ପାରିଶ୍ରମିକ କାଟ୍‌ କଲା କାରଖାନା, ଜିଲାପାଳଙ୍କୁ ଫେରାଦ ହେଲା ଠିକା ଶ୍ରମିକ ସଂଘ

ବରଗଡ଼ ଅଫିସ୍‌,୧୭।୪: ଏସିସି ପରିଚାଳିତ ବରଗଡ଼ ସିମେଣ୍ଟ କାରଖାନା କର୍ତ୍ତୃପକ୍ଷ ଏଠାରେ କାର୍ଯ୍ୟରତ ଠିକା ଶ୍ରମିକଙ୍କ ମଜୁରୀ ତଥା ପାରିଶ୍ରମିକ କାଟ୍‌ କରିଥିବା ଅଭିଯୋଗ ହୋଇଛି । ଏଭଳି ଅଭିଯୋଗ ନେଇ ଶୁକ୍ରବାର ବରଗଡ଼ ସିମେଣ୍ଟ ଠିକା ଶ୍ରମିକ ସଂଘ ଜିଲାପାଳଙ୍କୁ ଫେରାଦ ହୋଇଥିଲା । ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କୁ ଏକ ସ୍ମାରକପତ୍ର ପ୍ରଦାନ ସହିତ କାରଖାନା କର୍ତ୍ତୃପକ୍ଷ କାଟି ଦେଇଥିବା ମଜୁରୀ ସହିତ ଏଭଳି ବିପର୍ଯ୍ୟୟ ସମୟରେ ଅଗ୍ରୀମ ୪ହଜାର ଟଙ୍କା ଲେଖାଏଁ ପାରିଶ୍ରମିକ ଶ୍ରମିକଙ୍କୁ ପ୍ରଦାନ ଦିଗରେ ବହିତ ପଦକ୍ଷେପ ନେବା ପାଇଁ ନିବେଦନ କରାଯାଇଛି । ଲକ୍‌ ଡାଉନ ପରେ ଶ୍ରମିକଙ୍କ ପରିବାର ଗୁଜୁରାଣ ମେଣ୍ଟାଇବା ଦୁର୍ବିସହ ହୋଇ ପଡ଼ିଛି । ଅନ୍ୟପଟେ ସିମେଣ୍ଟ କାରଖାନାରୁ ନିଜ ପ୍ରାପ୍ୟ ପାଉଣା ପାଇ ପାରୁ ନଥିବା ଯୋଗୁ ଶ୍ରମିକଙ୍କ ସମସ୍ୟା ଦ୍ୱିଗୁଣିତ ହୋଇ ପଡ଼ିଛି । ଫଳରେ ଶ୍ରମିକଙ୍କ ସମସ୍ୟାକୁ ହୃଦୟଙ୍ଗମ କରି ସେମାନେ ଯେଭଳି ବକେୟା ତଥା କାରଖାନା କର୍ତ୍ତୃପକ୍ଷ କାଟି ଦେଇଥିବା ପାଉଣା ପାଇ ପାରିବେ, ସେଥିପ୍ରତି ତ୍ୱରିତ୍‌ ପଦକ୍ଷେପ ନେବାକୁ ଜିଲାପାଳଙ୍କୁ ନିବେଦନ କରାଯାଇଛି । ବରଗଡ଼ ସିମେଣ୍ଟ ଠିକା ଶ୍ରମିକ ସଂଘର ସଭାପତି ଦେବବ୍ରତ ମିଶ୍ରଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଜିଲାପାଳ ଅଫିସ ଯାଇ ସ୍ମାରକପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଭଞ୍ଜନଗର ଯାତ୍ରାରେ ଆତଙ୍କ ମାମଲାରେ ୪ ଗିରଫ, ମ୍ୟୁନିସିପାଲଟି ଅଧ୍ୟକ୍ଷଙ୍କ ଘରକୁ ବୋମା ମାଡ଼ ଘଟଣାରେ ଅଭିଯୁକ୍ତ…

ଭଞ୍ଜନଗର,୨୩।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହରରେ ଠାକୁରାଣୀ ଯାତ୍ରା ଚାଲିଥିବା ସମୟରେ ଗତ ୧୭ ତାରିଖ ରାତିରେ ସହରର ଦୁଇ ଯୁବ ଗୋଷ୍ଠୀ ମଧ୍ୟରେ ହୋଇଥିବା ଗଣ୍ତଗୋଳ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ପ୍ରଗତି ଶିକ୍ଷାନୁଷ୍ଠାନର ମେଧା ମହୋତ୍ସବ: ୯୦% ରଖିଥିବା ୮୪ କୃତି ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

ଭବାନୀପାଟଣା,୨୩।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ହଲ ଠାରେ ଶନିବାର ପ୍ରଗତି ଶିକ୍ଷାନୁଷ୍ଠାନର ମେଧା ମହୋତ୍ସବ-୨୦୨୬ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ପ୍ରଗତି ଶିକ୍ଷାନୁଷ୍ଠାନର ୯୦%ରୁ…

ଗୁଣାତ୍ମକ ଶିକ୍ଷା,ଅକ୍ଲାନ୍ତ ପରିଶ୍ରମ ଆଣିଦେଲା ସଫଳତା, ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କୃତି ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

ଭବାନୀପାଟଣା,୨୩।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଚଳିତ ଦ୍ଵାଦଶ ବୋର୍ଡ ପରୀକ୍ଷାରେ ଛାତ୍ରୀଛାତ୍ର ମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଥୁଆମୂଳ ରାମପୁରରେ ‘ସମାଧାନ ସମାରୋହ-୨୦୨୬’ ପ୍ରସ୍ତୁତି ବୈଠକ: ସୁପ୍ରିମ କୋର୍ଟଙ୍କ ବିଶେଷ ଲୋକ ଅଦାଲତ ନେଇ ସଚେତନତା…

ଥୁଆମୂଳ ରାମପୁର, ୨୩।୫(ଦୁର୍ଗା କୀର୍ତ୍ତି): ସାଧାରଣ ଜନତାଙ୍କୁ ସହଜ ଓ ତ୍ୱରିତ ନ୍ୟାୟ ପ୍ରଦାନ କରିବା ଲକ୍ଷ୍ୟରେ ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟ (ସୁପ୍ରିମ କୋର୍ଟ)ଙ୍କ ପ୍ରତ୍ୟକ୍ଷ ନିର୍ଦ୍ଦେଶନାରେ…

ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri