ପାରିବାରିକ କଳହ ହେଲା କାଳ; ବାପଘରକୁ ଡାକି ସ୍ବାମୀଙ୍କ ଯୌନାଙ୍ଗ କାଟିଦେଲେ ସ୍ତ୍ରୀ, ଚାଲିଗଲା ଜୀବନ

କଟକ,୧୮।୫(ପ୍ରଭୁକଲ୍ୟାଣ ପାଲ): କଟକ ବଡମ୍ବାରେ ଯୌନାଙ୍ଗ କାଟି ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ । ବଡମ୍ବା ଥାନାରେ ମାମଲା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି । ପାରିବାରିକ କଳହକୁ କେନ୍ଦ୍ର କରି ଅଲରା ଗାଁର ଯୁବକ ମନୋଜ ମଲ୍ଲିକଙ୍କୁ ଶଶୁର ଘର ବଡମ୍ବା କରଡିବନ୍ଧ ଗାଁକୁ ଡାକି ସ୍ତ୍ରୀ ଲକ୍ଷ୍ମୀପ୍ରିୟା ରାଉତ ହତ୍ୟା କରିଥିବା ନେଇ ଅଭିଯୋଗ ହୋଇଛି ।

ମୃତକ ମନୋଜଙ୍କର ବାପା ବସନ୍ତ ମଲ୍ଲିକ ବଡମ୍ବା ଥାନାରେ ଅଭିଯୋଗ କରିଛନ୍ତି । ବଡମ୍ବା ପୋଲିସ ଶବ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି । ଏନେଇ ବଡମ୍ବା ଥାନାରେ ଏକ  ହତ୍ୟା ମାମଲା ରୁଜୁ ହୋଇଛି । ଆଠଗଡ଼ SDPO ବିଶ୍ୱଜିତ ମହାନ୍ତି ଏନେଇ ଅଧିକ ତଦନ୍ତ କରୁଥିବା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।

ମୃତକଙ୍କର ସ୍ତ୍ରୀ ଲକ୍ଷ୍ମୀପ୍ରିୟା ରାଉତ ନିଜ ସ୍ବାମୀ ମନୋଜ ମଲ୍ଲିକ ଆତ୍ମହତ୍ୟା କରିଥିବା ଥାନାରେ ଅଭିଯୋଗ କରିଥିବା ବେଳେ ମୃତକ ମନୋଜ ମଲ୍ଲିକଙ୍କ ବାପା ବସନ୍ତ ମଲ୍ଲିକ ପୁଅର ଯୌନାଙ୍ଗ କାଟି ହତ୍ୟା କରିଥିବା ଅଭିଯୋଗ ଆଣିଛନ୍ତି । ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଏହା ହତ୍ୟା ନାଁ ଆତ୍ମହତ୍ୟା ତାହା ସାମ୍ନାକୁ ଆସିପାରିବ । ଏହି ଘଟଣାରେ ପୋଲିସର ପ୍ରତିକ୍ରିୟା ମିଳିପାରି ନାହିଁ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?