୍କ ସ୍ତ୍ରୀଙ୍କ ସହ ଝଗଡ଼ା ହୋଇଥିଲା। ତାଙ୍କୁ ଅନ୍ଧକାରରେ ରଖି କାହିଁକି ସେ ଚତୁର୍ଥ ବିବାହ କରିଛନ୍ତି ବୋଲି ପଚାରିବାରୁ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା। ଏହାପରେ ଅଜୟ ବେକରେ ଦଉଡ଼ି ଦେଇ ଆତ୍ମହତ୍ୟା କରିଥିଲେ। ଏହାକୁ ଦେଖି ୪ର୍ଥ ସ୍ତ୍ରୀ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଜୟଙ୍କ ମୃତଦେହ ଉଦ୍ଧାର କରିବା ସହ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

ପଡ଼ିଆ ମଝିରେ ମହାଭାରତ! ବୈଭବ ସୂର୍ଯ୍ୟବଂଶୀଙ୍କ ସହ ମୁହାଁମୁହିଁ ହେଲେ ଶ୍ରୀଲଙ୍କା ଟିମ୍, ଭୟଙ୍କର ଧସ୍ତାଧସ୍ତିର ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୫।୬: ଜୁନ୍ ୧୫ ତାରିଖ ତ୍ରି-ସିରିଜର ଚତୁର୍ଥ ମ୍ୟାଚରେ ଶ୍ରୀଲଙ୍କା ଟିମ୍ ସୁପର ଓଭରରେ ଭାରତ ଏ ଦଳକୁ ପରାସ୍ତ କରିଥିଲା। ମ୍ୟାଚ୍ ଟାଇ ହେବା ପରେ ବିଜେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri